Posted inଖେଳ

India vs England Leeds Test: ହାତରେ କଳାପଟ୍ଟି ପିନ୍ଧି ପଡ଼ିଆକୁ ଓହ୍ଲାଇଲେ ଖେଳାଳି: ଜାଣନ୍ତୁ କାହିଁକି

ଲିଡ୍ସ,୨୦।୬: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ଲିଡ୍ସରେ ଆରମ୍ଭ ହୋଇଛି। ଏହି ଟେଷ୍ଟରେ ଇଂଲଣ୍ଡ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ ଭାରତ ପ୍ରଥମେ ବ୍ୟାଟିଂ କରୁଛି। ଏହି ମ୍ୟାଚ୍‌ରେ ଖେଳାଳିମାନେ ହାତରେ କଳା ପଟ୍ଟି ବାନ୍ଧିଛନ୍ତି। ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ସମସ୍ତ ଖେଳାଳି କଳାପଟ୍ଟି ବାନ୍ଧିଛନ୍ତି। ଏହାସହ ମୃତକଙ୍କ ଆତ୍ମାର ଶାନ୍ତି ପାଇଁ ଏକ ମିନିଟ ନୀରବ ପ୍ରାର୍ଥନା ମଧ୍ୟ କରାଯାଇଥିଲା।

ମ୍ୟାଚ ଆରମ୍ଭ ହେବା ପୂର୍ବରୁ ଷ୍ଟାଡିୟମରେ ଉଭୟ ଦେଶର ଜାତୀୟ ସଙ୍ଗୀତ ଗାନ କରାଯାଇଥିଲା। ଏହି ସମୟରେ ଭାରତ ଏବଂ ଇଂଲଣ୍ଡର ସମସ୍ତ ଖେଳାଳି ହାତରେ କଳା ପଟ୍ଟି ପିନ୍ଧିଥିବା ଦେଖାଯାଇଥିଲା। ଏହି ମ୍ୟାଚ ମାଧ୍ୟମରେ, ଇଂଲଣ୍ଡ କ୍ରିକେଟ ବୋର୍ଡ (ECB) ଏବଂ ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏଥିପାଇଁ ଷ୍ଟାଡିୟମରେ ଏକ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା।
ଜୁନ ୧୨ ତାରିଖରେ ଗୁୁରାଟର ରାଜଧାନୀ ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ବିମାନରେ ୨୩୦ ଜଣ ଯାତ୍ରୀ ଏବଂ ୧୨ ଜଣ କ୍ରୁ ସଦସ୍ୟ ଥିଲେ। ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏହି ବିମାନଟି ବିମାନବନ୍ଦରରୁ ଉଡ଼ାଣ ଭରିବାର ମାତ୍ର ପାଞ୍ଚ ମିନିଟ ପରେ ଏକ ହଷ୍ଟେଲ ସହିତ ଧକ୍କା ହୋଇଥିଲା। ବିମାନରେ ଥିବା ୨୪୧ ଜଣଙ୍କର ମୃତ୍ୟୁ ହୋଇଥିଲା ଏବଂ ଏହି ଦୁର୍ଘଟଣାରେ କେବଳ ଜଣେ ବ୍ୟକ୍ତି ବଞ୍ଚି ଯାଇଥିଲେ। ଏହି ଦୁର୍ଘଟଣାରେ ମୋଟ ୨୭୦ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣା କେବଳ ଭାରତବାସୀଙ୍କୁ ନୁହେଁ ବରଂ ସମଗ୍ର ବିଶ୍ୱକୁ ଦୋହଲାଇ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?