Posted inଖେଳ

ଆଜି ଦ୍ୱିତୀୟ ଦିନିକିଆ: ଜାଣନ୍ତୁ ଆଜି କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ଲଣ୍ଡନ,୧୪।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍‌ ଆଜି ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ଖେଳାଯିବ। ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ୧-୦ ଅଗ୍ରଣୀ ହାସଲ କରିଛି। ଟିମ ଇଣ୍ଡିଆ ଗତି ବଜାୟ ରଖି ଟି-୨୦ ପରି ଦିନିକିଆ ସିରିଜ ମଧ୍ୟ ନିଜ ନାମରେ କରିବାକୁ ଚେଷ୍ଟା କରିବ। ସେହିପରି ଇଂଲଣ୍ଡ ଦଳର ନୂତନ ଭାବେ ନିଯୁକ୍ତ ଅଧିନାୟକ ଜୋସ ବଟଲର ପ୍ରତ୍ୟାବର୍ତ୍ତନ ଆଶା କରୁଛନ୍ତି।
ଭାରତୀୟ ଦଳ ପ୍ରଥମ ଦିନିକିଆରେ ଅଲରାଉଣ୍ଡର ଖେଳ ପ୍ରଦର୍ଶନ କରିଥିଲା। ପେସର ଜଶପ୍ରୀତ ବୁମ୍‌ରା ୬ ଉଇକେଟ ନେଇ ଚମତ୍କାର ପ୍ରଦର୍ଶନ କରିଥିବାବେଳେ ଅଧିନାୟକ ରୋହିତ ଶର୍ମା ୭୬ ରନର ଅପରାଜିତ ଇନିଂସ ଖେଳିଥିଲେ। ପ୍ରଥମ ଉଇକେଟ ପାଇଁ ରୋହିତ ଏବଂ ଶିଖର ଧାୱନ ଓପନିଂ ଯୋଡି ଏକ ଶତକୀୟ ଭାଗିଦାରୀ କରି ୧୦ ଉଇକେଟରେ ଦଳକୁ ଜିତାଇଥିଲେ। ଏହାପୂର୍ବରୁ ଭାରତ ଟି-୨୦ ସିରିଜକୁ ୨-୧ରେ ଜିତି ନେଇଥିଲା।
ଭାରତ ଏପର୍ଯ୍ୟନ୍ତ ଇଂଲଣ୍ଡ ବିପକ୍ଷରେ ୧୦ଟି ଦିନିକିଆ ସିରିଜ୍‌ ଜିତିଛି, କିନ୍ତୁ ଇଂଲଣ୍ଡ ମାଟିରେ କେବଳ ତିନୋଟି ସିରିଜ ଜିତିଛି। ଶେଷ ଥର ପାଇଁ ଭାରତ ୨୦୧୪ରେ ଇଂଲଣ୍ଡରେ ୩-୧ ସିରିଜ୍‌ ବିଜୟ ହାସଲ କରିଥିଲା। ଇଂଲଣ୍ଡ ଏପର୍ଯ୍ୟନ୍ତ ଭାରତ ବିପକ୍ଷରେ ଆଠଟି ସିରିଜ ଜିତିଛି। ଏଭଳି ପରିସ୍ଥିତିରେ ରୋହିତ ଶର୍ମାଙ୍କ ନଜର ସିରିଜ ଜିତିବା ଉପରେ ରହିବ।
ଭାରତ ବନାମ ଇଂଲଣ୍ଡ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ ଲର୍ଡସରେ ଅନୁଷ୍ଠିତ ହେବ। ଭାରତୀୟ ସମୟ ୫.୩୦ରେ ଆରମ୍ଭ ହେବ। ଟସ୍‌ ୫.୦୦ଟାରେ ହେବ। ସୋନି ସିକ୍ସ ଏବଂ ସୋନି ଏଚ୍‌ଡିରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକଆ ମ୍ୟାଚର ଲାଇଭ ଦେଖିହେବ। ସୋନି ଲାଇଭ ଆପରେ ମ୍ୟାଚର ଲାଇଭ ଷ୍ଟ୍ରିମିଂ ଦେଖିପାରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

ଉପକୂଳରେ ସମରାଭ୍ୟାସ ‘ସାଗର କବଚ’ ଆରମ୍ଭ

ଛତ୍ରପୁର,୨୪ା୩(ଦିଲୀପ ସାମଲ): ସମୁଦ୍ର ପଥରେ ସମ୍ଭାବ୍ୟ ଆତଙ୍କବାଦୀ ଅନୁପ୍ରବେଶ ଏବଂ ସାମୁଦ୍ରିକ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଗଞ୍ଜାମ ଉପକୂଳରେ ମିଳିତ ସମରାଭ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri