Posted inଖେଳ

ଖାତା ଖୋଲିପାରିଲେନି କୋହଲି, ଜବରଦସ୍ତ ଫର୍ମରେ ରୋହିତ

ଚେନ୍ନାଇ,୧୩।୨: ଭ୍ରମଣକାରୀ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା ଭାରତ। ହେଲେ ପ୍ରାରମ୍ଭରୁ ଦଳର ବ୍ୟାଟିଂ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଦଳ ୩ ଗୁରୁତ୍ୱପୂର୍ଣ୍ଣ ଉଇକେଟ ହରାଇଥିବା ବେଳେ ଲଞ୍ଚ ବ୍ରେକ୍‌ ବେଳକୁ ଦଳ ୨୬ ଓଭରରେ ୧୦୬ରନ୍‌ କରିଛି। ରୋହିତ ଶର୍ମା(୮୦) ଏବଂ ଅଜିଙ୍କ୍ୟ ରାହାନେ(୫)ରନ୍‌ କରି ପଡ଼ିଆରେ ଅଛନ୍ତି।

ଶୁଭମିନ ଗିଲ ଖାତା ଖୋଲିପାରି ନ ଥିବା ବେଳେ ଏଲ୍‌ବିଡବ୍ଲୁ ହୋଇଥିଲେ। ଏହାପରେ ରୋହିତ ଶର୍ମା ଚେତେଶ୍ୱର ପୂଜାରାଙ୍କ ସହ ଦ୍ୱିତୀୟ ଉଇକେଟ ପାଇଁ ୮୫ରନ୍‌ର ଭାଗିଦାରି କରିଥିଲେ। ପରେ ପୂଜାରା କ୍ୟାଚ୍‌ ଆଉଟ୍‌ ହେବା ପରେ କୋହଲି ଆସି ଖାତା ନ ଖୋଲି ଫେରିଛନ୍ତି।

ପ୍ରକାଶ ଯେ, ଚାରି ମ୍ୟାଚ୍‌ ବିଶିଷ୍ଟ ଏହି ଟେଷ୍ଟ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଦଳ ଇଂଲଣ୍ଡଠାରୁ ୨୨୭ରନ୍‌ରେ ପରାସ୍ତ ହୋଇଥିଲା। ଇଂଲଣ୍ଡ ପ୍ରଥମ ଇନିଂସରେ ୫୭୮ରନ୍‌ କରିଥିଲା। ଭାରତ ପ୍ରଥମ ଇନିଂସରେ ୩୩୭ରନ୍‌ କରି ଅଲଆଉଟ୍‌ ହୋଇଯାଇଥିଲା। ସେହିଭଳି ଦ୍ୱିତୀୟ ଇନିଂସରେ ଇଂଲଣ୍ଡ ୧୭୮ରନ୍‌ କରିଥିଲା। ଶେଷରେ ୪୨୦ରନ୍‌ର ପିଛା କରି ଭାରତୀୟ ଦଳ ଦ୍ୱିତୀୟ ଇନିଂସରେ ମାତ୍ର ୧୯୨ରନ୍‌ରେ ଅଲ୍‌ଆଉଟ୍‌ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଶିକ୍ଷକ ମାଗୁଛନ୍ତି ଫେବର: ଡିଡବ୍ଲ୍ୟୁଓଙ୍କୁ ଅଭିଯୋଗ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁରର ଏକ ସରକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ସ୍କୁଲର ମେଟ୍ରନ ଓ ୨ ଏଲ୍‌ସିସିଏଙ୍କୁ…

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ପରାଜୟ ପରେ ଧୋନୀଙ୍କୁ ଘେରିଗଲେ ପ୍ରଶଂସକ: ଜାଣନ୍ତୁ କାହିଁକି

ଟ୍ରେଣ୍ଟ ବ୍ରିଜ,୮।୭: ଟ୍ରେଣ୍ଟ ବ୍ରିଜରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। କିନ୍ତୁ…

୧୧ ବର୍ଷର ନାବାଳିକାକୁ ବଳାତ୍କାର ପରେ ହତ୍ୟା ମାମଲାର ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ

କୋଲକାତା,୮।୭: ପଶ୍ଚିମବଙ୍ଗ ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ଅଭିଯୁକ୍ତ ପ୍ରଭାସ ମଣ୍ଡଳ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ସୋମବାର ବେଙ୍ଗଲ ପୋଲିସ ତାଙ୍କୁ ଗିରଫ କରିଥିଲା।…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

ଦୁର୍ଘଟଣାଗ୍ରସ୍ତ ହେଲା ନା ଅନ୍ୟ କିଛି? କରାଚୀ ନିକଟରେ ମଝି ଆକାଶରେ ନିଖୋଜ ହୋଇଗଲା ପାକିସ୍ତାନୀ ବିମାନ

କରାଚୀ,୮।୭: ଏକ ପାକିସ୍ତାନୀ ମାଲବାହୀ ବିମାନ ମଙ୍ଗଳବାର (୭ ଜୁଲାଇ) ଦିନ ମଧ୍ୟ ଆକାଶରେ ନିଖୋଜ ହୋଇଗଲା। ମାଲବାହୀ କମ୍ପାନୀ K2 ଏୟାରୱେଜ ଦ୍ୱାରା ପରିଚାଳିତ ଏହି…

ମୁଁ ମେଲୋନିଙ୍କୁ ପସନ୍ଦ କରେ: କହୁ କହୁ ଏମିତି କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କୁ ପ୍ରଶଂସା କରିଛନ୍ତି। ଆଙ୍କାରା ଗସ୍ତ ସମୟରେ ଆମେରିକା ରାଷ୍ଟ୍ରପତି ଇଟାଲୀ ନେତାଙ୍କୁ ଜଣେ ‘ଭଲ…

୧୬ରେ ଶ୍ରୀଗୁଣ୍ଡିଚା ରଥଯାତ୍ରା: ଗଞ୍ଜାମରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ

ଗଞ୍ଜାମ,୮।୭(ବିଦ୍ୟାଧର ସାହୁ ): ଆସନ୍ତା ସପ୍ତାହ ତଥା ଜୁଲାଇ ୧୬ରେ ବିଶ୍ୱ ପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା । ପ୍ରତିବର୍ଷ ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଏହି ଘୋଷଯାତ୍ରା…

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୨ ଗିରଫ, ଏକାଧିକ ଚମ୍ପଟ

ଦାରିଙ୍ଗବାଡି, ୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ପଞ୍ଚାୟତ ଆଡକି ଜଙ୍ଗଲରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଏକ ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri