Posted inଖେଳ

ଅଶ୍ୱିନଙ୍କ ଜଲଓ୍ବା: ଅଭ୍ୟାସ ମ୍ୟାଚ୍‌ ଡ୍ର

ଲିସେଷ୍ଟର,୨୭।୬: ଭାରତ ଏବଂ ଲିସେଷ୍ଟରଶାୟାର୍‌ ମଧ୍ୟରେ ଅଭ୍ୟାସ ମ୍ୟାଚ ଡ୍ର’ରେ ଶେଷ ହୋଇଛି। ମ୍ୟାଚର ଚତୁର୍ଥ ଦିନରେ ଲିସେଷ୍ଟରଶାୟାର୍‌କୁ ଜିତିବା ପାଇଁ ୩୬୭ ରନ ସ୍କୋର କରିବାକୁ ଥିଲା। ଦଳ ୭ ଉଇକେଟ ହରାଇ ୨୧୯ ରନ ସଂଗ୍ରହ କରିଥିଲେ। ୬୬ ଓଭର ପରେ ଉଭୟ ଅଧିନାୟକ ଡ୍ର’ ପାଇଁ ରାଜି ହୋଇଥିଲେ। ଦ୍ୱିତୀୟ ଇନିଂସରେ ଲିସେଷ୍ଟରଶାୟାର୍‌ ପାଇଁ ଶୁଭମାନ ଗିଲ ସର୍ବାଧିକ ରନ ସଂଗ୍ରହ କରିଥିଲେ। ସେ ୬୨ ରନର ଏକ ଇନିଂସ ଖେଳିଥିଲେ। ରବିଚନ୍ଦ୍ରନ ଅଶ୍ୱିନ ଭାରତ ପାଇଁ ଦୁଇଟି ଉଇକେଟ ନେଇଥିଲେ। କରୋନାରୁ ସୁସ୍ଥ ହେବା ପରେ ଅଶ୍ୱିନ ତାଙ୍କର ଫିଟନେସ ପ୍ରମାଣ ଦେଇଛନ୍ତି। ସେ ୧୧ ଓଭରର ବୋଲିଂରେ ଚମତ୍କାର ପ୍ରଦର୍ଶନ କରିଥିଲେ।
ପ୍ରଥମ ଇନିଂସରେ ଆଠ ଉଇକେଟ୍‌ ହରାଇ ଭାରତ ୨୪୬ ସ୍କୋର କରିଥିଲା। ଲିସେଷ୍ଟରଶାୟାର୍‌ ପ୍ରଥମ ଇନିଂସରେ ୨୪୪ ରନରେ ଅଲଆଉଟ୍‌ ହୋଇଯାଇଥିଲା। ୩୬୪ ରନ୍‌ରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଥିଲା। ଫଳରେ ଲିସେଷ୍ଟରଶାୟାର୍‌କୁ ଜିତିବାକୁ ୩୬୭ ରନ ଲକ୍ଷ୍ୟ ମିଳିଥିଲା।
ଟିମ ଇଣ୍ଡିଆ ଏବେ ଏଜବାଷ୍ଟନ ଯିବ। ସେଠାରେ ଇଂଲଣ୍ଡ ବିପକ୍ଷରେ ଜୁଲାଇ ୧ ରୁ ୫ ପର୍ଯ୍ୟନ୍ତ ପଞ୍ଚମ ଟେଷ୍ଟ ମ୍ୟାଚ ଖେଳିବ। ଗତ ବର୍ଷ ଅଗଷ୍ଟ-ସେପ୍ଟେମ୍ବରରେ ଟିମ ଇଣ୍ଡିଆ ଇଂଲଣ୍ଡ ଗସ୍ତରେ ଯାଇଥିଲା। ଚାରିଟି ଟେଷ୍ଟ ପରେ ଭାରତୀୟ ଦଳ ୨-୧ରେ ଆଗୁଆ ରହିଥିଲା। କରୋନା କାରଣରୁ ପଞ୍ଚମ ମ୍ୟାଚ ଖେଳାଯାଇ ପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri