Posted inଖେଳ

ସମ୍ମାନ ବଞ୍ଚାଇଲେ ଭରତ

ଲିସେଷ୍ଟର,୨୩।୬: ସ୍ଥାନୀୟ ଗ୍ରେସ ରୋଡଠାରେ ଭାରତ ଓ ଲିସେଷ୍ଟର ମଧ୍ୟରେ ଗୁରୁବାରଠାରୁ ୪ ଦିନିଆ ଓ୍ବାର୍ମଅପ୍‌ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୧୪୮ ରନ୍‌ରେ ୭ ଉଇକେଟ ହରାଇ ସଙ୍କଟରେ ପଡ଼ିଥିଲା।

ଅଧିନାୟକ ରୋହିତ ଶର୍ମା (୨୫), ଶୁବମାନ ଗିଲ (୨୧), ହନୁମା ବିହାରୀ (୩), ଶ୍ରେୟାସ ଆୟାର (୦), ରବୀନ୍ଦ୍ର ଜାଡେଜା (୧୩), ପୂର୍ବତନ ଅଧିନାୟକ ବିରାଟ କୋହଲି (୩୩ ରନ୍‌, ୪ ଚୌକା ଓ ୧ ଛକା), ଶାର୍ଦ୍ଦୁଳ ଠାକୁର (୬) ବିଫଳ ହୋଇଥିଲେ। ଏଭଳି ପରିସ୍ଥିତିରେ ଯୁବ ଉଇକେଟକିପର ଶ୍ରୀକର ଭରତ ଏବଂ ଉମେଶ ଯାଦବ(୨୩)ଙ୍କ ସହ ମିଶି ଭରତ ୮ମ ଉଇକେଟ ୬୬ ରନ୍‌ ଯୋଡ଼ି ଦଳୀୟ ସ୍କୋରକୁ ୨୦୦ ପାର କରାଇ ସମ୍ମାନ ରକ୍ଷା କରିଥିଲେ। ବର୍ଷା ବାଧକ ସାଜିବାରୁ ପ୍ରାୟ ୩୦ ଓଭର ପୂର୍ବରୁ ଖେଳ ସମାପ୍ତ କରାଯାଇଥିଲା। ଷ୍ଟମ୍ପ ଅପସାରଣ ବେଳକୁ ଭାରତ ୮ ଉଇକେଟ ହରାଇ ୨୪୬ ରନ୍‌ କରିଥିଲା। ଭରତ ୭୦ (୮ ଚୌକା ଓ ୧ ଛକା) ଓ ମହମ୍ମଦ ଶାମି ୧୮ (୮ ଚୌକା ଓ ୧ ଛକା) ରନ୍‌ କରି ଅପରାଜିତ ଅଛନ୍ତି। ଘରୋଇ ଲିସେଷ୍ଟର ପକ୍ଷରୁ ରୋମାନ ଓ୍ବାକର ୫ ଉଇକେଟ ନେଇଥିବା ବେଳେ ପ୍ରସିଦ୍ଧା କ୍ରିଷ୍ଣା ଗୋଟିଏ ଉଇକେଟ ହାତେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

ମନ୍ଦିରରେ ଦଳାଚକଟା….ପରସ୍ପର ଉପରେ ଚଢ଼ିଗଲେ ଭକ୍ତ, ଚାଲିଗଲା ୮ ଜୀବନ

ପାଟନା,୩୧।୩: ବିହାରର ନାଳନ୍ଦା ଜିଲାରେ ଛାତିଥରା ଅଘଟଣ । ଏଠାରେ ଅବସ୍ଥିତ ଶୀତଳା ମାତା ମନ୍ଦିରରେ ହଠାତ୍ ଦଳାଚକଟା ହୋଇଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ଆଠ ଜଣ…

ଯୁଦ୍ଧ ମଧ୍ୟରେ ଏସବୁ ଦେଶକୁ ସାହାଯ୍ୟର ହାତ ବଢାଇଲେ ମୋଦି, ଏବେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ସହିପାରୁନି ପାକିସ୍ତାନ!

ଇସଲାମାବାଦ,୩୧।୩: ଇରାନ ସହିତ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ତୈଳ ସଙ୍କଟ ମଧ୍ୟରେ, ଭାରତ ଖୁବ ପ୍ରଶଂସା ପାଉଛି – ଏକ ବିକାଶ ଯାହା ପାକିସ୍ତାନୀ…

ପ୍ରଥମ ଦିନରେ ସିଂହାରିନି ଦଳ ବିଜୟୀ: ଆଜି ହେବ ଫାଇନାଲ ମୁକାବିଲା

ଗଞ୍ଜାମ,୩୧।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ସୋମବାର…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ରାଶନ ଦୋକାନରେ ପୁଣି ମିଳିବ କିରୋସିନ: ଶକ୍ତି ସଙ୍କଟ ମଧ୍ୟରେ କେଉଁ ରାଜ୍ୟକୁ ମିଳିଲା ଅନୁମୋଦନ ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୩: ଆଜି ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ୩୨ ତମ ଦିନ। ଏହା ଶକ୍ତି ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। ଏହି ଶକ୍ତି ସଙ୍କଟ ମଧ୍ୟରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri