Posted inଖେଳ

ନାମ୍ବିୟାକୁ ଧୂଳି ଚଟାଇଲା ଭାରତ: ୯୩ ରନରେ ଐତିହାସିକ ବିଜୟ ସହ ରଚିଲା ନୂଆ ରେକର୍ଡ

ନୂଆଦିଲ୍ଲୀ,୧୨।୨: ଟି୨୦ ବିଶ୍ୱକପ ୨୦୨୬ରେ ଭାରତୀୟ ଦଳ ନିଜର ଦବଦବା ବଜାୟ ରଖିଛି। ଗୁରୁବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଗ୍ରୁପ୍-ଏ ମ୍ୟାଚରେ ଭାରତ ନାମ୍ବିୟାକୁ ୯୩ ରନର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଟି୨୦ ବିଶ୍ୱକପ ଇତିହାସରେ ରନ୍ ହିସାବରେ ଏହା ଭାରତର ସର୍ବବୃହତ ବିଜୟ। ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ବୋଲରଙ୍କ ଶାଣିତ ବୋଲିଂ ବଳରେ ଭାରତ ଏହି ସଫଳତା ପାଇଛି।

ପ୍ରଥମେ ବ୍ୟାଟିଂ କରି ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୯ ୱିକେଟ ହରାଇ ୨୦୯ ରନ୍ ସଂଗ୍ରହ କରିଥିଲା। ଇଶାନ ମାତ୍ର ୨୪ ବଲରୁ ୬୧ ରନର ଏକ ଧୂଆଁଧାର ପାଳି ଖେଳିଥିଲେ। ପରେ ହାର୍ଦ୍ଦିକ ପାଣ୍ଡ୍ୟା ୨୮ ବଲରୁ ୫୨ ରନ୍ କରି ଭାରତକୁ ୨୦୦ ଅତିକ୍ରମ କରାଇବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ପ୍ରାରମ୍ଭରେ ସଞ୍ଜୁ ସାମସନ ୮ ବଲରୁ ୨୨ ରନ୍ କରି ଆଉଟ୍ ହୋଇଥିଲେ।

୨୧୦ ରନର ବିଶାଳ ଲକ୍ଷ୍ୟକୁ ପିଛା କରି ନାମ୍ବିୟା ଦଳ ମାତ୍ର ୧୧୬ ରନରେ ଅଲ୍-ଆଉଟ୍ ହୋଇଯାଇଥିଲା। ବ୍ୟାଟିଂ ପରେ ବୋଲିଂରେ ମଧ୍ୟ ହାର୍ଦ୍ଦିକ ନିଜର ଜଲୱା ଦେଖାଇ ୨୧ ରନ୍ ଦେଇ ୨ଟି ୱିକେଟ ନେଇଥିଲେ। ସେ ମ୍ୟାଚରେ ହାଟ୍ରିକ୍ ସୁଯୋଗ ପାଇଥିଲେ ମଧ୍ୟ ସଫଳ ହୋଇନଥିଲେ। ନାମ୍ବିୟାର ମଧ୍ୟକ୍ରମକୁ ଧ୍ୱସ୍ତ କରି ବରୁଣ ସର୍ବାଧିକ ୩ଟି ୱିକେଟ ହାସଲ କରିଥିଲେ। ଶେଷରେ ଜେନ୍ ଗ୍ରୀନ୍ ଶିବମ ଦୁବେଙ୍କ ବଲରେ ରିଭର୍ସ ସୁଇପ୍ ଖେଳିବାକୁ ଯାଇ ‘ହିଟ୍-ୱିକେଟ୍’ ହେବା ସହ ନାମିବିଆର ପରାଜୟ ସୁନିଶ୍ଚିତ ହୋଇଥିଲା।

ଏହି ବିଜୟ ସହ ଭାରତ ଚଳିତ ବିଶ୍ୱକପରେ ଲଗାତାର ଦ୍ୱିତୀୟ ବିଜୟ ପଞ୍ଜିକୃତ କରିଛି। ଉଭୟ ବ୍ୟାଟିଂ ଓ ବୋଲିଂରେ ଦମଦାର ପ୍ରଦର୍ଶନ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ‘ପ୍ଲେୟାର ଅଫ୍ ଦି ମ୍ୟାଚ୍’ ଘୋଷଣା କରାଯାଇଛି। ଭାରତ ଏବେ ନିଜର ପରବର୍ତ୍ତୀ ହାଇ-ଭୋଲଟେଜ୍ ମ୍ୟାଚରେ ପାକିସ୍ତାନର ସାମ୍ନା କରିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ…

ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ଜଣଙ୍କୁ ମିଳିବ..

ଭୁବନେଶ୍ୱର,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା କରାଯାଇଛି। ଚଳିତ ବର୍ଷ ଓଡ଼ିଶାର ୧୭ ଜଣଙ୍କୁ ମିଳିବ ଏହି ପୁରସ୍କାର। ୫ ଜଣଙ୍କୁ…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ: ସ୍ବାଧୀନତା ଦିବସରେ ଦେଲେ ଯୁଦ୍ଧ ଧମକ

ଇସଲାମାବାଦ୍‌,୧୪।୮: ପାକିସ୍ତାନ ସ୍ବାଧୀନତା ଦିବସରେ ମଧ୍ୟ ଭାରତ ଧିରୋଧରେ ବିଷ ଓଗାଳିଥିଲା। ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ସ୍ବରୂପ ଭାରତର ‘ଅପରେଶନ ସିନ୍ଦୁର’ ଦ୍ୱାରା ଆରମ୍ଭ ହୋଇଥିବା…

ଯନ୍ତ୍ରଣାଦାୟକ ସ୍ମୃତି ବଖାଣିଲେ ପ୍ରଧାନମନ୍ତ୍ରୀ ମୋଦି: ଭାବପ୍ରବଣ ପୋଷ୍ଟ କରି ଲେଖିଲେ…

ନୂଆଦିଲ୍ଲୀ,୧୪।୮:୧୪ ଅଗଷ୍ଟ ଅର୍ଥାତ୍‌ ଆଜି ଭାରତରେ ‘ବିଭାଜନ ବିଭୀଷିକାର ସ୍ମୃତି ଦିବସ’ ପାଳନ କରାଯାଉଛି। ୧୯୪୭ ବିଭାଜନ ସମୟରେ ଯେଉଁମାନେ ପ୍ରାଣ ହରାଇଥିଲେ ଏବଂ ଅକଳ୍ପନୀୟ ଯନ୍ତ୍ରଣା…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri