Posted inଖେଳ

ପରାଜୟକୁ ସଫଳତା ଭାବରେ ଗ୍ରହଣ କରି ଆଗକୁ ବଢିବାକୁ ପଡିବ: ପାଣ୍ଡ୍ୟା

ଅକଲାଣ୍ଡ,୧୬।୧୧: ଟି-୨୦ ବିଶ୍ୱକପରେ ଭାରତର ପ୍ରଦର୍ଶନକୁ ନେଇ ନିରାଶ ଭାରତୀୟ ଅଧିନାୟକ ତଥା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ଏହି ସିରିଜ ଆରମ୍ଭ ପୂର୍ବରୁ ହାର୍ଦ୍ଦିକ କହିଛନ୍ତି, ବିଶ୍ୱକପ୍‌ ଭଳି ପ୍ରତିଯୋଗିତାରେ ସେମିଫାଇନାଲରୁ ବାଦ୍‌ ପଡିବା ନିହାତି ଦୁଃଖଦାୟକ। ଟିମ ଇଣ୍ଡିଆକୁ ପରାଜୟକୁ ଏକ ସଫଳତା ଭାବରେ ଗ୍ରହଣ କରି ଆଗକୁ ବଢିବା ଆବଶ୍ୟକ। ଆମେ ପେସାଦାର ଖେଳାଳି ଏବଂ ଆମର ପରାଜୟକୁ ସେହିଭଳି ଢଙ୍ଗରେ ନେବା ଆବଶ୍ୟକ। ଟି -୨୦ ବିଶ୍ୱକପ ୨୦୨୪ ପାଇଁ ରୋଡମ୍ୟାପ ଆରମ୍ଭ ହୋଇଛି, କିନ୍ତୁ ବର୍ତ୍ତମାନ ଦଳର ସମ୍ପୂର୍ଣ୍ଣ ଧ୍ୟାନ ନ୍ୟୁଜିଲାଣ୍ଡ ଗସ୍ତ ଉପରେ ରହିଛି। ଗତ କିଛି ବର୍ଷ ମଧ୍ୟରେ ନ୍ୟୁଜିଲାଣ୍ଡ ଏକ ବଡ଼ ଦଳ ହୋଇପାରିଛି। ଯେ ସେମାନେ ସର୍ବଦା ବହୁତ ଭଲ ପ୍ରଦର୍ଶନ କରିଛନ୍ତି । ଏହି ସିରିଜରେ ଯୁବ ଖେଳାଳି ଦଳରେ ନିଜର ମୂଲ୍ୟ ପ୍ରମାଣ କରିବା ଏବଂ ଭଲ ପ୍ରଦର୍ଶନ କରିବା ପାଇଁ ଏକ ବଡ଼ ସୁଯୋଗ ପାଇବେ।
ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ସିରିଜ ଶୁକ୍ରବାର ଠାରୁ ଆରମ୍ଭ ହେବ। ନ୍ୟୁଜିଲାଣ୍ଡ ବିପକ୍ଷ ଟି-୨୦ ସିରିଜରେ ହାର୍ଦ୍ଦିକଙ୍କୁ ଭାରତର ଅଧିନାୟକ କରାଯାଇଛି। ନ୍ୟୁଜିଲାଣ୍ଡ ଗସ୍ତରେ ଭାରତକୁ ୧୮ ରୁ ୩୦ ନଭେମ୍ବର ପର୍ଯ୍ୟନ୍ତ ତିନୋଟି ଟି-୨୦ ଏବଂ ତିନୋଟି ଦିନିକିଆ ସିରିଜ ଖେଳିବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri