Posted inଖେଳ

ଜିତିବା ପାଇଁ ନ୍ୟୁଜିଲାଣ୍ଡକୁ ବିଶାଳ ଲକ୍ଷ୍ୟ ଦେଲା ଭାରତ

ମୁମ୍ବାଇ,୫।୧୨: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ସିରିଜର ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଉଛି। ୭ ଉଇକେଟ୍‌ ହରାଇ ୨୭୬ରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଥିଲା ଏବଂ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ ଜିତିବା ପାଇଁ ନ୍ୟୁଜି୍ୟଲାଣ୍ଡ ପାଇଁ ୫୪୦ର କଷ୍ଟସାଧ୍ୟ ଲକ୍ଷ୍ୟ ସ୍ଥିର କରିଛି। ଭାରତ ପ୍ରଥମ ଇନିଂସରେ ୩୨୫ରନ ସଂଗ୍ରହ କରିଥିଲା, ଏହାର ଜବାବରେ ନ୍ୟୁଜିଲାଣ୍ଡ ୬୨ ରନରେ ଅଲଆଉଟ୍‌ ହୋଇଛି। ଭାରତର ଦ୍ୱିତୀୟ ଇନିଂସରେ ଓପନର୍‌ ମୟଙ୍କ ଅଗ୍ରୱାଲ (୬୨), ଚେତେଶ୍ୱର ପୂଜାରା (୪୭), ଶୁଭମନ ଗିଲ (୪୭), ଅକ୍ଷର ପଟେଲ (୪୧ ନଟଆଉଟ୍‌) ଏବଂ ଅଧିନାୟକ ବିରାଟ କୋହଲି (୩୬) ଉପଯୋଗୀ ଅବଦାନ ଦେଇଥିଲେ। ନ୍ୟୁଜିଲାଣ୍ଡ ପାଇଁ ପ୍ରଥମ ଇନିଂସରେ ସମସ୍ତ ୧୦ ଉଇକେଟ ନେଇଥିବା ସ୍ପିନର ଏଜାଜ ପଟେଲ ୧୦୬ ଦେଇ ୪ଟି ଉଇକେଟ ନେଇଥିବାବେଳେ ରାଚିନ ରବିନ୍ଦ୍ର ୫୬ ରନ ଦେଇ ୩ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri