Posted inଖେଳ

ଚତୁର୍ଥ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ: ଶିବମ ଦୁବେଙ୍କ ଧୂଆଁଧାର ଅର୍ଦ୍ଧଶତକ ବେକାର

ବିଶାଖାପାଟଣା,୨୮ା୧: ବିଶାଖାପାଟଣାର ଏସିଏ-ଭିଡିସିଏ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ନ୍ୟୁଜିଲାଣ୍ଡ ଭାରତକୁ ୫୦ ରନରେ ପରାସ୍ତ କରି ସିରିଜର ପ୍ରଥମ ବିଜୟ ହାସଲ କରିଛି। ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲାଣ୍ଡ ଟିମ୍ ସେଇଫର୍ଟଙ୍କ (୬୨) ଓ ଡେଭନ କନୱେଙ୍କ (୪୪) ବିସ୍ଫୋରକ ଓପନିଂ ସହାୟତାରେ ୭ ଉଇକେଟ ହରାଇ ୨୧୫ ରନର ବିଶାଳ ସ୍କୋର ଛିଡ଼ା କରିଥିଲା।

୨୧୬ ରନର ପିଛା କରୁଥିବା ଭାରତୀୟ ଦଳର ଆରମ୍ଭ ଖୁବ୍ ଖରାପ ରହିଥିଲା ଏବଂ ଅଭିଷେକ ଶର୍ମା ଶୂନ୍ୟରେ ଆଉଟ୍ ହୋଇଥିଲେ। ମଧ୍ୟକ୍ରମରେ ଶିବମ ଦୁବେ ମାତ୍ର ୨୩ ବଲରେ ୭ଟି ଛକା ଓ ୩ଟି ଚୌକା ସହ ୬୫ ରନର ଏକ ଧୂଆଁଧାର ପାଳି ଖେଳିଥିଲେ ମଧ୍ୟ ଅନ୍ୟ ବ୍ୟାଟରଙ୍କ ସହଯୋଗ ଅଭାବରୁ ଭାରତ ୧୮.୪ ଓଭରରେ ୧୬୫ ରନରେ ଅଲଆଉଟ୍ ହୋଇଯାଇଥିଲା।

ନ୍ୟୁଜିଲାଣ୍ଡ ପକ୍ଷରୁ ମିଚେଲ ସାଣ୍ଟନର ୩ଟି ଉଇକେଟ ନେଇଥିବା ବେଳେ ଇଶ ସୋଧି ଓ ଜାକବ ଡଫି ୨ଟି ଲେଖାଏଁ ସଫଳତା ପାଇଥିଲେ। ଏହି ପରାଜୟ ସତ୍ତ୍ୱେ ଭାରତ ସିରିଜରେ ୩-୧ରେ ଆଗୁଆ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

ବୈଭବ ସୂର୍ଯ୍ୟବଂଶୀ ବିବାଦ ଉପରେ ଶ୍ରୀଲଙ୍କା ଅଧିନାୟକଙ୍କ ଆଶ୍ଚର୍ଯ୍ୟଜନକ ବୟାନ, ଫାଇନାଲ ପୂର୍ବରୁ କହିଲେ, ‘ଆମେ କରିନାହୁଁ…’

ନୂଆଦିଲ୍ଲୀ,୨୦।୬: ଭାରତ ଏବଂ ଶ୍ରୀଲଙ୍କା ଦଳ ତ୍ରି-ସିରିଜ ଫାଇନାଲରେ ସେମାନଙ୍କର ସ୍ଥାନ ପକ୍କା କରିଛନ୍ତି। ଭାରତ ଏ ଏବଂ ଶ୍ରୀଲଙ୍କା ଏ ମଧ୍ୟରେ ଟାଇଟଲ ମୁକାବିଲା ଜୁନ…

ପ୍ରଧାନମନ୍ତ୍ରୀ ମୋ’ ଗାଁକୁ ଆସିଥିବାରୁ କୃତଜ୍ଞ: ରାଷ୍ଟ୍ରପତି

ବାରିପଦା,୨୦ା୬: ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ରାଷ୍ଟ୍ରପତି ନିଜ ଶାଶୁଘର ଗାଁ ମୟୂରଭଞ୍ଜ ଜିଲାର ପାହାଡ଼ପୁର ଅଛନ୍ତି। ଏଠାରେ ଆଜି ଆସି ମଧ୍ୟ ପହଞ୍ଚିଛନ୍ତି…

ବଦଳିଲେ ଦିଲ୍ଲୀ କ୍ୟାପିଟାଲ୍ସର ମାଲିକ, ପନ୍ତଙ୍କ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରିବାକୁ ହେଲେଣି ସଜବାଜ

ନୂଆଦିଲ୍ଲୀ,୨୦।୬: ଏମିତି ସମୟ ଥିଲା ଯେତେବେଳେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଟ୍ରେଡ ହୋଇଥିଲା; ସେହି ସମୟରେ ଏହାକୁ IPL…

‘ମୟୂରଭଞ୍ଜ ଝିଅ ଆଜି ଦେଶର ସର୍ବୋଚ୍ଚ ଆସନରେ ଅଧିଷ୍ଠିତ’

ବାରିପଦା,୨୦ା୬: ରାଜ୍ୟ ସରକାରଙ୍କ ଦ୍ବିତୀୟ ବର୍ଷ ପୂର୍ତ୍ତି ଉପଲକ୍ଷେ ମୟୂରଭଞ୍ଜରେ ଆସି ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ସମୟରେ ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶାଶୁଘର…

ପାହାଡପୁରରେ ପହଞ୍ଚିଲେ ମୋଦି: ଓଡ଼ିଶା ଇତିହାସରେ ପ୍ରଥମଥର ପାଇଁ…

ବାରିପଦା,୨୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି MI-17 ହେଲିକପ୍ଟର ଯୋଗେ ମୟୂରଭଞ୍ଜ ପାହାଡ଼ପୁରରେ ପହଞ୍ଚିଛନ୍ତି। ପୂର୍ବରୁ ପାହାଡ଼ପୁରରେ ପହଞ୍ଚି ସାରିଛନ୍ତି ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ। ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri