Posted inଖେଳ

India vs New Zealand: ଫାଇନାଲରେ ଟସ୍‌ ଜିତିଲା ନ୍ୟୁଜିଲାଣ୍ଡ, ନେଲା ଏହି ନିଷ୍ପତ୍ତି; ଉଭୟ ଦଳରେ…

ଅହମ୍ମଦାବାଦ,୮।୩: ଟି୨୦ ବିଶ୍ୱକପ୍‌ ୨୦୨୬ ଏବେ ଏହାର ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ରବିବାର ଖେଳାଯାଉଥିବା ଏହି ମହାମୁକାବିଲାରେ ମୁହାଁମୁହିଁ ହେଉଛନ୍ତି ଭାରତ ଓ ନ୍ୟୁଜିଲ୍ୟାଣ୍ଡ। ଏହି ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଏଣୁ ଭାରତ ପ୍ରଥମେ ବ୍ୟାଟିଂ କରିବା ସ୍ପଷ୍ଟ ହୋଇଛି।

ଭାରତୀୟ ଦଳ ଟି୨୦ ବିଶ୍ୱକପ ଇତିହାସରେ ଚତୁର୍ଥ ଥର ପାଇଁ ଫାଇନାଲରେ ପ୍ରବେଶ କରି ଏକ ନୂଆ ରେକର୍ଡ ସୃଷ୍ଟି କରିଛି। ଏହା ପୂର୍ବରୁ ଖେଳିଥିବା ୩ଟି ଫାଇନାଲ ମଧ୍ୟରୁ ଭାରତ ୨୦୦୭ ଏବଂ ୨୦୨୪ରେ ଚାମ୍ପିଅନ ହୋଇସାରିଛି। ଆଜିର ମ୍ୟାଚ ଜିତିଲେ ଭାରତ ତୃତୀୟ ଥର ପାଇଁ ଟ୍ରଫି ହାତେଇବ। ଅପରପକ୍ଷେ ନ୍ୟୁଜିଲ୍ୟାଣ୍ଡ ପାଇଁ ଏହା ଦ୍ୱିତୀୟ ଫାଇନାଲ। ୨୦୨୧ରେ ଦଳ ଫାଇନାଲରେ ପହଞ୍ଚିଥିଲେ ମଧ୍ୟ ରନର୍ସଅପ ହୋଇ ସନ୍ତୁଷ୍ଟ ହୋଇଥିଲା।

ଉଭୟ ଦଳ ପ୍ଲେଇଂ ୧୧:
ଭାରତ – ଅଭିଷେକ ଶର୍ମା, ସଞ୍ଜୁ ସାମସନ, ଇଶାନ କିଷାନ, ସୂର୍ଯ୍ୟକୁମାର ଯାଦବ (ଅଧିନାୟକ), ତିଲକ ବର୍ମା, ହାର୍ଦ୍ଦିକ ପାଣ୍ଡ୍ୟା, ଅକ୍ଷର ପଟେଲ, ଶିବମ ଦୁବେ, ବରୁଣ ଚକ୍ରବର୍ତ୍ତୀ, ଜସପ୍ରିତ ବୁମରାହ, ଅର୍ଶଦୀପ ସିଂହ

ନ୍ୟୁଜିଲ୍ୟାଣ୍ଡ – ଟିମ୍ ସେଫର୍ଟ, ଫିନ୍ ଆଲେନ୍, ରଚିନ୍ ରବିନ୍ଦ୍ର, ଗ୍ଲେନ୍ ଫିଲିପ୍ସ, ମାର୍କ ଚାପମ୍ୟାନ୍, ଡାରିଲ୍ ମିଚେଲ, ମିଚେଲ ସାଣ୍ଟନର (ଅଧିନାୟକ), ଜିମି ନୀଶାମ, ଜାକବ୍ ଡଫି, ମ୍ୟାଟ୍ ହେନରୀ, ଲକି ଫର୍ଗୁସନ୍

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା

ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍‌ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…

ନେରେଡି ବ୍ୟାରେଜ ବିବାଦ: ‘ବଂଶଧାରା ବଞ୍ଚାଅ, ଓଡ଼ିଶା ବଞ୍ଚାଅ’ ଦାବିରେ ନୀରବ ସତ୍ୟାଗ୍ରହ

ଗୁଣପୁର,୧୪ା୯(ସୁଜାତା ପାଢ଼ୀ): ବଂଶଧାରା ନଦୀ ତଳମୁଣ୍ଡରେ ପ୍ରସ୍ତାବିତ ନେରେଡି ବ୍ୟାରେଜ ପାଇଁ ଓଡ଼ିଶାର ୧୦୬ ଏକର ସରକାରୀ ଜମି ଆନ୍ଧ୍ରପ୍ରଦେଶକୁ ହସ୍ତାନ୍ତର ପ୍ରସଙ୍ଗକୁ ବିରୋଧ କରି ଦଣ୍ଡକାରଣ୍ୟ…

ଗଣେଶ ଚତୁର୍ଥୀ ପୂର୍ବରୁ ଜନ୍ମ ନେଲା ହାତୀ ଛୁଆ, କେନ୍ଦୁଝରରେ ଖୁସିର ଲହରୀ

କେନ୍ଦୁଝର,୧୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ଦିନ କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନ୍‌ରେ ଏକ ନୂତନ ହାତୀ ଛୁଆ ଜନ୍ମ ହୋଇଛି । ଗଣେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?