Posted inଖେଳ

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ ମ୍ୟାଚ୍‌ରେ ଯେଉଁ ଟିମ୍ ବିଜୟୀ ହେବ, ସେହି ଦଳ ସ୍ୱର୍ଣ୍ଣ ପଦକ ହାସଲ କରିବ ଏବଂ ପରାଜିତ ଦଳକୁ ରୌପ୍ୟ ପଦକରେ ସନ୍ତୁଷ୍ଟ ହେବାକୁ ପଡ଼ିବ।

ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ବିଜୟୀ ହେବାକୁ ହେଲେ ବ୍ୟାଟରମାନଙ୍କର ଶ୍ରେଷ୍ଠ ପ୍ରଦର୍ଶନ ଏକାନ୍ତ ଆବଶ୍ୟକ। ବିଶେଷ କରି ଓପନିଂ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ସମସ୍ତଙ୍କ ନଜର ରହିବ, ଯିଏ ଦଳକୁ ଏକ ଦ୍ରୁତ ଆରମ୍ଭ ଦେବାକୁ ଚେଷ୍ଟା କରିବେ। ତେବେ ପାକିସ୍ତାନ ବିପକ୍ଷରେ ଏହି ଯୁବ ଖେଳାଳିଙ୍କ ପ୍ରଦର୍ଶନ ଗ୍ରାଫ୍ ପୂର୍ବରୁ ଆଶାଜନକ ରହି ନ ଥିବାରୁ ତାଙ୍କ ଉପରେ ଭରସା କରିବା ଟିକିଏ କଷ୍ଟକର ମନେହେଉଛି।

ବୈଭବ ପାକିସ୍ତାନ ବିପକ୍ଷରେ ପୂର୍ବରୁ ୫ଟି ଇନିଂସ୍ ଖେଳିଛନ୍ତି ଏବଂ ପ୍ରତ୍ୟେକ ମ୍ୟାଚ୍‌ରେ ସେ ଆଶାଜନକ ପ୍ରଦର୍ଶନ କରିବାରେ ବିଫଳ ହୋଇଛନ୍ତି। ପାକିସ୍ତାନ ବିପକ୍ଷ ୫ଟି ଇନିଂସରେ ସେ ୨୧.୪ ଗଡ଼ରେ ମାତ୍ର ୧୦୭ ରନ୍ ସଂଗ୍ରହ କରିଛନ୍ତି। ଏହି ସମୟ ମଧ୍ୟରେ ତାଙ୍କର ଷ୍ଟ୍ରାଇକ୍ ରେଟ୍ ୧୪.୬୬ ରହିଛି ଏବଂ ସେ ପାକିସ୍ତାନ ବିପକ୍ଷରେ ଗୋଟିଏ ହେଲେ ବି ଅର୍ଦ୍ଧଶତକ କିମ୍ବା ଶତକ ହାସଲ କରିପାରିନାହାନ୍ତି।

ତେବେ ଚଳିତ ଏସିଆନ୍ ଗେମ୍ସର ସେମିଫାଇନାଲ୍‌ରେ ଶ୍ରୀଲଙ୍କା ବିପକ୍ଷରେ ବୈଭବ ୨୧ଟି ବଲ୍‌ରୁ ୩୮ ରନ୍‌ର ଏକ ଦ୍ରୁତ ଇନିଂସ ଖେଳିଥିଲେ, ଯାହା ବଳରେ ଭାରତ ପ୍ରଥମେ ବ୍ୟାଟିଂ କରି ୧୬୯ ରନ୍ ସଂଗ୍ରହ କରିଥିଲା। ଜବାବରେ ଶ୍ରୀଲଙ୍କା ଦଳ ମାତ୍ର ୪୫ ରନ୍‌ରେ ଅଲଆଉଟ୍ ହୋଇଯାଇଥିଲା। ଏହି ଚମତ୍କାର ଫର୍ମକୁ ସେ ପାକିସ୍ତାନ ବିପକ୍ଷ ଫାଇନାଲ୍ ମ୍ୟାଚ୍‌ରେ ଦୋହରାଇବେ ବୋଲି ପ୍ରଶଂସକମାନେ ଆଶା ରଖିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

୧୦ ଲକ୍ଷ ଯୌତୁକ ଦାବିରେ ନିର୍ଯାତନା: ମାଡ଼ମାରି ନବବଧୂଙ୍କ ନାକରୁ ରକ୍ତସ୍ରାବ, ନନ୍ଦିପଦା ଥାନାରେ ମାମଲା ରୁଜୁ

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡ଼ଅଁର ପଞ୍ଚାୟତ ଅନ୍ତର୍ଗତ ସରଳା-ରାଧାନଗରପାଟଣା ଗ୍ରାମରେ ଜଣେ ନବବଧୂଙ୍କୁ ୧୦ ଲକ୍ଷ ଟଙ୍କା ଯୌତୁକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?