Posted inଖେଳ

ପାକିସ୍ତାନକୁ ଧୂଳି ଚଟାଇବା ପରେ ପାଣ୍ଡ୍ୟା କହିଲେ,ମୁଁ ଜାଣିଥିଲି…

ଦୁବାଇ,୨୯।୮: ଏସିଆ କପ୍‌ର ଏକ ମ୍ୟାଚରେ ଭାରତୀୟ ଦଳ ପାକିସ୍ତାନ ବିପକ୍ଷରେ ରୋମାଞ୍ଚକର ବିଜୟ ହାସଲ କରିଛି। ଏହି ବିଜୟର ହିରୋ ଥିଲେ ହାର୍ଦ୍ଦିକ ପାଣ୍ଡ୍ୟା। ହାର୍ଦ୍ଦିକ ପ୍ରଥମେ ଚମତ୍କାର ବୋଲିଂ କରିବା ପରେ ବ୍ୟାଟିଂରେ ମଧ୍ୟ ଭଲ ପ୍ରଦର୍ଶନ କରିଥିଲେ। ଶେଷ ଓଭରରେ ଭାରତକୁ ୭ ରନ ଆବଶ୍ୟକ ଥିଲା। ହାର୍ଦ୍ଦିକ ସହଜରେ ଏହାକୁ ହାସଲ କରିଥିଲେ।
ମ୍ୟାଚ ପରେ ହାର୍ଦ୍ଦିକ କହିଛନ୍ତି, ଏଭଳି ଟାର୍ଗେଟକୁ ପିଛା କରିବାବେଳେ ପ୍ରତି ଓଭରରେ ଯୋଜନା ପ୍ରସ୍ତୁତ କରିବାକୁ ପଡେ। ମୁଁ ଜାଣିଥିଲି ଆଗରେ ଜଣେ ଯୁବ ବୋଲର ଅଛନ୍ତି ଏବଂ ବାମହାତୀ ସ୍ପିନର ମଧ୍ୟ ଅଛନ୍ତି। ୨୦ ଓଭରରେ ଅଧିକ ଚାପରେ ବୋଲର ହିଁ ରହିବେ। ମୁଁ ଜିନିଷଗୁଡ଼ିକୁ ସରଳ ରଖିବାକୁ ଚେଷ୍ଟା କଲି। ଶେଷ ଓଭରରେ ଆମକୁ ମାତ୍ର ୭ ରନ ଆବଶ୍ୟକ ଥିଲା କିନ୍ତୁ ୧୫ ରନ ଆବଶ୍ୟକ ଥିଲେ ମଧ୍ୟ ମୁଁ ଏହାକୁ କରିଥାନ୍ତି।
ଏହି ମ୍ୟାଚରେ ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତୀୟ ବୋଲରମାନେ ଏକ ଶକ୍ତିଶାଳୀ ପ୍ରଦର୍ଶନ କରି ପାକିସ୍ତାନ ଦଳକୁ ୧୪୭ ରନ୍‌ରେ ବାନ୍ଧି ରଖିଥିଲେ। ଏହି ମ୍ୟାଚରେ ଭୁବନେଶ୍ୱର କୁମାର ୪ ଏବଂ ହାର୍ଦ୍ଦିକ ପାଣ୍ଡ୍ୟା ୩ଟି ଉଇକେଟ ନେଇଥିଲେ। ଏହା ପରେ ୧୪୮ ରନ୍‌ର ଟାର୍ଗେଟକୁ ପିଛା କରିବା ଭାରତୀୟ ଦଳ ପାଇଁ ସହଜ ନ ଥିଲା। ଏକ ସମୟରେ ଦଳ ୩୪ ବଲରୁ ୫୯ ରନ ଆବଶ୍ୟକ କରୁଥିଲା। ଏଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ଜୋରଦାର ବ୍ୟାଟିଂ କରି ଭାରତର ବିଜୟ ପକ୍କା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri