Posted inଖେଳ

ଦିନିକିଆ କ୍ରିକେଟ ବିଶ୍ୱକପ: ଅହମ୍ମଦାବାଦରେ ଖେଳାଯିବ ଭାରତ-ପାକିସ୍ତାନ ମ୍ୟାଚ!

ନୂଆଦିଲ୍ଲୀ,୫।୫: ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ବିଶ୍ୱକପ ୨୦୨୩ ବିଶ୍ୱକପ ଭାରତରେ ଖେଳାଯିବ। ତେବେ ଏହା ଚଳିତ ବର୍ଷ ଅକ୍ଟୋବରରେ ଆରମ୍ଭ ହେବା ନେଇ କୁହାଯାଉଛି। ଏହି ସମୟରେ ବିଶ୍ୱକପ ବିଷୟରେ ବଡ ଖବର ସାମ୍ନାକୁ ଆସିଛି। ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ବିଶ୍ୱକପ ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇପାରେ। ଖବର ଅନୁଯାୟୀ, ବିସିସିଆଇ ଅହମ୍ମଦାବାଦର ସ୍ଥାନକୁ ଚୟନ କରିଥିବା ଜଣାପଡିଛି। ତେବେ ଏ ପର୍ଯ୍ୟନ୍ତ ଏ ସମ୍ପର୍କରେ କୌଣସି ସରକାରୀ ଘୋଷଣା କରାଯାଇନାହିଁ। ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ଦିନିକିଆ ମ୍ୟାଚ ବିଶ୍ୱକପ ୨୦୧୯ରେ ଖେଳାଯାଇଥିଲା। ତେବେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମ୍ୟାଚ ପାଇଁ ସାରା ବିଶ୍ୱରେ ପ୍ରଶଂସକମାନେ ଅପେକ୍ଷା କରିଛନ୍ତି। ବର୍ତ୍ତମାନ ଏହି ଦୁଇ ଦଳ ବିଶ୍ୱକପରେ ମୁହାଁମୁହିଁ ହେବେ। ଖବର ଅନୂଯାୟୀ,ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏହି ମ୍ୟାଚ ଖେଳାଯାଇପାରେ। ଏହି ଷ୍ଟାଡିୟମରେ ୧ ଲକ୍ଷ ଦର୍ଶକ ବସିପାରିବେ। ଭାରତୀୟ ଦଳ ପରିଚାଳନା ସହିତ ବିସିସିଆଇ ଏହା ଉପରେ ଆଲୋଚନା କରିବ।

ଖବର ଅନୁଯାୟୀ, ବିଶ୍ୱକପ ୨୦୨୩ ଅକ୍ଟୋବର ୫ରୁ ଆରମ୍ଭ ହେବାକୁ ଥିବା ବେଳେ ଟୁର୍ନାମେଣ୍ଟର ଅନ୍ତିମ ମ୍ୟାଚ ନଭେମ୍ବରରେ ଖେଳାଯିବ। ଏଥିପାଇଁ ଅନେକ ସ୍ଥାନ ସ୍ଥିର କରାଯାଇଛି। ନାଗପୁର, ବେଙ୍ଗାଲୁରୁ, ତ୍ରିଭାନ୍ଦ୍ରମ, ମୁମ୍ବାଇ, ଦିଲ୍ଲୀ, ଲକ୍ଷ୍ନୌ, ଗୁଆହାଟି, ହାଇଦ୍ରାବାଦ, କୋଲକାତା, ରାଜକୋଟ, ଇନ୍ଦୋର ଏବଂ ଧର୍ମଶାଳାକୁ ତାଲିକାଭୁକ୍ତ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ଚେନ୍ନାଇ, ବେଙ୍ଗାଲୁରୁ ଏବଂ କୋଲକାତାରେ ପାକିସ୍ତାନର ସମସ୍ତ ମ୍ୟାଚ ଖେଳାଯିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri