Posted inଖେଳ

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ଏଭଳି ଦେଖିପାରିବେ ଐତିହାସିକ ମ୍ୟାଚ୍‌ର ଲାଇଭ୍‌ ଭଳି ପ୍ରସାରଣ…

ନୂଆଦିଲ୍ଲୀ,୨୪।୧୦: ଦୀପାବଳିର ଗୋଟିଏ ଦିନ ପୂର୍ବରୁ ଭାରତ-ପାକିସ୍ତାନ ମହାମୁକାବିଲାର ମଜା ଉଠାଇଛନ୍ତି କ୍ରିକେଟ ପ୍ରଶଂସକ। ପାକିସ୍ତାନ ବିପକ୍ଷ ଏହି ରୋମାଞ୍ଚକର ମ୍ୟାଚ୍‌ରେ ଭାରତ ୪ ଉଇକେଟରେ ବିଜେତା ହୋଇ ପ୍ରଶଂସକଙ୍କୁ ଦୀପାବଳି ଭେଟି ଦେଇଛି। ଏବେ ପ୍ରଶଂସକ ପୁଣି ଥରେ ଏହି ମ୍ୟାଚ୍‌କୁ ଉପଭୋଗ କରିପାରିବେ।

ଷ୍ଟାରସ୍ପୋଟ୍ସ ମ୍ୟାଚ୍‌ର କ୍ରେଜ୍‌କୁ ଦେଖି ସୋମବାର ଅର୍ଥାତ ଦୀପାବଳି ରାତି ୮ଟାରେ ଏହାକୁ ପୁନଃ ପ୍ରସାରଣ କରିବ। ଏହାକୁ ହାଇଲାଇଟ୍‌ ଭଳି ନୁହେଁ ବରଂ ଲାଇଭ୍‌ ମ୍ୟାଚ୍‌ ଭାବେ ଦେଖିହେବ। ଏଣୁ ଯେଉଁ ପ୍ରଶଂସକ ଏହି ମୁକାବିଲାକୁ ଦେଖିବାକୁ ଭୁଲିଥିଲେ ଅଥବା ସମୟ ପାଇ ନଥିଲେ ସେମାନେ ଛୁଟିରେ ଏହାକୁ ଭରପୂର ଉପଭୋଗ କରିପାରିବେ। ଏହାଛଡ଼ା ହଟ୍‌ଷ୍ଟାରରେ ପୁରା ମ୍ୟାଚ୍‌ର ରିପ୍ଲେ ଅପ୍‌ଲୋଡ୍‌ କରାଯାଇଛି। ଯାହାକୁ ଆପଣ ଦେଖିପାରିବେ।

କହିରଖୁଛୁ, ମ୍ୟାଚ୍‌ରେ ପାକିସ୍ତାନ ଟସ୍‌ ହାରିବା ପରେ ବ୍ୟାଟିଂ କରିଥିଲା। ଦଳ ୮ ଉଇକେଟ ହରାଇ ୧୫୯ ରନ୍‌ କରିଥିଲା। ଜବାବରେ ଭାରତୀୟ ଟିମ୍‌ ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଦଳ ୭ମ ଓଭରରେ ୩୧ ରନରେ ୪ ଉଇକେଟ ହରାଇଥିଲା। ଏମିତିରେ ଗେମ ଚେଞ୍ଜର ଭାବେ କୋହଲି-ପାଣ୍ଡ୍ୟା ଶତକୀୟ ଭାଗିଦାରୀ କରି ମ୍ୟାଚ୍‌କୁ ଭାରତ ଆଡକୁ ଢ଼ଳାଇଥିଲେ। ପରେ ଶେଷ ଓଭରରେ ଏକ ନୋ-ବଲ୍‌ ଯୋଗୁ ଭାରତ ବିଜେତା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

ବୁଧ ଗୋଚରରେ ଆଜିଠୁ ଆରମ୍ଭ ହେଲା ୫ ରାଶିଙ୍କ ନୂଆ ଅଧ୍ୟାୟ! ଧନଲାଭ ସହ ଚାକିରିରେ ପ୍ରମୋସନ ଯୋଗ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗ୍ରହମାନଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ଅକ୍ଟୋବର ୧୨ ତାରିଖ ସନ୍ଧ୍ୟା ୬ଟା ୪୮ ମିନିଟରେ ବୁଧ…

ଇମ୍ରାନଙ୍କ ମୁକ୍ତି ଦାବି ତେଜିଲା: ଆନ୍ଦୋଳନକାରୀ ରାଜଧାନୀ ମୁହାଁ, ପାକିସ୍ତାନରେ ଜରୁରୀକାଳୀନ ସ୍ଥିତି ଘୋଷଣା

ଇସଲାମାବାଦ,୧୨।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମୁକ୍ତ କରିବା ଦାବିରେ ଦେଶରେ ଆନ୍ଦୋଳନ ତିବ୍ର ହେବାରେ ଲାଗିଛି। ଆନ୍ଦୋଳନକାରୀ ରାଜଧାନୀ ମୁହାଁ ହୋଇଛନ୍ତି। ଫଳରେ ପାକିସ୍ତାନରେ ରାଜନୈତିକ…

ଜ୍ଞାନେଶ କୁମାରଙ୍କ ଆଗରେ ରାହୁଲଙ୍କ ବଡ଼ ସର୍ତ୍ତ: କହିଲେ- ଏମିତି କଲେ ଆମେ ଛାଡ଼ିଦେବୁ…

ନୂଆଦିଲ୍ଲୀ,୧୨।୧୦: ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ। ସୋମବାର (୧୨ ଅକ୍ଟୋବର) ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜ୍ଞାନେଶ କୁମାରଙ୍କୁ ଇସ୍ତଫା ଦେଇ ଏହି…

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

ସୁସ୍ଥ ଶରୀର ପାଇଁ ଜଳ ଜରୁରୀ, ହାର୍ଟ-ଲିଭରକୁ ସୁରକ୍ଷା ଦେବା ସହ…

ଆମ ଶରୀର ପାଇଁ ଜଳ କେତେ ଉପକାରୀ, ତାହା କହିବା ବାହୁଲ୍ୟ ମାତ୍ର। ସୁସ୍ଥ ଶରୀର ପାଇଁ ସୁଷମ ଖାଦ୍ୟ ବ୍ୟତୀତ ଆବଶ୍ୟକ ମୁତାବକ ପାଣି ପିଇବା…

ଏମିତି କରି T20ରେ ବିଶ୍ୱ ରେକର୍ଡ ସ୍ଥାପନ କରିଛି ୱେଷ୍ଟଇଣ୍ଡିଜ; ଭାରତ ରହିଛି ପଛରେ

ନୂଆଦିଲ୍ଲୀ,୧୨।୧୦: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ T20 କ୍ରିକେଟରେ ଇତିହାସ ସୃଷ୍ଟି କରିଛି। ରବିବାର ଭାରତ ବିପକ୍ଷ ତୃତୀୟ T20 ମ୍ୟାଚରେ କାରିବିଆନ ଦଳ ମୋଟ ୧୩ଟି ଛକା…

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?