Posted inଖେଳ

ବିରାଟଙ୍କ ବିସ୍ଫୋରକ ଶତକ ବଳରେ ଭାରତର ରୋମାଞ୍ଚକର ବିଜୟ

ରାଞ୍ଚି,୩୦।୧୧: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଦିନିକିଆରେ ଭାରତ ରୋମାଞ୍ଚକର ବିଜୟ ହାସଲ କରିଛି। ରବିବାର ରାଞ୍ଚିରେ ଖେଳାଯାଇଥିବା ଏହି ମ୍ୟାଚରେ ଭାରତ ୧୭ ରନରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ତିନି ମ୍ୟାଚ୍ ବିଶିଷ୍ଟ ସିରିଜରେ ୧-୦ରେ ଆଗୁଆ ରହିଛି।

ଭାରତୀୟ ବ୍ୟାଟିଂର ମୁଖ୍ୟ ଆକର୍ଷଣ ଥିଲେ ବିରାଟ କୋହଲି। ସେ ନିଜ ଦିନିକିଆ କ୍ୟାରିୟରର ୫୨ତମ ଶତକ ହାସଲ କରି ସର୍ବାଧିକ ଶତକର ରେକର୍ଡ଼କୁ ଆହୁରି ଆଗକୁ ବଢ଼ାଇଛନ୍ତି। ତାଙ୍କ ବ୍ୟତୀତ ରୋହିତ ଶର୍ମା (୫୭) ଏବଂ ଅଧିନାୟକ କେ.ଏଲ୍. ରାହୁଲ (୬୦)ଙ୍କ ଅର୍ଦ୍ଧଶତକ ବଳରେ ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୮ ୱିକେଟ ହରାଇ ୩୪୯ ରନର ବିଶାଳ ସ୍କୋର କରିଥିଲା।

୩୫୦ ରନର ବିଶାଳ ଲକ୍ଷ୍ୟର ପିଛା କରୁଥିବା ଦକ୍ଷିଣ ଆଫ୍ରିକା ପ୍ରାରମ୍ଭିକ ପର୍ଯ୍ୟାୟରେ ୧୧ ରନରେ ୩ ୱିକେଟ ହରାଇ ସଙ୍କଟରେ ପଡ଼ିଥିଲା। ହର୍ଷିତ ରାଣା ଗୋଟିଏ ଓଭରରେ ୨ଟି ୱିକେଟ ନେଇ ଭାରତକୁ ବଡ଼ ସଫଳତା ଦେଇଥିଲେ।

କିନ୍ତୁ ମାଥ୍ୟୁ ବ୍ରିଟଜକେ (୭୨), ମାର୍କୋ ଜାନସେନ୍‌ (୩୯ ବଲରେ ୭୦) ଓ କର୍ବିନ୍ ବୋସ୍ (୬୭)ଙ୍କ ଚମତ୍କାର ଇନିଂସ୍ ଯୋଗୁଁ ଦକ୍ଷିଣ ଆଫ୍ରିକା ଶେଷ ପର୍ଯ୍ୟନ୍ତ ଲଢ଼େଇ ଜାରି ରଖିଥିଲା। ତଥାପି, ଦଳ ୩୩୨ ରନରେ ଅଲଆଉଟ୍ ହୋଇଯାଇଥିଲା।

ଭାରତୀୟ ସ୍ପିନର କୁଲଦୀପ ଯାଦବ ଘାତକ ବୋଲିଂ କରି ୪ଟି ୱିକେଟ୍ ନେଇଥିଲେ। ଗୋଟିଏ ଓଭରରେ ସେ ଜାନସେନ୍‌ ଓ ବ୍ରିଟଜକେଙ୍କୁ ଆଉଟ୍ କରି ମ୍ୟାଚ୍‌ର ମୋଡ଼ ବଦଳାଇ ଦେଇଥିଲେ। ହର୍ଷିତ ରାଣା ଓ ଅର୍ଶଦୀପ ସିଂହ ମଧ୍ୟ ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri