Posted inଖେଳ

ଆଜି ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ନୂଆଦିଲ୍ଲୀ,୧୧।୧୦: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ୍‌ ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ ଜିତିଥିବା ଦଳ ମଧ୍ୟ ସିରିଜ ହାତେଇବ। ବର୍ତ୍ତମାନ ସିରିଜ ୧-୧ରେ ବରାବର ହୋଇଛି। ଦକ୍ଷିଣ ଆଫ୍ରିକା ପ୍ରଥମ ମ୍ୟାଚ୍‌କୁ ନଅ ରନ୍‌ରେ ଜିତିଥିଲା। ଏଥି ସହିତ ଦ୍ୱିତୀୟ ଦିନିକିଆକୁ ଭାରତ ୭ ଉଇକେଟ ନେଇ ଜିତିଥିଲା। ଭାରତ ଅପେକ୍ଷା ଦକ୍ଷିଣ ଆଫ୍ରିକା ପାଇଁ ଏହି ମ୍ୟାଚ ଅଧିକ ଗୁରୁତ୍ୱପୂର୍ଣ୍ଣ।
ବିଶ୍ୱ ସୁପରଲିଗରେ ସ୍ଥାନିତ ହୋଇଥିବା ଆଠଟି ଦଳ ବିଶ୍ୱକପ୍‌ରେ ସିଧାସଳଖ ପ୍ରବେଶ କରୁଛନ୍ତି, କିନ୍ତୁ ଆଫ୍ରିକା ବର୍ତ୍ତମାନ ଏକାଦଶ ସ୍ଥାନରେ ଅଛି। ଯଦି ଦକ୍ଷିଣ ଆଫ୍ରିକା ଏହି ମ୍ୟାଚ ହାରିଯାଏ, ତେବେ ଆସନ୍ତା ବର୍ଷ ଜିମ୍ବାୱେ ବିପକ୍ଷରେ ଯୋଗ୍ୟତା ପର୍ଯ୍ୟାୟ ଖେଳିବାକୁ ବାଧ୍ୟ ହେବ।
ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ୍‌ ନୂଆଦିଲ୍ଲୀରେ ଖେଳାଯିବ। ଏହି ମ୍ୟାଚ୍‌ ଭାରତୀୟ ସମୟ ଅନୁସାରେ ଦିନ ୧.୩୦ରୁ ଆରମ୍ଭ ହେବ। ଟସ୍‌ ଦିନ ୧.୦୦ରେ ପଡିବ। ଷ୍ଟାର୍‌ ସ୍ପୋର୍ଟସ ନେଟୱାର୍କ ନିକଟରେ ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି-୨୦ ସିରିଜ ପ୍ରସାରଣ କରିବାର ଅଧିକାର ଅଛି। ଷ୍ଟାର୍‌ ସ୍ପୋର୍ଟସର ବିଭିନ୍ନ ଚ୍ୟାନେଲରେ ଏହି ମ୍ୟାଚ ହିନ୍ଦୀ କିମ୍ବା ଇଂରାଜୀ କମେଣ୍ଟ୍ରି ଦେଖିହେବ। ଏହି ମ୍ୟାଚର ଲାଇଭ ଷ୍ଟ୍ରିମିଂ ଭାରତର ଡିଜନି ପ୍ଲସ ହଟଷ୍ଟାର୍‌ ଆପ ରେ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ଛାଲ ଜବତ, ଧରାପଡ଼ିଲେ ଦୁଇ ଅଭିଯୁକ୍ତ

ପାତ୍ରପୁର,୭।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ପୋଲିସ ଶନିବାର ୨ଟି କଲରାପତିରିଆ ବାଘ ଛାଲ ଜବତ କରିଛି। ଏପରିକି ପୋଲିସ ବନ୍ଧୁକ ବ୍ୟାଗ, ଧାରୁଆ…

ଇସ୍ରାଏଲର ପାଲଟା ଆକ୍ରମଣ; ହିଜବୋଲାର କମାଣ୍ଡ ସେଣ୍ଟର ଧ୍ବସଂ, ନେତାନ୍ୟାହୁ…

ଜେରୁଜେଲମ, ୭।୬: ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବଂ ଉତ୍ତେଜନା ମଧ୍ୟରେ, ରବିବାର ଏକ ନୂତନ ଘଟଣା ସାମ୍ନାକୁ ଆସିଛି । ଇସ୍ରାଏଲୀ ସେନା…

୧୨ ଜିଏମ୍‌ଏପିଭି ବିଦ୍ୟାଳୟ ନୂତନ ଭବନର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଦଶମ ଶ୍ରେଣୀ ଛାତ୍ରୀଙ୍କ ସହ କଲେ ଆଲୋଚନା

କୋରାପୁଟ,୭ା୬(ଅମିତାଭ ବେହେରା): କୋରାପୁଟ ଜିଲାର ୧୨ ଚୟନିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ(ଜିଏମଏପିଭି)ର ନୂତନ ଭବନ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭର୍ଚୁଆଲ…

ସ୍ବାସ୍ଥ୍ୟକେନ୍ଦ୍ର କୋଠା ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

ଛତ୍ରପୁର,୭ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ସୁନ୍ଦରପୁର ଗ୍ରାମରେ ନିର୍ମିତ ନୂତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର କୋଠା ଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ବିଧାୟକ କୃଷ୍ଣଚନ୍ଦ୍ର ନାୟକ…

ମୃତକଙ୍କ ପରିବାରକୁ ସମବେଦନା ଜଣାଉଥିବା ବେଳେ ମନ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ! ଏଭଳି କାଣ୍ଡ ଘଟାଇଲେ ଗାଁ ଲୋକେ

ପାଟନା,୭ା୬: ବିହାରର ଦକ୍ଷତା ବିକାଶ ମନ୍ତ୍ରୀ ଅରୁଣ ଶଙ୍କର ପ୍ରସାଦଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ମଧୁବାଣୀର ଥାହର ଗାଁରେ ଏହି ଘଟଣା ଘଟିଛି ।…

ଶୌଚ ହେବାକୁ ଆସି ଥୁବା-ହଞ୍ଜର ନାଳରେ ବୁଡିଗଲେ ମହିଳା, ଚାଲିଗଲା ଜୀବନ

ନନ୍ଦପୁର/ପାଡୁଆ,୭।୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା-ହଞ୍ଜର୍ ନାଳରୁ ରବିବାର ଅପରାହ୍ନରେ ଜଣେ ମହିଳାଙ୍କ ମୃତଦେହ ନନ୍ଦପୁର ଅଗ୍ନିଶମ ବାହିନୀ ଓ ନନ୍ଦପୁର…

ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ପରେ ପ୍ରତାରଣା, ବଳାତ୍କାର ମାମଲାରେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁ ରେ ଜଣେ ଯୁବତୀଙ୍କୁ ବିବାହପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

୭ବର୍ଷ ପରେ ଏକାଠି ହେଲେ ଦୁଇ ତାରକା

ମୁମ୍ବାଇ,୭।୬: ପୁଣି ଚର୍ଚ୍ଚାରେ ବଲିଉଡର ‘ଧକ-ଧକ ଗାର୍ଲ’ ମାଧୁରୀ ଦୀକ୍ଷିତ। ମାଧୁରୀ ଦୀକ୍ଷିତଙ୍କ ଫିଲ୍ମ ‘ମା-ବେହନ’ OTTରେ ରିଲିଜ ହୋଇଛି। ରିଲିଜ ଉପଲକ୍ଷେ ଶନିବାର ରାତିରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri