Posted inଖେଳ

କୋହଲି କଲେ ଆଶ୍ଚର୍ଯ୍ୟ, ବିସିସିଆଇର ଚିନ୍ତା ବଢିଲା!

ନୂଆଦିଲ୍ଲୀ,୧୪।୧୨:ନିକଟରେ ବିସିସିଆଇ ବିରାଟ କୋହଲିଙ୍କୁ ଦିନିକିଆ ଅଧିନାୟକରୁ ହଟାଇ ରୋହିତ ଶର୍ମାଙ୍କୁ ନୂତନ ଅଧିନାୟକ ଦାୟିତ୍ୱ ଦେଇଛି। ଏହାକୁ ନେଇ ଟିମ ଇଣ୍ଡିଆରେ କିଛି ବିବାଦ ଲାଗି ରହିଛି। ବିରାଟ କୋହଲି ବିସିସିଆଇର ଏହି ନିଷ୍ପତ୍ତି ଉପରେ ଖପ୍ପା ଅଛନ୍ତି ଏବଂ ଦକ୍ଷିଣ ଆଫ୍ରିକାରେ ଅନୁଷ୍ଠିତ ହେବାକୁ ଥିବା ଦିନିକିଆ ସିରିଜରୁ ବିଶ୍ରାମ ନେବା କହି ଓହରି ଯାଇଥିବା ବିଭିନ୍ନ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। କୋହଲି ଏପରି ନିଷ୍ପତ୍ତି ରାଗରେ ନେଇଥିବା କୁହାଯାଉଛି। ବିରାଟ କୋହଲିଙ୍କ ବିଶ୍ରାମ ଖବର ମଧ୍ୟ ଆଶ୍ଚର୍ଯ୍ୟଜନକ କାରଣ ସେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ଅନ୍ତର୍ଜାତୀୟ ସିରିଜ ଏବଂ ଟି -୨୦ ବିଶ୍ୱକପ ୨୦୨୧ ପରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଗୋଟିଏ ଟେଷ୍ଟ ମ୍ୟାଚରୁ ବିଶ୍ରାମ ନେଇଥିଲେ। ଏଭଳି ପରିସ୍ଥିତିରେ ବିରାଟ କୋହଲି କାହିଁକି ଏହି ପଦକ୍ଷେପ ନେଉଛନ୍ତି ବୋଲି ବଡ ପ୍ରଶ୍ନ ହେଉଛି।
ଏହାର ଅର୍ଥ ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ବିରାଟ କୋହଲିଙ୍କୁ ଦେଖିବାକୁ ମିଳିବ ନାହିଁ। ଦକ୍ଷିଣ ଆଫ୍ରିକା ଗସ୍ତ ଭାରତ ଡିସେମ୍ବର ୨୬ରୁ ଆରମ୍ଭ କରିବ। ଏଠାରେ ସେମାନଙ୍କୁ ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଏବଂ ଏକ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳିବାକୁ ପଡିବ। ଜାନୁଆରୀ ୧୯ରୁ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ଖେଳାଯିବ।
ଦକ୍ଷିଣ ଆଫ୍ରିକା ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରୁ ରୋହିତ ଶର୍ମା ବାଦ ପଡିଛନ୍ତି। ତାଙ୍କ ଆଘାତ ଗୁରୁତର ବୋଲି କୁହାଯାଉଛି ଏବଂ ଏଭଳି ପରିସ୍ଥିତିରେ ସେ ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳିବା ନେଇ ସନ୍ଦେହ ରହିଛି। ଏବେ ବିସିସିଆଇର ସମସ୍ୟା ହେଉଛି ଯେ ଦିନିକିଆ ସିରିଜରେ କିଏ ଟିମ ଇଣ୍ଡିଆକୁ ଅଧିନାୟକ କରିବ? ଏହାପୂର୍ବରୁ ବିସିସିଆଇ ଟିମ ଇଣ୍ଡିଆର ଉପ-ଅଧିନାୟକଙ୍କ ନାମ ଦିନିକିଆ ସିରିଜ ପାଇଁ ଘୋଷଣା କରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri