Posted inଖେଳ

ରୋହିତଙ୍କୁ ତାଙ୍କ ପ୍ରିୟ ସଟ ନ ଖେଳିବାକୁ ପରାମର୍ଶ ଦେଲେ ଗାଭାସ୍କର

ବେଙ୍ଗାଲୁରୁ,୧୧।୩: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଦୁଇ ଟେଷ୍ଟ ସିରିଜର ଶେଷ ମ୍ୟାଚ ମାର୍ଚ୍ଚ ୧୨ରୁ ବେଙ୍ଗାଲୁରୁର ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯିବ। ଅଧିନାୟକ ଭାବେ ରୋହିତ ଶର୍ମା ବିଜୟ ସହ ଟେଷ୍ଟ ସିରିଜ୍‌ ଆରମ୍ଭ କରିଛନ୍ତି। ଦିନିକିଆ ଭଳି ଟେଷ୍ଟରେ ମଧ୍ୟ ଶ୍ରୀଲଙ୍କାର ବିପକ୍ଷରେ କ୍ଲିନ୍‌ସୁଇପ୍‌ କରିବାକୁ ଭାରତ ନଜର ରହିଛି। କିନ୍ତୁ ଭାରତର ପୂର୍ବତନ କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ଆଖି ରୋହିତଙ୍କ ବ୍ୟାଟିଂ ଉପରେ ରହିଛି। ରୋହିତ ବ୍ୟାଟ ସହିତ ଭଲ ପ୍ରଦର୍ଶନ କରିବାରେ ବିଫଳ ହୋଇଛନ୍ତି। ଗାଭାସ୍କର ରୋହିତଙ୍କୁ ବ୍ୟାଟିଂରେ ପରିବର୍ତ୍ତନ ଆଣିବାକୁ କହିଛନ୍ତି। ଏଥିପାଇଁ ସେ କିଛି ଟିପ୍ସ ମଧ୍ୟ ଦେଇଛନ୍ତି।
ସୁନୀଲ ଗାଭାସ୍କର ରୋହିତ ଶର୍ମାଙ୍କୁ ତାଙ୍କ ପ୍ରିୟ ସଟ ନ ଖେଳିବାକୁ ପରାମର୍ଶ ଦେଇଛନ୍ତି। ପୁଲ ସଟ ହେଉଛି ରୋହିତଙ୍କ ପ୍ରିୟ ସଟ। କିନ୍ତୁ ଗାଭାସ୍କର ବିଶ୍ୱାସ କରନ୍ତି, ଯଦି ରୋହିତ ପୁଲ ସଟ ଖେଲିବା ବନ୍ଦ କରନ୍ତି ତେବେ ସେ ଅଧିକ ରନ ସ୍କୋର କରିପାରିବେ। ଏକ ସାକ୍ଷାତକାରରେ ଗାଭାସ୍କର କହିଛନ୍ତି, ତାଙ୍କୁ ଏ ବିଷୟରେ ଚିନ୍ତା କରିବାକୁ ପଡ଼ିବ। କିନ୍ତୁ ପୁଲ ସଟ୍‌ ଏକମାତ୍ର ସଟ ନୁହେଁ ଯେଉଁଥିରୁ ସେ ରନ କରିପାରିବେ। ତାଙ୍କର ଅନ୍ୟ ସଟ ଖେଳିବାର କ୍ଷମତା ମଧ୍ୟ ଅଛି। ଯେଉଁ ବୋଲରଙ୍କ ଟିକିଏ ଗତି ଅଛି, ସେ ତାଙ୍କ ବିପକ୍ଷରେ ସର୍ଟ ବଲ ବ୍ୟବହାର କରିବେ। କିନ୍ତୁ ସବୁ ବଲ୍‌ରେ ସେ ପୁଲ୍‌ ସଟ ଖେଲିବାକୁ ଚେଷ୍ଟା କରିବା ଉଚିତ୍‌ ନୁହେଁ ବୋଲି ସେ କହିଛନ୍ତି।
ରୋହିତ ଶର୍ମା ତାଙ୍କ ପୁଲ ସଟ ପାଇଁ ବହୁତ ପ୍ରସିଦ୍ଧ। ଏହି ସଟ ଖେଳି ସେ ବହୁତ ରନ ସ୍କୋର କରିଛନ୍ତି। ସେ କେବଳ ପୁଲ ସଟ ମାଧ୍ୟମରେ ଅନେକ ଲମ୍ବା ଛକା ମାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri