Posted inଖେଳ

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା ଟିମ୍‌ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଭାରତ ବ୍ୟାଟିଂ କରିବାକୁ ଓହ୍ଲାଇ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଖବର ଲେଖାଯିବା ସୁଦ୍ଧା ଭାରତ ୧୨ ଓଭରରେ ୬ ଉଇକେଟ ହରାଇ ୭୯ ରନ୍‌ କରିବାରେ ସଫଳ ହୋଇଛି। ବର୍ତ୍ତମାନର ସ୍ଥିତି ଦେଖିଲେ ଦଳ ବଡ଼ ସ୍କୋର କରିବାରେ ସକ୍ଷମ ହେବ ନାହିଁ ବୋଲି ଅନୁମାନ କରାଯାଉଛି।
ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ମଇଦାନକୁ ଓହ୍ଲାଇଥିବା ବେଳେ ଟି୨୦ ବିଶ୍ୱକପ ଇତିହାସରେ ଆମେରିକା ବିପକ୍ଷରେ ଭାରତର ଏହା ଦ୍ୱିତୀୟ ମ୍ୟାଚ। ୨୦୨୪ ଟି୨୦ ବିଶ୍ୱକପ ସମୟରେ ଭାରତ ଏବଂ ଆମେରିକା ମଧ୍ୟରେ ଏକମାତ୍ର ମ୍ୟାଚ୍‌ ନ୍ୟୁୟର୍କରେ ଖେଳାଯାଇଥିଲା। ଉକ୍ତ ମ୍ୟାଚରେ ଭାରତ ୭ ଉଇକେଟରେ ସହଜ ବିଜୟ ହାସଲ କରିଥିଲା।
କହିରଖୁଛୁ, ଟିମ ଇଣ୍ଡିଆକୁ ଟୁର୍ନାମେଣ୍ଟର ଗ୍ରୁପ A ରେ ରଖାଯାଇଛି। ଏହି ଗ୍ରୁପ୍‌ରେ ପାକିସ୍ତାନ, ଆମେରିକା, ନାମିବିଆ ଏବଂ ନେଦରଲ୍ୟାଣ୍ଡର ଦଳ ଅନ୍ତର୍ଭୁକ୍ତ ରହିଛନ୍ତି।
ଉଭୟ ଦଳର ସ୍କ୍ବାଡ:
ଭାରତ ଦଳ: ସୂର୍ଯ୍ୟକୁମାର ଯାଦବ (ଅଧିନାୟକ), ଅଭିଷେକ ଶର୍ମା, ତିଲକ ବର୍ମା, ଶିବମ ଦୁବେ, ଇଶାନ କିଶନ, ହାର୍ଦ୍ଦିକ ପାଣ୍ଡ୍ୟା, ଅର୍ଶଦୀପ ସିଂ, ରିଙ୍କୁ ସିଂ, ବରୁଣ ଚକ୍ରବର୍ତ୍ତୀ, ଅକ୍ଷର ପଟେଲ(ଉପଅଧିନାୟକ), ମହମ୍ମଦ ସିରାଜ

USAର ଦଳ: ମୋନାକ ପଟେଲ (ଅଧିନାୟକ), ଜେସି ସିଂ, ଆଣ୍ଡ୍ରିସ ଗୌସ, ଶେହାନ ଜୟସୁରିୟା, ମିଲିନ୍ଦ କୁମାର, ଶାୟାନ ଜାହାଙ୍ଗୀର, ସାଇତେଜା ମୁକ୍କମାଲା, ସଞ୍ଜୟ କୃଷ୍ଣମୂର୍ତ୍ତି, ହରମିତ ସିଂ, ନୋଷ୍ଟୁଶ କେନଜିଗେ, ଶାଦଲି ଭାନ ଶଲ୍କଭିକ, ସୌରଭ ନେତ୍ରଭାଲକର, ଅଲି ଖାନ, ମହମ୍ମଦ ମୋହସିନ, ଶୁଭମ୍‌ ରଞ୍ଜାନେ

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?