Posted inଖେଳ

ଶ୍ରେୟସଙ୍କ ପ୍ରଦର୍ଶନ ଉପରେ ନଜର; ଆଜି ସିରିଜ କବ୍ଜା ଲକ୍ଷ୍ୟରେ ଓହ୍ଲାଇବ ଭାରତ

ଫୋର୍ଟ ଲାଉଡ୍‌ରହିଲ,୬।୮: ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯିବାକୁ ଥିବା ଚତୁର୍ଥ ଟି୨୦ ମୁକାବିଲା ଶନିବାର ଖେଳାଯିବ। ଭାରତ ଏବେ ସିରିଜରେ ୨-୧ରେ ଆଗୁଆ ଥିବା ଯୋଗୁ ଆଜିର ମ୍ୟାଚ୍‌ ଜିତି ସିରିଜ ଉପରେ କବ୍ଜା କରିବା ଲକ୍ଷ୍ୟରେ ମଇଦାନକୁ ଓହ୍ଲାଇବ। ସେହିଭଳି ଓ୍ବେଷ୍ଟଇଣ୍ଡିଜ ମଧ୍ୟ ବାକିଥିବା ଦୁଇ ମ୍ୟାଚ୍‌କୁ ଜିତି ସିରିଜ ଜିତିବା ଲକ୍ଷ୍ୟ ରଖିଛି।

ତେବେ ଏହି ମ୍ୟାଚ୍‌ରେ ଶ୍ରେୟସ ଆୟରଙ୍କ ପ୍ରଦର୍ଶନ ଉପରେ ସମସ୍ତଙ୍କ ନଜର ରହିବ।କାରଣ ଏହା ତାଙ୍କର ବିଶ୍ୱକପ୍‌ ଟିମ୍‌ରେ ସ୍ଥାନକୁ ପକ୍କା କରିପାରେ। ଅପରପକ୍ଷେ ଦୀପକ ହୁଡ୍ଡା ମିଳିଥିବା ସୁଯୋଗର ଫାଇଦା ଉଠାଇଥିବା ଯୋଗୁ ମଧ୍ୟକ୍ରମରେ ଆୟରଙ୍କୁଁ ସ୍ଥାନ ମିଳିବା କଷ୍ଟକର। ଏସିଆ କପ୍‌ରେ କେଏଲ୍‌ ରାହୁଲ ଏବଂ ବିରାଟ କୋହଲି ଦଳକୁ ଫେରିବା ନିଶ୍ଚିତ ଥିବାରୁ ଶ୍ରେୟସ ଦଳରୁ ବାହାର ହୋଇ ପାରନ୍ତି। ଏଯାବତ ତିନି ମ୍ୟାଚ୍‌ରେ ସେ ଯଥାକ୍ରମେ ୦, ୧୧ ଏବଂ ୨୪ ରନ୍‌ କରିଛନ୍ତି।

ଗତ ମ୍ୟାଚ୍‌ରେ ଅଧିନାୟକ ରୋହିତ ଶର୍ମା ସୂର୍ଯ୍ୟକୁମାର ଯାଦବଙ୍କ ସହ ଓପନିଂ କରିବାକୁ ଓହ୍ଲାଇଥିଲେ। ଏଣୁ ସେ ଆଜିର ମ୍ୟାଚ୍‌ରେ ମଧ୍ୟ ଓପନିଂ କରିବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri