Posted inଖେଳ

ଆଜି ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ଟାରୌବା,୨୯ା୭:ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ଟିକିଆ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଆଜି ବ୍ରାଏନ ଲାରା କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯିବ। ଦିନିକିଆ ସିରିଜ୍‌କୁ କ୍ଲିନ୍‌ ସୁଇପ୍‌ କରିବା ପରେ ଭାରତୀୟ ଦଳ ଟି୨୦ ଅଭିଯାନ ଆରମ୍ଭ କରିବାକୁ ଯାଉଛି। ବରିଷ୍ଠ ଖେଳାଳିଙ୍କ ପ୍ରତ୍ୟାବର୍ତ୍ତନ ପରେ ଭାରତୀୟ ଦଳ ଆହୁରି ଶକ୍ତିଶାଳୀ ହୋଇପଡିଛି। ଦିନିକିଆ ସିରିଜରୁ ବିଶ୍ରାମ ନେଇଥିବା ରୋହିତ ଶର୍ମା, ରିଷଭ ପନ୍ତ, ଦୀନେଶ କାର୍ତ୍ତିକ, କେ. ଏଲ୍‌. ରାହୁଲ ଦଳକୁ ଫେରିଛନ୍ତି।
ସେହିପରି ଦିନିକିଆ ସିରିଜ ପରାଜୟକୁ ଭୁଲି ନୂଆ ଆରମ୍ଭ କରିବାକୁ ଚାହିଁବ ଓ୍ବେଷ୍ଟଇଣ୍ଡିଜ। କାଇଲ ମେୟର୍ସ ଓ ନିକୋଲାସ୍‌ ପୁରନ ଭଲ ବ୍ୟାଟିଂ ଫର୍ମରେ ରହିଥିବା ବେଳେ ହୋଲ୍ଡରଙ୍କ ଉପସ୍ଥିତି ଦଳକୁ ଶକ୍ତିଶାଳୀ କରିବ।
ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଦିନିକିଆ ବ୍ରାଏନ ଲାରା କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ୍‌ ଭାରତୀୟ ସମୟ ରାତି ୮ଟାରୁ ଆରମ୍ଭ ହେବ। ଟସ୍‌ ୭.୩୦ ପଡିବ। ସୋନି ସ୍ପୋର୍ଟସ ନେଟୱାର୍କ – ସୋନି ସିକ୍ସ ଏବଂ ସୋନି ସିକ୍ସ ଏଚ୍‌ଡିରେ ଏହି ମ୍ୟାଚ୍‌ ପ୍ରସାରିତ ହେବ। ଏହାସହ ମ୍ୟାଚ୍‌ର ଲାଇଭ ଷ୍ଟ୍ରିମିଂ ସୋନି ଲିଭରେ ଉପଲବ୍ଧ ହେବ।
ଭାରତ: ରୋହିତ ଶର୍ମା(ଅଧିନାୟକ), ଇଶାନ କିଶନ, ଶ୍ରେୟସ୍‌ ଆୟାର, ଦୀପକ ହୁଦା, ସୂର୍ଯ୍ୟକୁମାର ଯାଦବ, ହାର୍ଦ୍ଦିକ ପାଣ୍ଡ୍ୟା,ରିଷଭ ପନ୍ତ, କେ. ଏଲ୍‌. ରାହୁଲ, ଦୀନେଶ କାର୍ତ୍ତିକ, ରବୀନ୍ଦ୍ର ଜାଡେଜା, ଆର. ଅଶ୍ୱିନ୍‌, କୁଲଦୀପ ଯାଦବ, ଭୁବନେଶ୍ୱର କୁମାର, ଆଭେଶ ଖାନ୍‌, ହର୍ଶଲ ପଟେଲ, ରବି ବିଷ୍ଣୋଇ, ଅକ୍ଷର ପଟେଲ, ଅର୍ଶଦୀପ ସିଂ।
ଓ୍ବେଷ୍ଟଇଣ୍ଡିଜ ଦଳ: ନିକୋଲାସ୍‌ ପୁରନ୍‌(ଅଧିନାୟକ), ଶାଇ ହୋପ୍‌, ଶମାରା ବ୍ରୁକ୍‌ସ, କେସି କାର୍ଟି, ଜାସନ୍‌ ହୋଲ୍ଡର, ଅକିଲ୍‌ ହୋସେନ୍‌, ଆଲଜାରି ଯୋଶେଫ୍‌, ବ୍ରାଣ୍ଡନ କିଙ୍ଗ, କାଇଲ ମେୟର୍ସ, ଗୁଡାକେଶ ମୋତି, କିମୋ ପଲ୍‌, ରୋଭମାନ ପାଓ୍ବେଲ୍‌ ଓ ଜାଡେନ୍‌ ସେଲ୍ସ।


Enter your email to get our daily news in your inbox.

All Right Reserved By Dharitri.Com

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

ଜନସାଧାରଣଙ୍କ ପାଇଁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ନିଜ ବାସଭବନରେ ନ ରହି….

ପାଟନା,୧୩।୮: ବାଙ୍କୀପୁର ବିଧାନସଭା ଉପନିର୍ବାଚନ ଜିତିବା ପରେ ଜନ ସୁରାଜର ସଂସ୍ଥାପକ ତଥା ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଜନସାଧାରଣଙ୍କ ସ୍ୱାର୍ଥରେ ଏକ ବଡ଼ ଘୋଷଣା କରିଛନ୍ତି…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ଖୁସି: ଅକ୍ଟୋବର ପର୍ଯ୍ୟନ୍ତ ଏହି ୩ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌

ଅଗଷ୍ଟ ମାସରେ ଶନିଦେବଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଗୋଚର ହେବାକୁ ଯାଉଛି। ଜ୍ୟୋତିଷ ଅନୁସାରେ ଏହି ଗୋଚରର ପ୍ରଭାବ ବେଶ ଗୁରୁତ୍ୱପୂର୍ଣ୍ଣ ରହିପାରେ। ବର୍ତ୍ତମାନ ଶନି ମୀନ ରାଶିରେ…

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri