Categories: ଖେଳ

ଆଜି ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ଟାରୌବା,୨୯ା୭:ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ଟିକିଆ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଆଜି ବ୍ରାଏନ ଲାରା କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯିବ। ଦିନିକିଆ ସିରିଜ୍‌କୁ କ୍ଲିନ୍‌ ସୁଇପ୍‌ କରିବା ପରେ ଭାରତୀୟ ଦଳ ଟି୨୦ ଅଭିଯାନ ଆରମ୍ଭ କରିବାକୁ ଯାଉଛି। ବରିଷ୍ଠ ଖେଳାଳିଙ୍କ ପ୍ରତ୍ୟାବର୍ତ୍ତନ ପରେ ଭାରତୀୟ ଦଳ ଆହୁରି ଶକ୍ତିଶାଳୀ ହୋଇପଡିଛି। ଦିନିକିଆ ସିରିଜରୁ ବିଶ୍ରାମ ନେଇଥିବା ରୋହିତ ଶର୍ମା, ରିଷଭ ପନ୍ତ, ଦୀନେଶ କାର୍ତ୍ତିକ, କେ. ଏଲ୍‌. ରାହୁଲ ଦଳକୁ ଫେରିଛନ୍ତି।
ସେହିପରି ଦିନିକିଆ ସିରିଜ ପରାଜୟକୁ ଭୁଲି ନୂଆ ଆରମ୍ଭ କରିବାକୁ ଚାହିଁବ ଓ୍ବେଷ୍ଟଇଣ୍ଡିଜ। କାଇଲ ମେୟର୍ସ ଓ ନିକୋଲାସ୍‌ ପୁରନ ଭଲ ବ୍ୟାଟିଂ ଫର୍ମରେ ରହିଥିବା ବେଳେ ହୋଲ୍ଡରଙ୍କ ଉପସ୍ଥିତି ଦଳକୁ ଶକ୍ତିଶାଳୀ କରିବ।
ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଦିନିକିଆ ବ୍ରାଏନ ଲାରା କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ୍‌ ଭାରତୀୟ ସମୟ ରାତି ୮ଟାରୁ ଆରମ୍ଭ ହେବ। ଟସ୍‌ ୭.୩୦ ପଡିବ। ସୋନି ସ୍ପୋର୍ଟସ ନେଟୱାର୍କ – ସୋନି ସିକ୍ସ ଏବଂ ସୋନି ସିକ୍ସ ଏଚ୍‌ଡିରେ ଏହି ମ୍ୟାଚ୍‌ ପ୍ରସାରିତ ହେବ। ଏହାସହ ମ୍ୟାଚ୍‌ର ଲାଇଭ ଷ୍ଟ୍ରିମିଂ ସୋନି ଲିଭରେ ଉପଲବ୍ଧ ହେବ।
ଭାରତ: ରୋହିତ ଶର୍ମା(ଅଧିନାୟକ), ଇଶାନ କିଶନ, ଶ୍ରେୟସ୍‌ ଆୟାର, ଦୀପକ ହୁଦା, ସୂର୍ଯ୍ୟକୁମାର ଯାଦବ, ହାର୍ଦ୍ଦିକ ପାଣ୍ଡ୍ୟା,ରିଷଭ ପନ୍ତ, କେ. ଏଲ୍‌. ରାହୁଲ, ଦୀନେଶ କାର୍ତ୍ତିକ, ରବୀନ୍ଦ୍ର ଜାଡେଜା, ଆର. ଅଶ୍ୱିନ୍‌, କୁଲଦୀପ ଯାଦବ, ଭୁବନେଶ୍ୱର କୁମାର, ଆଭେଶ ଖାନ୍‌, ହର୍ଶଲ ପଟେଲ, ରବି ବିଷ୍ଣୋଇ, ଅକ୍ଷର ପଟେଲ, ଅର୍ଶଦୀପ ସିଂ।
ଓ୍ବେଷ୍ଟଇଣ୍ଡିଜ ଦଳ: ନିକୋଲାସ୍‌ ପୁରନ୍‌(ଅଧିନାୟକ), ଶାଇ ହୋପ୍‌, ଶମାରା ବ୍ରୁକ୍‌ସ, କେସି କାର୍ଟି, ଜାସନ୍‌ ହୋଲ୍ଡର, ଅକିଲ୍‌ ହୋସେନ୍‌, ଆଲଜାରି ଯୋଶେଫ୍‌, ବ୍ରାଣ୍ଡନ କିଙ୍ଗ, କାଇଲ ମେୟର୍ସ, ଗୁଡାକେଶ ମୋତି, କିମୋ ପଲ୍‌, ରୋଭମାନ ପାଓ୍ବେଲ୍‌ ଓ ଜାଡେନ୍‌ ସେଲ୍ସ।

Share