Posted inଖେଳ

ଆଜି ଦ୍ୱିତୀୟ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ପୋର୍ଟ ଅଫ ସ୍ପେନ୍‌,୨୪ା୭: ଆଜି ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ ଖେଳାଯିବ। ପ୍ରଥମ ଅନ୍ତର୍ଜାତୀୟ ଦିନିକିଆରେ କଡା ସଂଘର୍ଷପୂର୍ଣ୍ଣ ବିଜୟ ପରେ ସିରିଜ ବିଜୟ ଲକ୍ଷ୍ୟରେ ପଡିଆକୁ ଓହ୍ଲାଇବ ଭାରତୀୟ ଦଳ। ଷ୍ଟାଣ୍ଡଇନ୍‌ କ୍ୟାପଟେନ୍‌ ଶିଖର ଧାଓ୍ବନଙ୍କ ଆଗରେ ରହିଥିବା ଚ୍ୟାଲେଞ୍ଜ ମଧ୍ୟରୁ ସବୁଠାରୁ ବଡ ଚ୍ୟାଲେଞ୍ଜ ହେଉଛି ମଧ୍ୟକ୍ରମ ବ୍ୟାଟିଂ। ଟପ୍‌ ଅର୍ଡରରେ ଧାଓ୍ବନ୍‌ ଓ ଗିଲ୍‌ ଚମତ୍କାର ବ୍ୟାଟିଂ କରିଥିଲେ। ଡିଫେନ୍ସ ଓ ଆକ୍ରମଣର ଏକ ଚମତ୍କାର ସମନ୍ବୟ ସହିତ ଉଭୟ ଦଳକୁ ଏକ ବିଶାଳ ସ୍କୋର ଦିଗରେ ନେଇଥିଲେ। ତେବେ ପ୍ରଥମ ଥର କାରିବିୟାନ ମାଟିରେ ଖେଳୁଥିବା ଭାରତର ଅନଭିଜ୍ଞ ମଧ୍ୟକ୍ରମକୁ ବଶକରି ନେଇଥିଲେ ଇଣ୍ଡିଜ ବୋଲର। ତେବେ ସିରିଜ ବିଜୟ ଲକ୍ଷ୍ୟରେ ରହିଥିବା ଭାରତ ଦ୍ୱିତୀୟ ମ୍ୟାଚରେ ନିଜର ମଧ୍ୟକ୍ରମ ସମସ୍ୟା ସୁଧାରିବାକୁ ଚାହିଁବ।  ସେହିପରି କ୍ୟାରିୟରର ୧୮ତମ ଶତକ ଅଳ୍ପକେ ମିସ୍‌ କରିଥିବା ଧାଓ୍ବନଙ୍କ ନିକଟରୁ ମଧ୍ୟ ଏକ ବଡ ଇନିଂସ ଆଶା କରାଯାଏ।

ଭାରତ ଏବଂ ୱେଷ୍ଟଇଣ୍ଡିଜ ପ୍ରଥମ ଦିନିକିଆ ତ୍ରିନିଦାଦର ପୋର୍ଟ ଅଫ ସ୍ପେନର କ୍ୱିନ୍ସପାର୍କ ଓଭାଲରେ ଖେଳାଯିବ। ଭାରତୀୟ ସମୟ ସା ୭ଟାରେ ଆରମ୍ଭ ହେବ ଏବଂ ଟସ ୬.୩୦ରେ ପଡିବ। ଫାନକୋଡ ୱେବସାଇଟ ଏବଂ ଏହାର ଆପରେ ଲାଇଭ୍‌ ଷ୍ଟ୍ରିମିଂ ହେବ। ଏହାସହ ଡିଡି ସ୍ପୋର୍ଟସରେ ପ୍ରସାରିତ ହେବ।
ଭାରତୀୟ ଦଳ: ଶିଖର ଧାଓ୍ବନ(ଅଧିନାୟକ), ଋତୁରାଜ ଗାଏକ୍ୱାଡ, ଶୁବମନ ଗିଲ୍‌, ଦୀପକ ହୁଦା, ସୂର୍ଯ୍ୟକୁମାର ଯାଦବ, ଶ୍ରେୟାସ ଆୟାର, ଇଶାନ କିଶନ, ସଞ୍ଜୁ ସାମସନ୍‌, ରବୀନ୍ଦ୍ର ଜାଡେଜା(ଉପ-ଅଧିନାୟକ), ଶାର୍ଦ୍ଦୁଳ ଠାକୁର, ୟୁଜବେନ୍ଦ୍ର ଚହଲ, ଅକ୍ଷର ପଟେଲ, ଆଭେଶ ଖାନ୍‌, ପ୍ରସିଦ୍ଧ କ୍ରିଷ୍ଣା, ମହମ୍ମଦ ସିରାଜ୍‌ ଏବଂ ଅର୍ଶଦୀପ ସିଂ।
ଓ୍ବେଷ୍ଟଇଣ୍ଡିଜ ଦଳ: ନିକୋଲାସ୍‌ ପୁରନ୍‌(ଅଧିନାୟକ), ଶାଇ ହୋପ୍‌(ଉପ ଅଧିନାୟକ), ଶମାରା ବ୍ରୁକ୍‌ସ, କେସି କାର୍ଟି, ଜାସନ୍‌ ହୋଲ୍ଡର, ଅକିଲ୍‌ ହୋସେନ୍‌, ଆଲଜାରି ଯୋଶେଫ୍‌, ବ୍ରାଣ୍ଡନ କିଙ୍ଗ, କାଇଲ ମେୟର୍ସ, ଗୁଡାକେଶ ମୋତି, କିମୋ ପଲ୍‌, ରୋଭମାନ ପାଓ୍ବେଲ୍‌ ଓ ଜାଡେନ୍‌ ସେଲ୍ସ।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri