Posted inଖେଳ

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ତୃତୀୟ ଟି-୨୦: ବିଳମ୍ବରେ ଆରମ୍ଭ ହେବ ମ୍ୟାଚ୍‌

ସେଣ୍ଟ କିଟ୍ସ,୨।୮: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯିବାକୁ ଥିବା ତୃତୀୟ ଟି-୨୦ର ସମୟରେ ପରିବର୍ତ୍ତନ କରାଯାଇଛି। ସେଣ୍ଟ କିଟ୍ସରେ ଖେଳାଯିବାକୁ ଏହି ମ୍ୟାଚ ଭାରତୀୟ ସମୟ ରାତି ୮ଟା ପରିବର୍ତ୍ତେ ରାତି ୯.୩୦ରେ ଆରମ୍ଭ ହେବ। ବିସିସିଆଇ ଟୁଇଟ କରି ଏହି ସୂଚନା ଦେଇଛି।
ଦ୍ୱିତୀୟ ଟି -୨୦ ମ୍ୟାଚ ଆରମ୍ଭରେ ବହୁତ ବିଳମ୍ବ ହୋଇଥିଲା। ଦ୍ୱିତୀୟ ଟି-୨୦ ମ୍ୟାଚ ଭାରତୀୟ ସମୟ ରାତି ୮ ଟା ପରିବର୍ତ୍ତେ ରାତି ୧୧ ଟାରୁ ଆରମ୍ଭ ହୋଇଥିଲା। ଏହାକୁ ଦୃଷ୍ଟିରେ ରଖି ଆୟୋଜକମାନେ ଟିକେ ବିଳମ୍ବ ସହ ତୃତୀୟ ଟି -୨୦ ମ୍ୟାଚ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି।
ସୂଚନାଯୋଗ୍ୟ, ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ମ୍ୟାଚ ଖେଳାଯାଉଛି। ସିରିଜର ପ୍ରଥମ ମ୍ୟାଚ୍‌ ଭାରତ ଜିତିଥିଲା। କିନ୍ତୁ ଦ୍ୱିତୀୟ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଦଳ ଦୃଢ ପ୍ରତ୍ୟାବର୍ତ୍ତନ କରି ପାଞ୍ଚ ଉଇକେଟ ଜିତିବାରେ ସଫଳ ହୋଇଥିଲା। ବର୍ତ୍ତମାନ ଦୁଇ ଦେଶ ମଧ୍ୟରେ ଖେଳାଯାଉଥିବା ସିରିଜ ୧-୧ରେ ବରାବର ହୋଇଛି।
ତେବେ ମ୍ୟାଚ୍‌ ସମୟର ପରିବର୍ତ୍ତନ କେବଳ ତୃତୀୟ ମ୍ୟାଚରେ ପ୍ରଯୁଜ୍ୟ ହେବ। ସିରିଜର ଚତୁର୍ଥ ମ୍ୟାଚ ଅଗଷ୍ଟ ୬ରେ ଖେଳାଯିବାକୁ ଥିବାବେଳେ ଶେଷ ମ୍ୟାଚ ଅଗଷ୍ଟ ୭ରେ ଖେଳାଯିବ। ଏହି ଉଭୟ ମ୍ୟାଚ ଭାରତୀୟ ସମୟ ରାତି ୮ ଟାରୁ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri