Posted inଖେଳ

ପୂଜାରାଙ୍କୁ ଟିମ ଇଣ୍ଡିଆରେ ସ୍ଥାନ ନ ମିଳିବା ନେଇ ଅସନ୍ତୋଷ ବ୍ୟକ୍ତ କଲେ ଗାଭାସ୍କର

ନୂଆଦିଲ୍ଲୀ,୨୪।୬: ୧୨ ଜୁଲାଇରୁ ୱେଷ୍ଟଇଣ୍ଡିଜ ଗସ୍ତରେ ଭାରତୀୟ ଦଳକୁ ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ପଡିବ। ଏହାକୁ ନେଇ ଜୁନ ୨୩ରେ ଟିମ ଇଣ୍ଡିଆର ଚୟନକର୍ତ୍ତାମାନେ ଟେଷ୍ଟ ଏବଂ ଦିନିକିଆ ସିରିଜ ପାଇଁ ଦଳ ଘୋଷଣା କରିଥିଲେ। ଯେଉଁଠାରେ ଦିନିକିଆ ଦଳରେ ଅଧିକ ପରିବର୍ତ୍ତନ ଦେଖାଯାଇ ନ ଥିଲା। ଏଥି ସହିତ, ଚୟନକର୍ତ୍ତାମାନେ ଟେଷ୍ଟ ଦଳରେ କିଛି ବଡ ନିଷ୍ପତ୍ତି ନେଇଛନ୍ତି। ଚୟନକର୍ତ୍ତାମାନେ ଚେତେଶ୍ୱର ପୂଜାରାଙ୍କୁ ଟେଷ୍ଟ ଦଳରୁ ବାହର କରିଦେଇଛନ୍ତି। ବର୍ତ୍ତମାନ ପୂର୍ବତନ ଭାରତୀୟ ଖେଳାଳି ସୁନୀଲ ଗାଭାସ୍କର ଏଥିରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।

ଅନେକ ପୂର୍ବତନ ଖେଳାଳି ଚେତେଶ୍ୱର ପୂଜାରାଙ୍କ ବହିଷ୍କାରକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଥିବା ଜଣାପଡିଛି। ତେବେ ତାଙ୍କର ସମ୍ପ୍ରତି ଫର୍ମ ଅତ୍ୟନ୍ତ ଖରାପ ବୋଲି ଜଣାପଡିଛି। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲ୍ୟୁଟିସି) ଫାଇନାଲ ମ୍ୟାଚରେ ମଧ୍ୟ ସେ କିଛି ବିଶେଷ କରିପାରିନଥିଲେ। ଡବ୍ଲୁଟିସି ଫାଇନାଲରେ ପୂଜାରା କେବଳ ୧୪ଏବଂ ୨୭ ରନ ଇନିଂସ ଖେଳିବାରେ ସଫଳ ହୋଇଥିଲେ।

ଟିମ ଇଣ୍ଡିଆର ଏହି ଯାତ୍ରା ପାଇଁ ଦଳ ଚୟନ ଉପରେ ସୁନୀଲ ଗାଭାସ୍କର କହିଛନ୍ତି, କେବଳ ଚେତେଶ୍ୱର ପୂଜାରାଙ୍କୁ ଟିମ ଇଣ୍ଡିଆରୁ ବାହାର କରିଦିଆଯାଇଛି। ସେ ଏଭଳି କ’ଣ ଭୁଲ କରିଛନ୍ତି ଯାହା ବାକି ଖେଳାଳିମାନେ କରିନାହାଁନ୍ତି। ଦଳରୁ ଜଣେ ଖେଳାଳିଙ୍କୁ ବାଦ ଦେବାର ନିୟମ ସମସ୍ତଙ୍କ ପାଇଁ ସମାନ ହେବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ଅଭିଯୁକ୍ତ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍‌ ଜୋରଦାର୍‌…

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଭାରତୀୟ ବନ ସେବା ଅଧିକାରୀ(ଆଇଏଫ୍‌ଏସ୍‌) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଜଳାଶୟ…

ଅପରେସନ୍ ବ୍ଲାକ୍‌ ଫରେଷ୍ଟ-୨: ଅଣ୍ଟା ଭିଡ଼ିଛନ୍ତି ୨ହଜାରରୁ ଊର୍ଦ୍ଧ୍ୱ ଯବାନ

ମାଲକାନଗିରି,୨୦।୨: ମାଓବାଦୀଙ୍କ ବିରୋଧରେ ସୁରକ୍ଷାବଳକୁ ମିଳିଛି ଏକ ବଡ଼ ସଫଳତା। ‘ଅପରେସନ୍ ବ୍ଲାକ୍ ଫରେଷ୍ଟ-୨’ରେ ଟଳିଛନ୍ତି ୫ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ। ଛତିଶଗଡ଼ ଓ ତେଲଙ୍ଗାନା ସୀମାନ୍ତ…

ଶବ୍ଦଘାତକର ଯୁଗଯନ୍ତ୍ରଣା

ଡାକବାଜି,, ଡିଜେ, ବାଣ ଆଦି ଶବ୍ଦ ପ୍ରଦୂଷଣ ସୃଷ୍ଟିକାରୀ ଉପାଦାନ ଏବେ କେବଳ ଆଉ ପାର୍ବଣ ପାଳନ ମଧ୍ୟରେ ସୀମିତ ରହିନାହିଁ। ସହର ବଜାରରୁ ଆରମ୍ଭ କରି…

ପ୍ଲାଷ୍ଟିକମୟ ପୃଥିବୀ

ପୃଥିବୀ ସମ ଏକ ସୁନ୍ଦର ଗ୍ରହ ନାହିଁ କହିଲେ ଅତ୍ୟୁକ୍ତି ହେବନାହିଁ, ଯେଉଁଠାରେ ଆମେ ଜନ୍ମ ଗ୍ରହଣ କରି ନିଜକୁ ଭାଗ୍ୟବାନ ମନେକରୁ। କାରଣ ପୃଥିବୀ ଆମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri