Posted inଖେଳ

ଭାରତୀୟ ବୋଲର୍‌ଙ୍କ ଚମତ୍କାର ପ୍ରଦର୍ଶନ: ଜିମ୍ବାଓ୍ବେ ୧୮୯ ରନ୍‌ରେ ଅଲଆଉଟ୍‌

ହରାରେ,୧୮।୮: ଭାରତ ଏବଂ ଜିମ୍ବାୱେ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚରେ ଭାରତକୁ ୧୯୦ ରନ୍‌ର ବିଜୟ ଲକ୍ଷ୍ୟ ମିଳିଛି। ହରାରେ ସ୍ପୋର୍ଟସ କ୍ଲବରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଜିମ୍ବାଓ୍ବେ ପ୍ରଥମେ ବ୍ୟାଟିଂ କରି ୪୦.୩ ଓଭରରେ ୧୮୯ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା।
ଭାରତୀୟ ଅଧିନାୟକ କେ.ଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରଥମେ ବ୍ୟାଟିଂ କରି ଜିମ୍ବାୱେ ଦଳ ୫୭ ବଲ ବାକି ଥାଇ ଅଲଆଉଟ୍‌ ହୋଇଯାଇଥିଲା। ଜିମ୍ବାୱେ ପକ୍ଷରୁ ସର୍ବାଧିକ ୩୫ ରନ୍‌ ସ୍କୋର ଅଧିନାୟକ ଚକାବ୍ବା କରିଥିଲେ। ଜିମ୍ବାୱେର ଆରମ୍ଭ ଭଲ ଦେଖାଯାଉଥିଲା, କିନ୍ତୁ ଦୀପକ ଚହର ସପ୍ତମ ଓଭରରେ ୨୫ ଦଳଗତ ସ୍କୋରରେ ଇନୋସେଣ୍ଟ କାୟା (୪) କୁ ଆଉଟ୍‌ କରି ଆୟୋଜକଙ୍କୁ ପ୍ରଥମ ଝଟକା ଦେଇଥିଲେ। ଏହା ପରେ ଦଳ ନିୟମିତ ବ୍ୟବଧାନରେ ଉଇକେଟ ହରାଇଥିଲା। ଭାରତ ପାଇଁ ଅକ୍ଷର ପଟେଲ, ଦୀପକ ଚହର ଏବଂ ପ୍ରସିଦ୍ଧ କ୍ରିଷ୍ଣା ପ୍ରତ୍ୟେକ ୩ଟି ଲେଖାଏ ଉଇକେଟ ନେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ନା ଫର୍ମ? କାହିଁକି ସଂନ୍ୟାସ ନେବାକୁ ଚାହୁଁନାହାନ୍ତି ରୋହିତ, ଶାମି-ଭୁବନେଶ୍ୱର; ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ଦାବି!

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍‌ର ଅଭିଜ୍ଞ ଖେଳାଳି ରୋହିତ ଶର୍ମା, ମହମ୍ମଦ ଶାମି ଓ ଭୁବନେଶ୍ୱର କୁମାରଙ୍କ କ୍ୟାରିୟର ଶେଷ ହେବାକୁ ଯାଉଛି ଏବଂ ଚୟନକର୍ତ୍ତାମାନେ ସେମାନଙ୍କଠାରୁ ଆଗକୁ…

ICCର ବଡ଼ ଘୋଷଣା; ଭାରତରେ ହେବ ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫି! ଏହି ୨ ସହରରେ ଖେଳାଯିବ ମ୍ୟାଚ୍

ନୂଆଦିଲ୍ଲୀ,୨।୯: ମହିଳା କ୍ରିକେଟ୍‌କୁ ନେଇ ICC ବଡ଼ ଘୋଷଣା କରିଛି । ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରିବ ଭାରତ । ପୂର୍ବରୁ ଏହି ଟୁର୍ଣ୍ଣାମେଣ୍ଟ…

GDP ତଥ୍ୟକୁ ନେଇ ବିବାଦ; ସ୍ପଷ୍ଟୀକରଣ ରଖିଲେ ସରକାର, ଆକଳନରେ…

ନୂଆଦିଲ୍ଲୀ,୨ା୯: ଭାରତୀୟ ଅର୍ଥନୀତିର GDP ତଥ୍ୟକୁ ନେଇ ଉଠିଥିବା ପ୍ରଶ୍ନ ଉପରେ ସରକାର ଏବେ ସ୍ପଷ୍ଟୀକରଣ ଦେଇଛନ୍ତି । ଅଗଷ୍ଟ ୩୧ରେ ପରିସଂଖ୍ୟାନ ଓ କାର୍ଯ୍ୟକ୍ରମ କାର୍ଯ୍ୟାନ୍ୱୟନ…

ହାଇକୋର୍ଟଙ୍କ ବଡ଼ ରାୟ, ନାବାଳିକା ପତ୍ନୀଙ୍କ ସହ ସମ୍ପର୍କ…

ଥିରୁଭାନନ୍ତପୁରମ,୨।୯: ନାବାଳିକାଙ୍କ ସୁରକ୍ଷା ମାମଲାରେ କେରଳ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । କୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଆଇନ ଓ ଶିଶୁଙ୍କ ସୁରକ୍ଷାଠାରୁ କୌଣସି ଧାର୍ମିକ…

ହଇଚଇ…CVC ରିପୋର୍ଟରେ ବଡ଼ ଖୁଲାସା, ଦୁର୍ନୀତି ଅଭିଯୋଗରେ ଏହି ବିଭାଗ ଆଗରେ

ନୂଆଦିଲ୍ଲୀ,୨।୯: ସରକାରୀ ସଂସ୍ଥାଗୁଡ଼ିକରେ ଦୁର୍ନୀତି ନେଇ ଆସିଥିବା ଅଭିଯୋଗକୁ ନେଇ ବଡ଼ ତଥ୍ୟ ସାମ୍ନାକୁ ଆଣିଛି କେନ୍ଦ୍ରୀୟ ଭିଜିଲାନ୍ସ କମିଶନ୍ (CVC)। CVCର ବାର୍ଷିକ ରିପୋର୍ଟ ୨୦୨୫…

ଘରେ ସ୍ତ୍ରୀକୁ ପିଟିପିଟି ହତ୍ୟା, ଘଟଣାସ୍ଥଳରୁ ସ୍ବାମୀ ଫେରାର

ନୂଆଗାଁ,୨ା୯ (ଧନେଶ୍ୱର ସାହୁ): ନୟାଗଡ ଜିଲା ନୂଆଗାଁ ଥାନା ନୂଆଗାଁ ସଦର ପଂଚାୟତ କାଚପଲି ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି ସ୍ବାମୀ…

ବାୟୁସେନାରେ ଥିଲା ୧.୮୨ ଲକ୍ଷ ଦରମା! ଏବେ ରାମ ମନ୍ଦିର CEO ଭାବେ କେତେ ପ୍ୟାକେଜ୍ ପାଇବେ ଜିତେନ୍ଦ୍ର ମିଶ୍ରା?

ଅଯୋଧ୍ୟା,୨।୯: ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟକୁ ମିଳିଛନ୍ତି ପ୍ରଥମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)। ଭାରତୀୟ ବାୟୁସେନାର ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କୁ…

ଖସୁଛି ସୁନା ଦର, ମୁହଁ ମାଡ଼ି ପଡ଼ିଲା ରୂପା: ୬ ଦିନରେ ୧୧,୦୦୦ ଟଙ୍କା ଶସ୍ତା ହେଲା…

ନୂଆଦିଲ୍ଲୀ,୨।୯: ଦେଶର ରାଜଧାନୀ ଦିଲ୍ଲୀରେ ସୁନା ଏବଂ ରୂପା ମୂଲ୍ୟରେ କ୍ରମାଗତ ହ୍ରାସ ଦେଖିବାକୁ ମିଳୁଛି। ବିଶ୍ୱ ବଜାରରେ ମାନ୍ଦାବସ୍ଥା ଏବଂ ବିକ୍ରି ଚାପ ଯୋଗୁ ଦେଶୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri