Posted inଜାତୀୟ

ଜଳବାୟୁ ପରିବର୍ତ୍ତନ ଯୋଗୁ ଅସୁରକ୍ଷିତ ଭାରତ

କୋଏମ୍ବାଟୁର, ୧୨।୬: ଜଳବାୟୁ ପରିବର୍ତ୍ତନ ଯୋଗୁ ଭାରତ ଅସୁରକ୍ଷିତ। ଏହା ପଛର ମୁଖ୍ୟ କାରଣ ଜନସଂଖ୍ୟା ବୃଦ୍ଧି ବୋଲି ଜାତିସଂଘ ଏନ୍‌ଭାଇରୋନମେଣ୍ଟାଲ ପ୍ରୋଗ୍ରାମ (ୟୁଏନ୍‌ଇପି) ଏକ୍‌ଜିକ୍ୟୁଟିଭ୍‌ ଡିରେକ୍ଟର ଏରିକ୍‌ ସୋଲହେମ କହିଛନ୍ତି। ଜଳବାୟୁ ପରିବର୍ତ୍ତନର ପ୍ରଭାବ ସାରା ବିଶ୍ୱରେ ପଡ଼ୁଥିବାବେଳେ ଅନ୍ୟ ଦେଶଗୁଡ଼ିକ ତୁଳନାରେ ଭାରତ ଅଧିକ କ୍ଷତିଗ୍ରସ୍ତ ହୋଇଥିବା ଆନୁଷ୍ଠାନିକ କନ୍‌ସଲଟେଶନ୍‌ ଫୋରମ୍‌ ୟୁଥ୍‌ ୨୦ (ଓ୍ବାଇ୨୦) କାର୍ଯ୍ୟକ୍ରମ ଭାଷଣରେ ସେ ପ୍ରକାଶ କରିଛନ୍ତି। ଜି୨୦ ସଦସ୍ୟ ରାଷ୍ଟ୍ରଗୁଡ଼ିକ ଏହି କାର୍ଯ୍ୟକ୍ରମ ଜରିଆରେ ପରସ୍ପର ସହ ଜଳବାୟୁ ପରିବର୍ତ୍ତନ ସମ୍ବନ୍ଧୀୟ ଆଲୋଚନା କରିପାରିବେ।
ଭାରତର ଦିଲ୍ଲୀ ସହର ଅଧିକ ପ୍ରଦୂଷତ। ଜଳବାୟୁ ପରିବର୍ତ୍ତନ ଯୋଗୁ ଉଭୟ ଆମେରିକା ଓ ଭାରତରେ ପ୍ରାକୃତିକ ବିପର୍ଯ୍ୟୟ ମଧ୍ୟ ଦେଖିବାକୁ ମିଳୁଛି। ବହୁଳମାତ୍ରାରେ ଜଙ୍ଗଲ କ୍ଷୟ ହେଉଥିବାରୁ ପ୍ରାଣୀଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ବୈଶ୍ୱିକ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଜଳବାୟୁ ପରିବର୍ତ୍ତନ କାରଣରୁ ଗତବର୍ଷ ପାକିସ୍ତାନରେ ଭୟାବହ ବନ୍ୟା ଅନେକଙ୍କ ପ୍ରାଣ ନେଇଥିବାବେଳେ ଆମେରିକା ଓ ୟୁରୋପରେ ଭୀଷଣ ବନାଗ୍ନି ଦେଖିବାକୁ ମିଳିଥିଲା। ଅନ୍ୟପକ୍ଷେ ପରିବେଶ ସୁରକ୍ଷା ପାଇଁ ଚାଇନା ବୈଦ୍ୟୁତିକ ପଦ୍ଧତିକୁ ଆପଣାଇଛି। ଇଲେକ୍ଟ୍ରିକ୍‌ କାର ନିର୍ମାଣ କ୍ଷେତ୍ରରେ ଚାଇନା ବିଶ୍ୱ ନେତା ପାଲଟିଛି। ବର୍ତ୍ତମାନ ସମୟରେ ଭାରତର କିଛି ସହରରେ ଇଲେକ୍ଟ୍ରିକ୍‌ ବସ୍‌ ଚାଲିବା ଆରମ୍ଭ ହୋଇଥିବାବେଳେ ୨୭ଟି ସହରରେ ମେଟ୍ରୋ ସିଷ୍ଟମ ଦେଖିବାକୁ ମିଳିଛି। ପରିବେଶ ପ୍ରଦୂଷଣ ରୋକିବା କ୍ଷେତ୍ରରେ ବୈଦ୍ୟୁତିକ ଯାନ ସାହାଯ୍ୟ କରିବ। ଲୋକମାନେ ଇନ୍ଧନ ଚାଳିତ କାର୍‌ କିଣିବା ପରିବର୍ତ୍ତେ ଇଲେକ୍ଟିକ୍‌ ଯାନ ବ୍ୟବହାର ପ୍ରତି ଆଗ୍ରହ ପ୍ରଦର୍ଶନ କରିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri