ଭାରତ ଶାନ୍ତିପୂର୍ଣ୍ଣ ସମାଧାନ ଚାହେଁ

ବାରି(ଇଟାଲୀ),୧୫ା୬: ଭାରତ ସବୁ ସମସ୍ୟାର ମାନବକୈନ୍ଦ୍ରିକ ସମାଧାନରେ ବିଶ୍ୱାସ କରେ। ଆଲୋଚନା ଓ କୂଟନୀତି ଜରିଆରେ ୟୁକ୍ରେନ୍‌ ସଂଘର୍ଷର ଶାନ୍ତିପୂର୍ଣ୍ଣ ସମାଧାନ ସମ୍ଭବ। ଏଥିପାଇଁ ଭାରତ ନିଜ ସୀମାରେ ରହି ଯାହାକିଛି ପାରିବ, ସବୁ କରିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କିଙ୍କୁ କହିଛନ୍ତି। ଇଟାଲୀର ଅପୁଲିଆରେ ଚାଲିଥିବା ଜି୭ ସମ୍ମିଳନୀରେ ଦୁଇନେତାଙ୍କ ମଧ୍ୟରେ ସାକ୍ଷାତ ବେଳେ ମୋଦି ଜେଲେନ୍‌ସ୍କିଙ୍କୁ ଏହି ପ୍ରତିଶ୍ରୁତି ଦେଇଛନ୍ତି। ଆଲୋଚନା ବେଳେ ସୁଇଜରଲାଣ୍ଡରେ ଶନିବାର ଓ ରବିବାର ହେବାକୁ ଥିବା ୟୁକ୍ରେନ୍‌ ଶାନ୍ତି ସମ୍ମିଳନୀ ବିଷୟ ମଧ୍ୟ ଉଠିଥିଲା। ଏହି କନ୍‌କ୍ଲେଭ୍‌କୁ ଭାରତ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ପଠାଇଥିବାରୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜେଲେନ୍‌ସ୍କି ଧନ୍ୟବାଦ ଦେଇଛନ୍ତି।
କାନାଡା, ଫ୍ରାନ୍ସ, ଜର୍ମାନୀ, ଇଟାଲୀ, ଜାପାନ, ବ୍ରିଟେନ୍‌ ଓ ଆମେରିକା ଭଳି ଶିଳ୍ପସମୃଦ୍ଧ ରାଷ୍ଟ୍ରସମୂହକୁ ନେଇ ଜି୭ ଗଠିତ। ଭାରତ ଏହି ଗୋଷ୍ଠୀର ସଦସ୍ୟ ନ ଥିଲେ ମଧ୍ୟ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ନିମନ୍ତ୍ରଣକ୍ରମେ ମୋଦି ସେଠାକୁ ଯାଇଛନ୍ତି। ଜି୭ ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌, ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଋଷି ସୁନକ, ଫ୍ରାନ୍ସ ରାଷ୍ଟ୍ରପତି ଇମାନ୍ବେଲ ମାକ୍‌ରଁଙ୍କ ସମେତ ଅନ୍ୟ ବିଶ୍ୱନେତାଙ୍କୁ ଭେଟିଛନ୍ତି। ଜି୭ରେ କ୍ୟାଥୋଲିକ୍‌ ଧର୍ମଗୁରୁ ପୋପ୍‌ ଫ୍ରାନ୍ସିସ୍‌ ଯୋଗଦେବା ଅବସରରେ ବିକାଶରେ ମାନବୀୟ ମର୍ଯ୍ୟାଦାକୁ ସର୍ବାଧିକ ଅଗ୍ରାଧିକାର ଦେବାକୁ ପରାମର୍ଶ ଦେଇଛନ୍ତି। ଶକ୍ତିଶାଳୀ ଟେକ୍ନୋଲୋଜି ମଣିଷର ସମ୍ପର୍କକୁ ଆଲ୍‌ଗୋରିଦିମ୍‌ରେ ପରିଣତ କରିଦେଇଥିବା ନେଇ ସେ ସତର୍କ କରାଇଛନ୍ତି। ଏଥିସହ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ)ର ଭୟାବହତା ସମ୍ପର୍କରେ ବିଶ୍ୱନେତାଙ୍କୁ ଚେତାଇଦେଇଛନ୍ତି।

ପୋପ୍‌ଙ୍କୁ ନିମନ୍ତ୍ରଣ କଲେ ପ୍ରଧାନମନ୍ତ୍ରୀ

ଜି-୭ ବୈଠକରେ ଯୋଗ ଦେଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର କାଥୋଲିକ୍‌ ଧର୍ମଗୁରୁ ପୋପ୍‌ ଫ୍ରାନ୍ସିସ୍‌ଙ୍କୁ ଭେଟି ଭାରତ ଆସିବା ପାଇଁ ନିମନ୍ତ୍ରଣ କରିଛନ୍ତି। ସମ୍ମିଳନୀ ସ୍ଥଳ ବୋର୍‌ଗୋ ଏଗ୍‌ନାଜିଆରେ ବିଶ୍ୱନେତାମାନଙ୍କ ସହ ସାମିଲ ହେବା ପାଇଁ ୮୭ ବର୍ଷୀୟ ପୋପ୍‌ ଏକ ହୁଇଲ୍‌ ଚେୟାରରେ ଯାଇଥିଲେ। ପ୍ରଧାନମନ୍ତ୍ରୀ ମୋଦି ପୋପ୍‌ଙ୍କ ସହ ଭାବବିନିମୟ କରିଥିଲେ। ମୋଦି ପୋପ୍‌ଙ୍କୁ ଆଲିଙ୍ଗନ କରିଥିବା ବେଳର ଫଟୋକୁ ନିଜ ଏକ୍ସ ହ୍ୟାଣ୍ଡେଲରେ ପୋଷ୍ଟ କରିଛନ୍ତି। ବିଶ୍ୱବାସୀଙ୍କ ପ୍ରତି ପୋପ୍‌ଙ୍କ ପ୍ରତିଶ୍ରୁତିବଦ୍ଧତା ପ୍ରଶଂସନୀୟ। ତାଙ୍କୁ ମୁଁ ଭାରତକୁ ନିମନ୍ତ୍ରଣ କରିଛି ବୋଲି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri