Posted inଜାତୀୟ

‘ଭାରତ ପରିବହନ ବିମାନର ଏକ ପ୍ରମୁଖ ଉତ୍ପାଦକ ହେବ’

ନୂଆଦିଲ୍ଲୀ,୩୦ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଗୁଜରାଟର ବଡ଼ଦୋରାଠାରେ ସି-୨୯୫ ପରିବହନ ବିମାନ ଉତ୍ପାଦନ ସୁବିଧାର ମୂଳଦୁଆ ପକାଇଛନ୍ତି। ପ୍ରତିରକ୍ଷା ମନ୍ତ୍ରଣାଳୟର ଅଧିକାରୀ କହିଛନ୍ତି, ଭାରତୀୟ ବାୟୁସେନା ପାଇଁ ସି-୨୯୫ ପରିବହନ ବିମାନ ଟାଟା-ଏୟାରବସ୍‌ ଦ୍ୱାରା ନିର୍ମିତ ହେବ। ପ୍ରତିରକ୍ଷା ସଚିବ ଅରମାନ ଗିରିଧରଙ୍କ ଅନୁଯାୟୀ, ୪୦ଟି ବିମାନ ଉତ୍ପାଦନ ବ୍ୟତୀତ ବଡ଼ଦୋରାସ୍ଥିତ ସୁବିଧା ବାୟୁସେନା ଆବଶ୍ୟକତା ଏବଂ ରପ୍ତାନୀ ପାଇଁ ଅତିରିକ୍ତ ବିମାନ ଉତ୍ପାଦନ କରିବ।

ମୋଦି କହିଛନ୍ତି, ‘ମେକ ଇନ୍‌ ଇଣ୍ଡିଆ, ମେକ୍‌ ଫର୍‌ ଗ୍ଲୋବର’ ଏହି ମନ୍ତ୍ର ଉପରେ ଭାରତ ଆଜି ଆଗକୁ ବଢ଼ୁଛି। ବର୍ତ୍ତମାନ ଭାରତ ମଧ୍ୟ ପରିବହନ ବିମାନର ଏକ ପ୍ରମୁଖ ଉତ୍ପାଦକ ହେବ। ଆଜି ଏହା ଭାରତରେ ଲଞ୍ଚ କରାଯାଇଛି। ମୁଁ ସେହି ଦିନ ଦେଖୁଛି, ଯେତେବେଳେ ବିଶ୍ୱର ସର୍ବବୃହତ ଯାତ୍ରୀବାହୀ ବିମାନ ମଧ୍ୟ ଭାରତରେ ତିଆରି ହେବ।

ପ୍ରଧାନମନ୍ତ୍ରୀ ଆହୁରି କହିଛନ୍ତି। ଆଜି ଆମେ ଭାରତକୁ ବିଶ୍ୱର ସବୁଠାରୁ ବଡ଼ ଉତ୍ପାଦନ କେନ୍ଦ୍ର ଭାବେ ପରିଣତ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେଉଛୁ। ଆଜି ଭାରତ ନିଜର ଯୁଦ୍ଧ ବିମାନ, ଟ୍ୟାଙ୍କ, ବୁଡ଼ାଜାହାଜ ତିଆରି କରୁଛି। କେବଳ ଏତିକି ନୁହେଁ, ଭାରତରେ ନିର୍ମିତ ଔଷଧ ଏବଂ ଟିକା ମଧ୍ୟ ବିଶ୍ୱର ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ରକ୍ଷା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ଶାନ୍ତି ଆଲୋଚନାରେ ଏହି ମୁଖ୍ୟ ପ୍ରସଙ୍ଗ ରଖିବ ଇରାନ, ବିଦେଶରେ ଅଟକି ଥିବା…

ତେହରାନ,୨୧ା୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri