Posted inଜାତୀୟ

ବିଶ୍ୱର ଟପ୍‌-୩ ଅର୍ଥବ୍ୟବସ୍ଥାରେ ସାମିଲ ହେବ ଭାରତ, ମୁଁ ଦେଉଛି ଗ୍ୟାରେଣ୍ଟି: ମୋଦି

ନୂଆଦିଲ୍ଲୀ,୧୦।୧: ଭାଏବ୍ରାଣ୍ଟ ଗୁଜରାଟ ଗ୍ଲୋବାଲ ସମ୍ମିଳନୀରେ ଅଂଶଗ୍ରହଣ କରିଥିବା ସମସ୍ତ ଦେଶକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଧନ୍ୟବାଦ ଜଣାଇଛନ୍ତି। ଏହି ଅବସରରେ ସେ କହିଛନ୍ତି, ଆମେ ଏକ ଲକ୍ଷ୍ୟ ସ୍ଥିର କରିଛୁ ଯେ ଭାରତ ସ୍ବାଧୀନତାର ୧୦୦ ବର୍ଷ ପାଳନ କରିବା ବେଳକୁ ଏହା ଏକ ବିକାଶଶୀଳ ଦେଶ ନୁହେଁ ବରଂ ଏକ ବିକଶିତ ଦେଶ ହେବ। ଆଜି ୨୫ ବର୍ଷର କାର୍ଯ୍ୟକାଳ ହେଉଛି ଭାରତର ଅମୃତ କାଳ। ଏହା ହେଉଛି ନୂତନ ସ୍ବପ୍ନ, ନୂତନ ସଂକଳ୍ପ ଏବଂ ଦୈନିକ ନୂତନ ସଫଳତାର ସମୟ। ଏହି ଅମୃତ କାଳରେ ଏହା ହେଉଛି ପ୍ରଥମ ଭାଏବ୍ରାଣ୍ଟ ଗୁଜରାଟ ସମ୍ମିଳନୀ। ତେଣୁ ଏହାର ଗୁରୁତ୍ୱ ଆହୁରି ବୃଦ୍ଧି ପାଇଛି। ଏହି ଶିଖର ସମ୍ମିଳନୀକୁ ଆସିଥିବା ୧୦୦ରୁ ଅଧିକ ଦେଶର ପ୍ରତିନିଧୀମାନେ ଭାରତର ବିକାଶ ଯାତ୍ରାର ଗୁରୁତ୍ୱପୂର୍ଣ୍ଣ ସହଯୋଗୀ ଅଟନ୍ତି।
ପ୍ରଧାନମନ୍ତ୍ରୀ ମୋଦି ଆହୁରି କହିଛନ୍ତି, କିଛି ସମୟ ପୂର୍ବରୁ ଭାରତ ବିଶ୍ୱର ପଞ୍ଚମ ବୃହତ୍ତମ ଅର୍ଥବ୍ୟବସ୍ଥା ଥିଲା, କିନ୍ତୁ ଆଗାମୀ ଦିନରେ ଭାରତ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତିରେ ପରିଣତ ହେବ। ଏହା ହେଉଛି ମୋଦିଙ୍କ ଗ୍ୟାରେଣ୍ଟି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri