Posted inଜାତୀୟ

ଅମିତ ଶାହାଙ୍କ ଘୋଷଣା- ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ମାଓବାଦୀମୁକ୍ତ ହେବ ଭାରତ 

ନୂଆଦିଲ୍ଲୀ,୨୦।୩: ଛତିଶଗଡ଼ରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି। ଗୁରୁବାର ବିଜାପୁର-ଦନ୍ତେୱାଡା ସୀମାରେ ସୁରକ୍ଷା ବାହିନୀ ୨୨ ଜଣ ମାଓବାଦୀଙ୍କୁ ହତ୍ୟା କରିଛନ୍ତି। ଏହି ଅବସରରେ ଗୃହମନ୍ତ୍ରୀ ଅମିତ ଶାହା ଭାରତକୁ ମାଓବାଦୀମୁକ୍ତ କରିବା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଗୃହମନ୍ତ୍ରୀ କହିଛନ୍ତି ଯେ ଆସନ୍ତା ବର୍ଷ ମାର୍ଚ୍ଚ ୩୧ ପୂର୍ବରୁ ଦେଶ ମାଓବାଦୀ ମୁକ୍ତ ହୋଇଯିବ।
ଛତିଶଗଡ଼ର ଗଙ୍ଗାଲୁର ପିଏସ୍‌ ସୀମା ନିକଟରେ ବିଜାପୁର-ଦନ୍ତେୱାଡା ସୀମାରେ ଗୁରୁବାର ସକାଳ ୭ଟାରୁ ସୁରକ୍ଷା ବାହିନୀ ଏବଂ ନକ୍ସଲ ମଧ୍ୟରେ ଏନକାଉଣ୍ଟର ଚାଲିଥିଲା। ଉଭୟ ପାର୍ଶ୍ୱରୁ ଗୁଳିଚାଳନା ଚାଲିଥିଲା, ଏହି ସମୟରେ ସୁରକ୍ଷା ବାହିନୀ ଏନକାଉଣ୍ଟରରେ ୨୨ ଜଣ ମାଓବାଦୀଙ୍କ ମୃତ୍ୟୁ ଘଟିଥିଲା।
ସୁରକ୍ଷା ବାହିନୀର ଏହି ବଡ଼ ସଫଳତା ଅବସରରେ ଗୃହମନ୍ତ୍ରୀ ଅମିତ ଶାହା ସୋସିଆଲ ମିଡିଆ ହ୍ୟାଣ୍ଡେଲ X ରେ ପୋଷ୍ଟ କରି କହିଛନ୍ତି, ଆଜି ଆମର ଯବାନମାନେ ମାଓବାଦୀମୁକ୍ତ ଭାରତ ଅଭିଯାନ ଦିଗରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ଛତିଶଗଡ଼ର ବିଜାପୁର ଏବଂ କାଙ୍କେରରେ ଆମ ସୁରକ୍ଷା ବାହିନୀର ଦୁଇଟି ପୃଥକ ଅପରେଶନରେ ୨୨ ଜଣ ମାଓବାଦୀ ନିହତ ହୋଇଛନ୍ତି।
ଅମିତ ଶାହ ଆହୁରି କହିଛନ୍ତି, ମୋଦୀ ସରକାର ମାଓବାଦୀଙ୍କ ବିରୋଧରେ କଠୋର ଆଭିମୁଖ୍ୟ ନେଇ ଆଗକୁ ବଢ଼ୁଛନ୍ତି ଏବଂ ଆତ୍ମସମର୍ପଣ ଠାରୁ ଆରମ୍ଭ କରି ଅନ୍ତର୍ଭୁକ୍ତିକରଣ ପର୍ଯ୍ୟନ୍ତ ସମସ୍ତ ସୁବିଧା ସତ୍ତ୍ୱେ ଆତ୍ମସମର୍ପଣ କରୁନଥିବା ମାଓବାଦୀଙ୍କ ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଗ୍ରହଣ କରୁଛନ୍ତି। ଆସନ୍ତା ବର୍ଷ ୩୧ ମାର୍ଚ୍ଚ ପୂର୍ବରୁ ଦେଶ ନକ୍ସଲ ମୁକ୍ତ ହେବାକୁ ଯାଉଛି।
କହିରଖୁଛୁ, ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାର ଗଙ୍ଗଲୁର ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ଜୋରଦାର ଗୁଳିବିନିମୟ ହୋଇ ପୃଥକ୍‌ ସ୍ଥାନରେ ୨୨ ମାଓବାଦୀ ନିହତ ହୋଇଛନ୍ତି। ଗାଙ୍ଗୋଲ ଅଞ୍ଚଳରେ ୧୮ ମାଓବାଦୀ ନିହତ ହୋଇଥିବାବେଳେ କାଙ୍କେରରେ ଆଉ ୪ ମାଓବାଦୀ ନିହତ ହୋଇଛନ୍ତି। ପୋଲିସ ଏନ୍‌କାଉଣ୍ଟରରେ ଏହି ମାଓବାଦୀମାନେ ନିହତ ହୋଇଥିବା ସୂଚନା ଦେଇଛନ୍ତି ବିଜାପୁର ଏସ୍‌ପି। ଏହି ଜଙ୍ଗଲରେମାଓବାଦୀଙ୍କ ବଡ଼ ଧରଣର ବେସ୍‌ କ୍ୟାମ୍ପ ଥିଲା । ତେଣୁ ପୋଲିସ ଏନ୍‌କାଉଣ୍ଟରରେ ମାଓବାଦୀଙ୍କ ବଡ଼ କ୍ଷତି ହୋଇଛି।

Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri