ଭାରତ ରଚିବ ଇତିହାସ, ଆସନ୍ତା ସପ୍ତାହକୁ ଅପେକ୍ଷା…

ନୂଆଦିଲ୍ଲୀ,୧୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଆସନ୍ତା ସପ୍ତାହରେ କରୋନା ମହାମାରୀ ବିରୋଧରେ ଟିକାକରଣ ଅଭିଯାନରେ ଭାରତ ଇତିହାସ ରଚିବା ସହିତ ୧୦୦ କୋଟି ଲୋକଙ୍କୁ ଟିକାକରଣ ଲକ୍ଷ୍ୟ ପୂରଣ କରିବାକୁ ଯାଉଛି। ଭାରତ ୧୦ ମାସରେ ଏହି ଲକ୍ଷ୍ୟ ପୂରଣ କରିବାକୁ ଯାଉଛି। ବର୍ତ୍ତମାନ ସୁଦ୍ଧା ଦେଶରେ ୯୭ କୋଟି ୬୫ ଲକ୍ଷ ୮୯ ହଜାର ୫୪୦ ଜଣଙ୍କୁ ଟିକାଦାନ ସରିଛି।

ସେଥିମଧ୍ୟରେ ୬୯ କୋଟି ୫୦ଲକ୍ଷରୁ ଅଧିକଙ୍କୁ ପ୍ରଥମ ଡୋଜ୍‌ ଟିକା ପ୍ରଦାନ କରାଯାଇଛି। ସେହିପରି ୨୮ କୋଟି ୧୯ ଲକ୍ଷରୁ ଅଧିକଙ୍କୁ ଦ୍ୱିତୀୟ ଡୋଜ ଦିଆ ସରିିଛି। ଭାରତରେ ୧୮ ବର୍ଷରୁ ଅଧିକ ବୟସ୍କଙ୍କ ମଧ୍ୟରେ ୯୪ ଲକ୍ଷାୁ ଅଧିକଙ୍କୁ ଟିକାଦାନ କରାଯାଇଛି। ଏପର୍ଯ୍ୟନ୍ତ ପ୍ରାୟ ୭୦ ପ୍ରତିଶତ ଲୋକଙ୍କୁ ଟିକାର ପ୍ରଥମ ଏବଂ ପ୍ରାୟ ୩୦ ପ୍ରତିଶତ ଲୋକଙ୍କୁ ଉଭୟ ଡୋଜ୍‌ ଦିଆଯାଇଛି।

୧୭ ସେପ୍ଟେମ୍ବରରେ ଗୋଟିଏ ଦିନରେ ଅଢ଼େଇ କୋଟି ଲୋକଙ୍କୁ ଡୋଜ୍‌ ଦିଆଯାଇଥିଲା। ଟିକା ବିକଶିତ କରିବାକୁ ବର୍ଷ ବର୍ଷ ଲାଗିଥିଲା। ପ୍ରକୃତ ପକ୍ଷେ ଏକ ଟିକା ବିକଶିତ କରିବାକୁ ସାଧାରଣତଃ ୫ ରୁ ୧୦ ବର୍ଷ ସମୟ ଲାଗିଥାଏ। କିନ୍ତୁ, ଭାରତ ଏହି ଲକ୍ଷ୍ୟ କମ୍‌ ସମୟ ମଧ୍ୟରେ ପୂରଣ କରିପାରିଛି।

ସୂଚନାଯୋଗ୍ୟ, ଦେଶରେ ଚଳିତ ବର୍ଷ ୧୬ ଜାନୁଆରୀରୁ ସାର୍ବଜନୀକ ଟିକାକରଣ ଅଭିଯାନ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri