Posted inଜାତୀୟ

”ସମସ୍ତଙ୍କ ପ୍ରୟାସରେ ଭାରତ ହେବ ବିକଶିତ”: ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାର୍ତ୍ତା

ନୂଆଦିଲ୍ଲୀ,୯।୧୨: କେନ୍ଦ୍ର ସରକାରଙ୍କର ବିକଶିତ ଭାରତ ସଂକଳ୍ପ ଯାତ୍ରା କାର୍ଯ୍ୟକ୍ରମ ଅଧିନରେ ବର୍ତ୍ତମାନ ସମଗ୍ର ଦେଶରେ ଲୋକମାନଙ୍କୁ ସରକାରଙ୍କର ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ସଚେତନ କରିବା ଲାଗି କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି । ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଆଭାସୀ ଜରିଆରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ଗୁରୁତ୍ୱ ସମ୍ପର୍କରେ ଉଦ୍‍ବୋଧନ ଦେଇଛନ୍ତି ।

ସରକାରଙ୍କ ବିଭିନ୍ନ କଲ୍ୟାଣକାରୀ ଯୋଜନା ହିତାଧିକାରୀଙ୍କ ପାଖରେ ଯେଭଳି ପହଞ୍ଚିପାରିବ ତାହା ସୁନିଶ୍ଚିତ
କରିବାକୁ ସେ ଦେଶବାସୀଙ୍କୁ ନିବେଦନ କରିଛନ୍ତି । ଗରିବ ହିତାଧିକାରୀ ଯୋଜନାର ଲାଭ ପାଇଲେ ତାହା ରାଷ୍ଟ୍ରୀୟ ବିକାଶକୁ ତ୍ୱରାନ୍ୱିତ କରିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । କେନ୍ଦ୍ର ସରକାରଙ୍କ ବିଭିନ୍ନ କଲ୍ୟାଣକାରୀ ଯୋଜନା ଯଥା- ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଉଜ୍ଜ୍ୱଳା, ସ୍ୱଚ୍ଛ ଭାରତ, ବିଦ୍ୟୁତୀକରଣ, ଆୟୁଷ୍ମାନ ଭାରତ, ଜଳଜୀବନ ମିଶନ, ମୁଦ୍ରାଋଣ, ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନା ଆଦିକୁ ସମାଜର ଅନ୍ତିମ ସୋପାନରେ ଥିବା ଗରିବଙ୍କ ପାଖରେ ପହଞ୍ଚାଇବାକୁ ସେ ପରାମର୍ଶ ଦେଇଛନ୍ତି ।

ପଞ୍ଚାୟତସ୍ତରରୁ ଆରମ୍ଭ କରି ଜିଲ୍ଲାସ୍ତର ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଲୋକଙ୍କୁ ମାଗଣା ସ୍ୱାସ୍ଥ୍ୟ ସେବା ସହ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ସଚେତନ କରାଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତମାସ ୧୫ ତାରିଖରେ ଝାଡଖଣ୍ଡର ଖୁଣ୍ଟିଠାରୁ ବିକଶିତ ଭାରତ ସଂକଳ୍ପ ଯାତ୍ରାର ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମ ଓଡ଼ିଶାର ବିଭିନ୍ନ ପଞ୍ଚାୟତରେ ଆୟୋଜନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

୧୩ହଜାର ଟଙ୍କା ଶସ୍ତା ହେଲା ସୁନା; ଏକ୍ସପର୍ଟ କଲେ ବଡ଼ ଭବିଷ୍ୟବାଣୀ, ଆଗକୁ…

ନୂଆଦିଲ୍ଲୀ,୨୨।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ, ଏହି ସପ୍ତାହରେ ସୁନା ଏବଂ ରୂପା ମୂଲ୍ୟରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri