Posted inଖେଳ

ଭାରତ ପ୍ରଥମେ ମଙ୍ଗୋଲିଆକୁ ଭେଟିବ

ଭୁବନେଶ୍ୱର, ୧୩।୫(କ୍ରୀଡ଼ା ପ୍ରତିନିଧି): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ହେବାକୁ ଯାଉଥିବା ହିରୋ ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟବଲ ଟୁର୍ନାମେଣ୍ଟର କାର୍ଯ୍ୟସୂଚୀ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ ଭାରତ ସମେତ ଲେବାନନ, ମଙ୍ଗୋଲିଆ ଓ ଭାନୁଆଟୁ ଦଳ ଅଂଶଗ୍ରହଣ କରିବେ। ଜୁନ ୯ ତାରିଖରୁ ପ୍ରତିଯୋଗିତା ଆରମ୍ଭ ହେବ। ଏହି ଦିନ ଅପରାହ୍ନ ୪ଟା ୩୦ରେ ଲେବାନନ ଓ ଭାନୁଆଟୁ ମଧ୍ୟରେ ପ୍ରଥମ ମ୍ୟାଚ ଅନୁଷ୍ଠିତ। ରାତି ୭ଟା ୩୦ରେ ଭାରତ ଏହାର ପ୍ରଥମ ମ୍ୟାଚରେ ମଙ୍ଗୋଲିଆକୁ ଭେଟିବ। ଅଂଶଗ୍ରହଣକାରୀ ୪ ଦଳ ପରସ୍ପରକୁ ଗୋଟିଏ ଲେଖାଏ ମ୍ୟାଚରେ ଭେଟିବେ। ଶୀର୍ଷ ଦୁଇଦଳ ଜୁନ୍‌ ୧୮ରେ ଫାଇନାଲରେ ପରସ୍ପରକୁ ଭେଟିବେ। କାତାରରେ ହେବାକୁଥିବା ୨୦୨୩ ଏଫ୍‌ସି ଏସିଆନ କପ୍‌ ପାଇଁ ଏହି ଟୁର୍ନାମେଣ୍ଟ ପ୍ରସ୍ତୁତି ସଦୃଶ ହେବ। ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ପରେ ଭାରତ ସାଫ୍‌ ଚାମ୍ପିୟନଶିପ୍‌ ଖେଳିବ। ଏହା ଆସନ୍ତା ଜୁନ୍‌ ୨୧ରୁ ଜୁଲାଇ ୩ ପର୍ଯ୍ୟନ୍ତ ବେଙ୍ଗାଲୁରୁଠାରେ ଅନୁଷ୍ଠିତ ହେବ। ମୁଖ୍ୟ କୋଚ୍‌ ଇଗର ଷ୍ଟିମାକଙ୍କ ଅଧିନରେ ଜାତୀୟ ଦଳ ଚଳିତ ମାସ ୧୫ ତାରିଖରୁ କଳିଙ୍ଗ ଷ୍ଟାଡିୟମରେ ଅଭ୍ୟାସ କରିବ। ଏଥିପାଇଁ ଭାରତୀୟ ଦଳର ଖେଳାଳିମାନେ ଶନିବାରଠାରୁ ଭୁବନେଶ୍ୱରରେ ପହଞ୍ଚତ୍ବା ଆରମ୍ଭ କରିବେ। କଳିଙ୍ଗ ଷ୍ଟାଡିୟମରେ ଇଣ୍ଟରକଣ୍ଟିନେଣ୍ଟାଲ୍‌ କପ୍‌ର ତୃତୀୟ ସଂସ୍କରଣ ଅନୁଷ୍ଠିତ ହେବ। ପୂର୍ବ ୨ ସଂସ୍କରଣ ମୁମ୍ବାଇ (୨୦୧୮) ଓ ଅହମଦାବାଦ (୨୦୧୯)ରେ ଅନୁଷ୍ଠିତ ହୋଇଥିଲା।
କାର୍ଯ୍ୟସୂଚୀ
ଜୁନ୍‌ ୯: ଲେବାନନ ବନାମ ଭାନୁଆଟୁ, ଅପରାହ୍ନ ୪ଟା ୩୦
ଭାରତ ବନାମ ମଙ୍ଗୋଲିଆ
ରାତି ୭ଟା ୩୦
ଜୁନ୍‌ ୧୨: ମଙ୍ଗୋଲିଆ ବନାମ ଲେବାନନ, ଅପରାହ୍ନ ୪ଟା ୩୦
ଭାରତ ବନାମ ଭାନୁଆଟୁ
ରାତି ୭ଟା ୩୦
ଜୁନ ୧୫: ଭାନୁଆଟୁ ବନାମ ମଙ୍ଗୋଲିଆ, ଅପରାହ୍ନ ୪ଟା ୩୦
ଭାରତ ବନାମ ଲେବାନନ
ରାତି ୭ଟା ୩୦
ଜୁନ୍‌ ୧୮: ଫାଇନାଲ, ରାତି ୭ଟା ୩୦।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri