ଭାରତ ପ୍ରଥମେ ସ୍ପେନ୍‌କୁ ଭେଟିବ

ଭୁବନେଶ୍ୱର, ୨୮।୯ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶାରେ ଦ୍ୱିତୀୟ ଥର ପାଇଁ ହେବାକୁ ଯାଉଥିବା ହକି ବିଶ୍ୱକପ୍‌ର ଆଗାମୀ ସଂସ୍କରଣ ପାଇଁ ମଙ୍ଗଳବାର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଭୁବନେଶ୍ୱର ଓ ରାଉରକେଲାରେ ଏହି ପ୍ରତିଯୋଗିତା ୨୦୨୩ ଜାନୁୟାରୀ ୧୩ରୁ ୨୯ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ପ୍ରତିଯୋଗିତାରେ ମୋଟ ୪୪ଟି ମ୍ୟାଚ ଖେଳାଯିବ। ଭୁବନେଶ୍ୱରରେ ୨୪ଟି ଓ ରାଉରକେଲାରେ ୨୦ଟି ମ୍ୟାଚ ଅନୁଷ୍ଠିତ ହେବ। ୧୩ ତାରିଖ ଅପରାହ୍ନ ୧ଟାରେ ୨୦୧୬ ଅଲିମ୍ପିକ୍‌ ଗୋଲ୍ଡ ମେଡାଲିଷ୍ଟ ଆର୍ଜେଣ୍ଟିନା ଓ ଆଫ୍ରିକାର ସର୍ବୋଚ୍ଚ ର଼୍ୟାଙ୍କ୍‌ପ୍ରାପ୍ତ ଦଳ ଦକ୍ଷିଣ ଆଫ୍ରିକା ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଦ୍ୱିତୀୟ ମ୍ୟାଚ ସେହିଦିନ ଅପରାହ୍ନ ୩ଟାରେ ବିଶ୍ୱର ନମ୍ବରଓ୍ବାନ ଦଳ ଅଷ୍ଟ୍ରେଲିଆ ଓ ଫ୍ରାନ୍ସ ମଧ୍ୟରେ ଖେଳାଯିବ। ୨୦୧୮ ବିଶ୍ୱକପ୍‌ର କ୍ୱାର୍ଟର ଫାଇନାଲରେ ଏହି ଦୁଇ ଦଳ ମଧ୍ୟରେ ମୁକାବିଲା ହୋଇଥିଲା। ପ୍ରଥମ ଥର ପାଇଁ ଏଫ୍‌ଆଇଏଚ୍‌ ବିଶ୍ୱକପ୍‌ ମ୍ୟାଚ ଆୟୋଜନ କରିବାକୁ ଯାଉଥିବା ରାଉରକେଲାର ନବନିର୍ମିତ ବିର୍ସାମୁଣ୍ଡା ଷ୍ଟାଡିୟମରେ ୧୩ ତାରିଖ ଅପରାହ୍ନ ୫ଟାରେ ଇଂଲଣ୍ଡ-ଓ୍ବେଲ୍ସ  ଏବଂ ରାତି ୭ଟାରେ ଭାରତ ଏହାର ପ୍ରଥମ ମ୍ୟାଚରେ ସ୍ପେନ୍‌କୁ ଭେଟିବ। କାର୍ଯ୍ୟସୂଚୀ ଅନୁସାରେ ପ୍ରତି ଦଳ ଉଭୟ ଭେନ୍ୟୁରେ ଖେଳିବା ସୁଯୋଗ ପାଇବେ। କଳିଙ୍ଗ ଷ୍ଟାଡିୟମରେ ସେମିଫାଇନାଲ ଓ ଫାଇନାଲ ଅନୁଷ୍ଠିତ ହେବ। ଏହି ମେଗା ପ୍ରତିଯୋଗିତା ପାଇଁ ଟିକେଟ ବିକ୍ରି ପ୍ରକ୍ରିୟା ଖୁବ୍‌ଶୀଘ୍ର ଆରମ୍ଭ ହେବ ବୋଲି ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ପକ୍ଷରୁ ସୂଚନା ଦିଆଯାଇଛି। ଦର୍ଶକଙ୍କୁ ଉତ୍ସାହିତ କରିବା ପାଇଁ ପଦକ୍ଷେପ ନିଆଯାଇଛି। ଟିକେଟ ପାଇଁ ଦର୍ଶକମାନେ https://fih.formstack.com/forms/world_cup_tickets_pre_registration ରେ ରେଜିଷ୍ଟର କରିପାରିବେ। ସେପ୍ଟେମ୍ବର ୮ରେ ଭୁବନେଶ୍ୱରରେ ପ୍ରତିଯୋଗିତାର ଡ୍ର’ ଉଠାଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଡ୍ର’ ଅନୁସାରେ ପୁଲ୍‌ ‘ଏ’ରେ ଅଷ୍ଟ୍ରେଲିଆ, ଆର୍ଜେଣ୍ଟିନା, ଫ୍ରାନ୍ସ, ଦକ୍ଷିଣ ଆଫ୍ରିକା, ପୁଲ୍‌ ‘ବି’ରେ ବେଲ୍‌ଜିୟମ, ଜର୍ମାନୀ, କୋରିଆ, ଜାପାନ, ପୁଲ୍‌ ‘ସି’ରେ ନେଦରଲାଣ୍ଡ୍ସ, ନ୍ୟୁଜିଲାଣ୍ଡ, ମାଲେସିଆ, ଚିଲି ଏବଂ ପୁଲ୍‌ ‘ଡି’ରେ ଭାରତ, ଇଂଲଣ୍ଡ, ସ୍ପେନ୍‌ ଓ ଓ୍ବେଲ୍ସ ସ୍ଥାନ ପାଇଛନ୍ତି। ଚିଲି ଓ ଓ୍ବେଲ୍ସ ପ୍ରଥମଥର ପାଇଁ ପୁରୁଷ ହକି ବିଶ୍ୱକପ୍‌ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ବେଲ୍‌ଜିୟମ ହେଉଛି ବର୍ତ୍ତମାନର ବିଶ୍ୱ ଚାମ୍ପିୟନ। ୨୦୧୮ ଫାଇନାଲରେ ଏହି ଦଳ ନେଦରଲାଣ୍ଡ୍ସକୁ ପରାସ୍ତ କରି ଟାଇଟଲ ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri