Posted inଖେଳ

ଭାରତ ଆଜି ଭାନୁଆଟୁକୁ ଭେଟିବ

ଭୁବନେଶ୍ୱର, ୧୨।୬ (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଚତୁଃରାଷ୍ଟ୍ରୀୟ ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ସୋମବାର ୨ଟି ମ୍ୟାଚ୍‌ ଅନୁଷ୍ଠିତ ହେବ। ଅପରାହ୍ନ ୪ଟା ୩୦ରେ ଲେବାନନ୍‌ ବିପକ୍ଷରେ ଖେଳିବ ମଙ୍ଗୋଲିଆ। ସନ୍ଧ୍ୟା ୭ଟା ୩୦ରେ ଭାରତ ଏହାର ଦ୍ୱିତୀୟ ମ୍ୟାଚ୍‌ରେ ଭାନୁଆଟୁକୁ ଭେଟିବ। ଗତ ଶୁକ୍ରବାର ଭାରତ ଏହାର ପ୍ରଥମ ମ୍ୟାଚରେ ମଙ୍ଗୋଲିଆକୁ ୨-୦ ଗୋଲରେ ପରାସ୍ତ କରିଥିଲା। ଭାନୁଆଟୁକୁ ହରାଇପାରିଲେ ସିଧାସଳଖ ଫାଇନାଲରେ ପ୍ରବେଶ କରିବ। ତେଣୁ ତୃତୀୟ ମ୍ୟାଚ୍‌କୁ ଅପେକ୍ଷା କରିବା ଅପେକ୍ଷା ଆଗାମୀ ମ୍ୟାଚ୍‌ ଜିତି ଫାଇନାଲ ଖେଳିବା ଲକ୍ଷ୍ୟରେ ରହିଛି ଇଗର ଷ୍ଟିମାକ୍‌ଙ୍କ ପ୍ରଶିକ୍ଷଣପ୍ରାପ୍ତ ଘରୋଇ ଦଳ। ପୂର୍ବ ମ୍ୟାଚ୍‌ରେ ଭାରତ ପକ୍ଷରୁ ସହଲ ଅବଦୁଲ ସମଦ ଦ୍ୱିତୀୟ ଏବଂ ଲାଲିଆଞ୍ଜୁଆଲା ଚାଙ୍ଗଟେ ୧୪ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ତେଣୁ ଏହି ଦୁଇ ଖେଳାଳିଙ୍କ ଉପରେ ନିଶ୍ଚିତ ବିପକ୍ଷ ଦଳର ନଜର ରହିବ। ଅନ୍ୟପକ୍ଷରେ ଭାନୁଆଟୁ ନିଜର ପ୍ରଥମ ମ୍ୟାଚ୍‌ରେ ଲେବାନନ୍‌ଠାରୁ ୧-୩ ଗୋଲରେ ହାରିଯାଇଥିଲା। ତେଣୁ ଆଗାମୀ ମ୍ୟାଚ୍‌ ଏହି ଦଳ ପାଇଁ ଅନେକ ଗୁରୁତ୍ୱ ବହନ କରୁଛି। ବିଜୟୀ ହେଲେ ଭାନୁଆଟୁ ଫାଇନାଲ ଦୌଡ଼ରେ ରହିବ, ନଚେତ ଲିଗ୍‌ ପର୍ଯ୍ୟାୟରୁ ବିଦାହେବ। ଦେଖିବାକୁ ଗଲେ ଭାରତ ନିଜର ପ୍ରଥମ ମ୍ୟାଚ୍‌ରେ ୧୪ ମିନିଟ ମଧ୍ୟରେ ଯାହା ଗୋଲ ସ୍କୋର କରିଥିଲା। ଖେଳର ଅବଶିଷ୍ଟ ଭାଗରେ ଦଳ ପ୍ରତିପକ୍ଷ ରକ୍ଷଣଭାଗ ଭେଦ କରିବାରେ ସଫଳ ହୋଇ ନ ଥିଲା। ତେଣୁ ଏହାକୁ ଦୃଷ୍ଟିରେ ରଖି ଭାନୁଆଟୁ ବିପକ୍ଷ ମ୍ୟାଚ୍‌ ଖେଳିବାକୁ ପଡ଼ିବ। କାରଣ ମ୍ୟାଚ୍‌ ହାରିଥିଲେ ମଧ୍ୟ ଭାନୁଆଟୁ ଗୋଟିଏ ଗୋଲ ପରିଶୋଧ କରିବାକୁ ସକ୍ଷମ ହୋଇଥିଲା। ତେଣୁ ଏହି ଦଳକୁ କେବେ ହାଲ୍‌କାଭାବେ ନେଇହେବନି।
ଭାରତୀୟ ସିନିୟର ପୁରୁଷ ଫୁଟବଲ ଦଳ ପ୍ରଥମଥର ପାଇଁ ଭାନୁଆଟୁକୁ ଭେଟିବ। ୧୮ ବର୍ଷରୁ କମ୍‌ ଭାରତୀୟ ଦଳ ୨୦୧୯ରେ ଭାନୁଆଟୁ ଗସ୍ତ କରିଥିଲା। ସେତେବେଳେ ପୋର୍ଟ ଭିଲାରେ ଓଏଫ୍‌ସି ୟୁଥ୍‌ ଡେଭଲପ୍‌ମେଣ୍ଟ ଟୁର୍ନାମେଣ୍ଟ ଟାଇଟଲ ଜିତିବା ପଥରେ ଭାରତୀୟ ଦଳ ୧-୦ ଗୋଲରେ ଭାନୁଆଟୁକୁ ପରାସ୍ତ କରିଥିଲା। ଏହି ଦଳର ସଦସ୍ୟ ଥିବା ଆକାଶ ମିଶ୍ର ଏକମାତ୍ର ଏବେ ଭାରତୀୟ ଦଳରେ ଖେଳୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଘରେ କେହି ନଥିବା ବେଳେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର, ପରିବାର ଲୋକେ ଆସିବାରୁ….

ଦେବଗଡ,୨୨।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳପୁର୍ବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ତେବେ ଦେବଗଡ ଥାନା ପୋଲିସ ଶନିବାର ଜଣେ…

ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଶନିବାର ନିର୍ଦ୍ଦେଶ…

ବର୍ଡରରେ ପାକିସ୍ତାନର ବଡ଼ ଏୟାରଷ୍ଟ୍ରାଇକ୍‌, ସକାଳୁ ସକାଳୁ ଥରିଲା…

ଇସଲାମବାଦ,୨୨।୨: ପାକିସ୍ତାନର ବଡ଼ ଏୟାର ଷ୍ଟ୍ରାଇକ୍‌। ଆଫଗାନିସ୍ତାନରେ ପାକିସ୍ତାନ ବଡ଼ ଷ୍ଟ୍ରାଇକ୍‌ କରିଥିବା ସମ୍ପର୍କରେ ସୂଚନା ମିଳିଛି। ରିପୋର୍ଟ ଅନୁଯାୟୀ ପାକିସ୍ତାନୀ ବାୟୁସେନା ଆଫଗାନିସ୍ତାନର ପାକତିକା ପ୍ରଦେଶର…

ଜଳିଗଲା ବଡ଼ପଡ଼ିଆ ପରିବା ମାର୍କେଟ୍, ୬୫ ରୁ ଅଧିକ ଦୋକାନ ପୋଡ଼ି ପାଉଁଶ

ପାରାଦୀପ,୨୨।୨(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ବନ୍ଦର ସହର ବଡପଡିଆ ମୁଖ୍ୟ ପରିବା ମାର୍କେଟରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି ।ଏଥିରେ ୬୫ ରୁ ଅଧିକ…

ଭାରତୀୟ ବ୍ୟବସାୟୀଙ୍କୁ ଆଶ୍ବସ୍ତି; ଶସ୍ତା ହେବ ଆମେରିକା ବଜାରକୁ ଯାଉଥିବା ସାମଗ୍ରୀ

ଓ୍ବାଶିଂଟନ୍‌,୨୨।୨: ଆମେରିକା ସୁପ୍ରିମକୋର୍ଟରୁ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା । ଟାରିଫକୁ ସୁପ୍ରିମକୋର୍ଟ ବେଆଇନ କହିବା ପରେ ବଢ଼ିଲା ଟ୍ରମ୍ପଙ୍କ ଅଡୁଆ । ଭାରତ ଉପରେ ୧୮…

ଖାମେନେଇଙ୍କୁ ହତ୍ୟା କରିପାରେ ଆମେରିକା

ଓ୍ବାଶିଂଟନ୍‌,୨୨।୨: ଇରାନର ସର୍ବୋଚ୍ଚ ଧର୍ମଗୁରୁ ଆୟାତୋଲ୍ଲା ଅଲୀ ଖାମେନେଇ ଏବଂ ତାଙ୍କ ପୁଅ ମୋଜତାବାଙ୍କୁ ହତ୍ୟା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୋଜନା ଚଳାଇଛନ୍ତି। ଇରାନର…

ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ବୈଠକ, ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ନଳକୂପ ମରାମତି ନହେଲେ….

ଭଞ୍ଜନଗର,୨୨।୨(ବାବୁଲା ପ୍ରଧାନ): ଫେବୃଆରୀ ମାସରୁ ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେଲାଣି । ଏହାକୁ ଦେଖିଲେ ଆଗକୁ ସ୍ଥିତି ଆହୁରି ଭୟଙ୍କର ହେବା ନେଇ ଆଶା…

ଓଡ଼ିଶାର ୧୨ ଜିଲାରେ ବାଲ୍ୟବିବାହ ସର୍ବାଧିକ, ସବୁଠୁ ଆଗରେ…

ଭୁବନେଶ୍ୱର,୨୨।୨ (ରବିନାରାୟଣ ଜେନା) : ଓଡ଼ିଶାର ବାଲ୍ୟବିବାହ ସ୍ଥିତିକୁ ନେଇ ଏକ ଚିନ୍ତାଜନକ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ୧୨ ଜିଲାରେ ବାଲ୍ୟବିବାହ ହାର ଜାତୀୟ ହାରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri