Posted inଖେଳ

ବ୍ରୋଞ୍ଜ ପାଇଁ ଲଢ଼ିବ ଇଣ୍ଡିଆ

ଭୁବନେଶ୍ୱର,୩।୧୨(କ୍ରୀଡ଼ା ପ୍ରତିନିଧି): ବିଶ୍ୱକପର ପ୍ରତିଟି ମ୍ୟାଚରେ ଆକର୍ଷଣ ଖେଳ ପ୍ରଦର୍ଶନ କରିଥିବା ଭାରତ ଶେଷରେ ବ୍ରୋଞ୍ଜ ପାଇଁ ଲଢେଇ କରିବ। କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌ ଓଡ଼ିଶା ହକି ପୁରୁଷ ଜୁନିୟର ବିଶ୍ୱକପର ଶୁକ୍ରବାର ଅନୁଷ୍ଠିତ ଦ୍ୱିତୀୟ ସେମିଫାଇନାଲରେ ଜର୍ମାନୀ ୪-୨ ଗୋଲରେ ଭାରତକୁ ପରାସ୍ତ କରିଛି। ଫଳରେ ୨୦୦୧ ଓ ୨୦୧୬ ଚାମ୍ପିୟନ ଭାରତର ଫାଇନାଲ ପ୍ରବେଶ ଆଶା ଏଥର ଅଧୁରା ରହିଛି। ୫ ତାରିଖରେ ହେବାକୁ ଥିବା ଫାଇନାଲରେ ଜର୍ମାନୀ ଓ ଆର୍ଜେଣ୍ଟିନା ମଧ୍ୟରେ ମୁକାବିଲା ହେବ।

ସେହିଦିନ ସେମିଫାଇନାଲରେ ପରାଜିତ ଦୁଇ ଦଳ ଅର୍ଥାତ୍‌ ଗତ ସଂସ୍କରଣର ଚାମ୍ପିୟନ ଭାରତ ଓ ଫ୍ରାନ୍ସ ମଧ୍ୟରେ ବ୍ରୋଞ୍ଜ ପଦକ ପାଇଁ ମୁକାବିଲା ହେବ। ପୂର୍ବରୁ ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ ଆର୍ଜେଣ୍ଟିନା ଶୁଟ୍‌ଆଉଟ ୩-୧ ଗୋଲରେ ଫ୍ରାନ୍ସକୁ ହରାଇ ଫାଇନାଲରେ ପହଞ୍ଚତ୍ଥିଲା। ଜର୍ମାନୀ ୧୯୮୨, ୧୯୮୫, ୧୯୮୯, ୧୯୯୩, ୨୦୦୯ ଓ ୨୦୧୩ରେ ସର୍ବାଧିକ ୬ ଥର ଚାମ୍ପିୟନ ହୋଇଥିବାବେଳେ ୧୯୭୯ରେ ରନର୍ସଅପ୍‌ ହୋଇଥିଲା। ତେଣୁ ଏହାକୁ ମିଶାଇ ଦଳ ୮ମ ଥରପାଇଁ ଫାଇନାଲରେ ପ୍ରବେଶ କରିଛି। ମ୍ୟାଚ ଶେଷରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଅତିଥିଭାବେ ଯୋଗଦେଇ ଜର୍ମାନୀର ମାସି ପଫଣ୍ଡଟଙ୍କୁ ପ୍ଲେୟର ଅଫ୍‌ ଦି ମ୍ୟାଚ ପୁରସ୍କାର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri