Posted inଖେଳ

ବ୍ରୋଞ୍ଜ ପାଇଁ ଲଢ଼ିବ ଇଣ୍ଡିଆ

ଭୁବନେଶ୍ୱର,୩।୧୨(କ୍ରୀଡ଼ା ପ୍ରତିନିଧି): ବିଶ୍ୱକପର ପ୍ରତିଟି ମ୍ୟାଚରେ ଆକର୍ଷଣ ଖେଳ ପ୍ରଦର୍ଶନ କରିଥିବା ଭାରତ ଶେଷରେ ବ୍ରୋଞ୍ଜ ପାଇଁ ଲଢେଇ କରିବ। କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌ ଓଡ଼ିଶା ହକି ପୁରୁଷ ଜୁନିୟର ବିଶ୍ୱକପର ଶୁକ୍ରବାର ଅନୁଷ୍ଠିତ ଦ୍ୱିତୀୟ ସେମିଫାଇନାଲରେ ଜର୍ମାନୀ ୪-୨ ଗୋଲରେ ଭାରତକୁ ପରାସ୍ତ କରିଛି। ଫଳରେ ୨୦୦୧ ଓ ୨୦୧୬ ଚାମ୍ପିୟନ ଭାରତର ଫାଇନାଲ ପ୍ରବେଶ ଆଶା ଏଥର ଅଧୁରା ରହିଛି। ୫ ତାରିଖରେ ହେବାକୁ ଥିବା ଫାଇନାଲରେ ଜର୍ମାନୀ ଓ ଆର୍ଜେଣ୍ଟିନା ମଧ୍ୟରେ ମୁକାବିଲା ହେବ।

ସେହିଦିନ ସେମିଫାଇନାଲରେ ପରାଜିତ ଦୁଇ ଦଳ ଅର୍ଥାତ୍‌ ଗତ ସଂସ୍କରଣର ଚାମ୍ପିୟନ ଭାରତ ଓ ଫ୍ରାନ୍ସ ମଧ୍ୟରେ ବ୍ରୋଞ୍ଜ ପଦକ ପାଇଁ ମୁକାବିଲା ହେବ। ପୂର୍ବରୁ ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ ଆର୍ଜେଣ୍ଟିନା ଶୁଟ୍‌ଆଉଟ ୩-୧ ଗୋଲରେ ଫ୍ରାନ୍ସକୁ ହରାଇ ଫାଇନାଲରେ ପହଞ୍ଚତ୍ଥିଲା। ଜର୍ମାନୀ ୧୯୮୨, ୧୯୮୫, ୧୯୮୯, ୧୯୯୩, ୨୦୦୯ ଓ ୨୦୧୩ରେ ସର୍ବାଧିକ ୬ ଥର ଚାମ୍ପିୟନ ହୋଇଥିବାବେଳେ ୧୯୭୯ରେ ରନର୍ସଅପ୍‌ ହୋଇଥିଲା। ତେଣୁ ଏହାକୁ ମିଶାଇ ଦଳ ୮ମ ଥରପାଇଁ ଫାଇନାଲରେ ପ୍ରବେଶ କରିଛି। ମ୍ୟାଚ ଶେଷରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଅତିଥିଭାବେ ଯୋଗଦେଇ ଜର୍ମାନୀର ମାସି ପଫଣ୍ଡଟଙ୍କୁ ପ୍ଲେୟର ଅଫ୍‌ ଦି ମ୍ୟାଚ ପୁରସ୍କାର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri