Posted inଖେଳ

୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଆୟୋଜନ ଅଧିକାର ଭାରତକୁ ମିଳିବ: କ୍ରୀଡ଼ା ମନ୍ତ୍ରୀ

ନୂଆଦିଲ୍ଲୀ,୧୦ା୪: ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଆୟୋଜନ ଅଧିକାର ଭାରତକୁ ମିଳିବ। ଏହି ଇଭେଣ୍ଟ ଆୟୋଜନ ଲାଗି କାନାଡା ଓ ନାଇଜେରିଆ ଇଚ୍ଛା ପ୍ରକଟ କରୁଥିବା ସତ୍ତ୍ୱେ କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ଗୁରୁବାର ଏଭଳି ଦୃଢ଼ୋକ୍ତି ଦେଇଛନ୍ତି। ମାର୍ଚ୍ଚ ୩୧ ତାରିଖ ସମୟସୀମା ମଧ୍ୟରେ ଉଭୟ କାନାଡା ଓ ନାଇଜେରିଆ ଏକ୍ସପ୍ରେଶନ ଅଫ ଇଣ୍ଟରେଷ୍ଟ (ଇଓଆଇ) ଦାଖଲ କରିଛନ୍ତି।

ସୂଚନା ମିଳିଛି ଯେ, କାନାଡା ଓ ନାଇଜେରିଆ ଇଚ୍ଛା ପ୍ରକଟ କରିଛନ୍ତି। କିନ୍ତୁ ଆମେ ନିଶ୍ଚିତ ଯେ, ଭାରତକୁ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଆୟୋଜନ ଅଧିକାର ମିଳିବ। ଯଦି ଭାରତକୁ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଆୟୋଜନ ଅଧିକାର ମିଳେ, ତେବେ ଆମେ ୨୦୩୬ ଅଲିମ୍ପକ୍ସ ଆୟୋଜନ ଲାଗି ଦକ୍ଷ ବୋଲି ପ୍ରଦର୍ଶିତ କରିପାରିବୁ।

ଏ ସଂକ୍ରାନ୍ତରେ ଅନ୍ତର୍ଜାତୀୟ ଅଲିମ୍ପିକ୍‌ କମିଟି (ଆଇଓସି) ସହ ପରାମର୍ଶ ଚାଲିଛି। ଜୁନରେ ନୂଆ ଆଇଓସି ସଭାପତି କ୍ରିଷ୍ଟି କୋଭେଣ୍ଟ୍ରି ଦାୟିତ୍ୱ ନେଲା ପରେ ଭାରତ ତା’ର ଯୋଜନାକୁ ପ୍ରଦର୍ଶିତ କରିବାକୁ ପ୍ରସ୍ତୁତ ବୋଲି ମାଣ୍ଡବ୍ୟ କହିଛନ୍ତି।

ଆସନ୍ତା ବର୍ଷ ହେବାକୁ ଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଷ୍ଟ୍ରେଲିଆର ଭିକ୍ଟୋରିଆ ବଦଳରେ ଗ୍ଲାସଗୋରେ ହେବ। ଆୟୋଜନ ଲାଗି ଖର୍ଚ୍ଚ ବୃଦ୍ଧି ପାଉଥିବାରୁ ଭିକ୍ଟୋରିଆ ଆୟୋଜନରୁ ପଛଘୁଞ୍ଚା ଦେଉଛି। ଏଥିଯୋଗୁ ପରବର୍ତ୍ତୀ ସଂସ୍କରଣ ଗ୍ଲାସଗୋରେ ହେବ ଏବଂ ଏଥିରୁ ବକ୍ସିଂ, ରେସଲିଂ, ହକି, କ୍ରିକେଟ, ବ୍ୟାଡ୍‌ମିଣ୍ଟନ ଓ ଶୁଟିଂ ଆଦି ଇଭେଣ୍ଟକୁ ବାଦ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

କବାଡ଼ିରେ ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣ

ନାଗୋୟା,୨୬।୯: ମହିଳା ପରେ ଭାରତୀୟ ପୁରୁଷ କବାଡ଼ି ଦଳ ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ଇରାନକୁ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛି। ଏକ କଡ଼ା…

‘ମୋର ଶେଷ ବିଶ୍ୱକପ…’, କ୍ରିକେଟରୁ ବିଦାୟ ନେବା ନେଇ ଭାବପ୍ରବଣ ବୟାନ ଦେଲେ ବିରାଟ କୋହଲି, ପ୍ରଶଂସକ ଜାଣିଲେ…

ନୂଆଦିଲ୍ଲୀ,୨୬।୯: ବିରାଟ କୋହଲି ନିଜେ ଘୋଷଣା କରିଛନ୍ତି ଯେ ୨୦୨୭ ODI ବିଶ୍ୱକପ ତାଙ୍କର ଶେଷ ବିଶ୍ୱକପ ଟୁର୍ଣ୍ଣାମେଣ୍ଟ ହେବ। ୨୦୧୧ ବିଶ୍ୱକପ ବିଜୟୀ ଦଳର ସଦସ୍ୟ…

ଗିଲଙ୍କ କ୍ୟାପଟେନ୍ସି ଉପରେ କୋହଲିଙ୍କ ବଡ଼ କଥା, ଭବିଷ୍ୟତକୁ ନେଇ କହିଲେ…

ନୂଆଦିଲ୍ଲୀ,୨୬।୯: ରୋହିତ ଶର୍ମାଙ୍କ ପରେ ଶୁଭମନ ଗିଲଙ୍କୁ ଭାରତର ଦିନିକିଆ ଓ ଟେଷ୍ଟ ଦଳର ଅଧିନାୟକ କରାଯାଇଛି। ତାଙ୍କ ଅଧିନାୟକତ୍ୱରେ ଟିମ୍ ଇଣ୍ଡିଆ ଆସନ୍ତା ୨୭ ସେପ୍ଟେମ୍ବର…

ନିଜ ପତ୍ନୀଙ୍କ ଅପେକ୍ଷା ରୋହିତ ଶର୍ମାଙ୍କୁ ଅଧିକ ଭଲ ପାଆନ୍ତି ଧାୱନ! ଭିଡିଓ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୬।୯: କ୍ରିକେଟ ଦୁନିିଆରେ କିଛି ଖେଳାଳି କେବଳ ସେମାନଙ୍କ ଖେଳ ପାଇଁ ନୁହେଁ, ବରଂ ସେମାନଙ୍କ ବନ୍ଧୁତା ପାଇଁ ମଧ୍ୟ ବେଶ ଜଣାଶୁଣା। ପୂର୍ବତନ ଭାରତୀୟ ଅଧିନାୟକ…

କବାଡ଼ିରେ ଭାରତକୁ ସ୍ବର୍ଣ୍ଣ: ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଇରାନକୁ ହରାଇଲା

ନାଗୋୟା,୨୬।୯:ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା କବାଡ଼ି ଦଳ ଦମଦାର ପ୍ରଦର୍ଶନ କରି ସ୍ବର୍ଣ୍ଣ ପଦକ ଜିତିଛି। ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଭାରତ ଇରାନକୁ ୩୭-୩୪ ପଏଣ୍ଟରେ…

ପ୍ରଥମ ଦିନିକିଆ ପାଇଁ ଟିମ ଇଣ୍ଡିଆର ମାଷ୍ଟରପ୍ଲାନ ହେଲା ଲିକ୍‌’! ବଡ଼ କଥା କହିଲେ ଭାରତୀୟ କୋଚ

ନୂଆଦିଲ୍ଲୀ,୨୬।୯: ୨୦୨୭ ଦିନିକିଆ ବିଶ୍ୱକପକୁ ନଜରରେ ରଖି ଭାରତୀୟ କ୍ରିକେଟ ଦଳ ପାଇଁ ଆଗାମୀ ପ୍ରତ୍ୟେକ ସିରିଜ ଗୁରୁତ୍ୱପୂର୍ଣ୍ଣ ହେବ। ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ୩…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?