Posted inଜାତୀୟ

ଅପରେଶନ ସିନ୍ଦୂର ପରେ ଭାରତର କରିବ ବଡ଼ କୂଟନୈତିକ ଆକ୍ରମଣ: ବିଶ୍ୱ ମଞ୍ଚରେ…

ନୂଆଦିଲ୍ଲୀ,୧୬ା୫: ଆତଙ୍କବାଦ ବିରୋଧରେ ସାମରିକ ଅଭିଯାନ ଅପରେଶନ ସିନ୍ଦୂର ପରେ ଏକ ବଡ଼ କୂଟନୈତିକ ଆକ୍ରମଣ ସ୍ବରୂପ କେନ୍ଦ୍ର ସରକାର ବିଶ୍ୱ ମଞ୍ଚରେ ପାକିସ୍ତାନ ପ୍ରାୟୋଜିତ ଆତଙ୍କବାଦକୁ ପଦାରେ ପକାଇବା ପାଇଁ ଆସନ୍ତା ସପ୍ତାହରୁ ବିଭିନ୍ନ ଦେଶକୁ ଏକାଧିକ ସର୍ବଦଳୀୟ ପ୍ରତିନିଧି ପଠାଇାକୁ ନିଷ୍ପତ୍ତି ନେଇଛନ୍ତି।

ଆତଙ୍କବାଦକୁ ନେଇ ପାକିସ୍ତାନ ବିରୋଧରେ ଭାରତର ଆଭିମୁଖ୍ୟକୁ ବିଶ୍ୱ ନିକଟରେ ଉପସ୍ଥାପନ କରିବା ଏହି କୂଟନୈତିକ ଅଭିଯାନର ଲକ୍ଷ୍ୟ। ଏଥିରେ ଶାସକ ଓ ବିରୋଧୀ ଦଳଗୁଡ଼ିକର ଏମ୍‌ପିମାନଙ୍କ ସମେତ ବରିଷ୍ଠ ନେତାମାନେ ସାମିଲ ହେବେ। ସରକାରଙ୍କ ଏହି ନିଷ୍ପତ୍ତିକୁ ବିଭିନ୍ନ ଦଳ ସମର୍ଥନ ଜଣାଇବା ସହ ନିଜ ଦଳର ସଦସ୍ୟଙ୍କୁ ପଠାଇବାକୁ ସହମତ ହୋଇଛନ୍ତି।

ବିଭିନ୍ନ ଦଳର ଏମ୍‌ପିମାନଙ୍କ ଏହି ପ୍ରତିନିଧି ଦଳଗୁଡ଼ିକର ନେତୃତ୍ୱ କେତେଜଣ ପୂର୍ବତନ ମନ୍ତ୍ରୀ ନେବେ। ଏହି କାର୍ଯ୍ୟକ୍ରମରେ ୩୦ରୁ ଊର୍ଦ୍ଧ୍ୱ ଏମ୍‌ପି ସାମିଲ ହେବେ ବୋଲି କେତେଜଣ ନେତା କହିଛନ୍ତି। ସେମାନେ ୧୦ ଦିନ ପାଇଁ ବିଭିନ୍ନ ଦେଶ ଗସ୍ତ କରି ଆତଙ୍କବାଦ ବିରୋଧରେ ଭାରତର ଆଭିମୁଖ୍ୟ ସମ୍ପର୍କରେ ଅବଗତ କରାଇବେ। ପ୍ରତିନିଧି ଦଳରେ ଭାଜପା ସମେତ କଂଗ୍ରେସ, ଟିଏମ୍‌ସି, ଡିଏମ୍‌କେ, ଏନ୍‌ସିପି(ଏସ୍‌ପି), ଜେଡିୟୁ, ବିଜେଡି, ସିପିଆଇ(ଏମ୍‌) ଓ ଅନ୍ୟ ଦଳର ଏମ୍‌ପି ସାମିଲ ହେବେ। ଭାଜପାରୁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଏବଂ ଓଡ଼ିଶାର ଭାଜପା ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ପ୍ରତିନିଧି ଦଳରେ ରହିବେ ବୋଲି ଏକ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri