Posted inଜାତୀୟ

ଅପରେଶନ ସିନ୍ଦୂର ପରେ ଭାରତର କରିବ ବଡ଼ କୂଟନୈତିକ ଆକ୍ରମଣ: ବିଶ୍ୱ ମଞ୍ଚରେ…

ନୂଆଦିଲ୍ଲୀ,୧୬ା୫: ଆତଙ୍କବାଦ ବିରୋଧରେ ସାମରିକ ଅଭିଯାନ ଅପରେଶନ ସିନ୍ଦୂର ପରେ ଏକ ବଡ଼ କୂଟନୈତିକ ଆକ୍ରମଣ ସ୍ବରୂପ କେନ୍ଦ୍ର ସରକାର ବିଶ୍ୱ ମଞ୍ଚରେ ପାକିସ୍ତାନ ପ୍ରାୟୋଜିତ ଆତଙ୍କବାଦକୁ ପଦାରେ ପକାଇବା ପାଇଁ ଆସନ୍ତା ସପ୍ତାହରୁ ବିଭିନ୍ନ ଦେଶକୁ ଏକାଧିକ ସର୍ବଦଳୀୟ ପ୍ରତିନିଧି ପଠାଇାକୁ ନିଷ୍ପତ୍ତି ନେଇଛନ୍ତି।

ଆତଙ୍କବାଦକୁ ନେଇ ପାକିସ୍ତାନ ବିରୋଧରେ ଭାରତର ଆଭିମୁଖ୍ୟକୁ ବିଶ୍ୱ ନିକଟରେ ଉପସ୍ଥାପନ କରିବା ଏହି କୂଟନୈତିକ ଅଭିଯାନର ଲକ୍ଷ୍ୟ। ଏଥିରେ ଶାସକ ଓ ବିରୋଧୀ ଦଳଗୁଡ଼ିକର ଏମ୍‌ପିମାନଙ୍କ ସମେତ ବରିଷ୍ଠ ନେତାମାନେ ସାମିଲ ହେବେ। ସରକାରଙ୍କ ଏହି ନିଷ୍ପତ୍ତିକୁ ବିଭିନ୍ନ ଦଳ ସମର୍ଥନ ଜଣାଇବା ସହ ନିଜ ଦଳର ସଦସ୍ୟଙ୍କୁ ପଠାଇବାକୁ ସହମତ ହୋଇଛନ୍ତି।

ବିଭିନ୍ନ ଦଳର ଏମ୍‌ପିମାନଙ୍କ ଏହି ପ୍ରତିନିଧି ଦଳଗୁଡ଼ିକର ନେତୃତ୍ୱ କେତେଜଣ ପୂର୍ବତନ ମନ୍ତ୍ରୀ ନେବେ। ଏହି କାର୍ଯ୍ୟକ୍ରମରେ ୩୦ରୁ ଊର୍ଦ୍ଧ୍ୱ ଏମ୍‌ପି ସାମିଲ ହେବେ ବୋଲି କେତେଜଣ ନେତା କହିଛନ୍ତି। ସେମାନେ ୧୦ ଦିନ ପାଇଁ ବିଭିନ୍ନ ଦେଶ ଗସ୍ତ କରି ଆତଙ୍କବାଦ ବିରୋଧରେ ଭାରତର ଆଭିମୁଖ୍ୟ ସମ୍ପର୍କରେ ଅବଗତ କରାଇବେ। ପ୍ରତିନିଧି ଦଳରେ ଭାଜପା ସମେତ କଂଗ୍ରେସ, ଟିଏମ୍‌ସି, ଡିଏମ୍‌କେ, ଏନ୍‌ସିପି(ଏସ୍‌ପି), ଜେଡିୟୁ, ବିଜେଡି, ସିପିଆଇ(ଏମ୍‌) ଓ ଅନ୍ୟ ଦଳର ଏମ୍‌ପି ସାମିଲ ହେବେ। ଭାଜପାରୁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଏବଂ ଓଡ଼ିଶାର ଭାଜପା ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ପ୍ରତିନିଧି ଦଳରେ ରହିବେ ବୋଲି ଏକ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri