Posted inଖେଳ

ଅଷ୍ଟ୍ରେଲିଆ,ନ୍ୟୁଜିଲାଣ୍ଡକୁ ଭେଟିବ ଭାରତ

ଦୁବାଇ, ୯ା୯(ପି.ଟି.):ଆଇସିସି ଟି୨୦ ବିଶ୍ୱକପ୍‌ ଓ୍ବାର୍ମଅପ୍‌ରେ ଭାରତ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡକୁ ଭେଟିବ। ଏହି ମ୍ୟାଚ ଯଥାକ୍ରମେ ଅକ୍ଟୋବର ୧୭ ଓ ଅକ୍ଟୋବର ୧୯ରେ ଖେଳାଯିବ। ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଭାରତ ଉଭୟ ଓ୍ବାର୍ମଅପ୍‌ ମ୍ୟାଚ୍‌ ବ୍ରିସ୍‌ବେନ୍‌ର ଗାବାଠାରେ ଖେଳିବ। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଟୁର୍ନାମେଣ୍ଟରେ ଭାଗ ନେଉଥିବା ୧୬ଟି ଦଳ ପାଇଁ ଓ୍ବାର୍ମଅପ୍‌ କାର୍ଯ୍ୟସୂଚୀ ମଙ୍ଗଳବାର ଘୋଷଣା କରିଛି। ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ପ୍ରଥମ ରାଉଣ୍ଡ ଟିମ୍‌ଗୁଡ଼ିକର ଅଭ୍ୟାସ ମ୍ୟାଚ ଅକ୍ଟୋବର ୧୦ରୁ ୧୩ ପର୍ଯ୍ୟନ୍ତ ହେବ। ଆଲାନ ବର୍ଡର ଫିଲ୍ଡ ସୁପର ୧୨ ପର୍ଯ୍ୟାୟ ଟିମ୍‌ଗୁଡ଼ିକ ଲାଗି ଅକ୍ଟୋବର ୧୭ରୁ ୧୯ ପର୍ଯ୍ୟନ୍ତ ହେବ। କାର୍ଯ୍ୟସୂଚୀ ଅନୁସାରେ ଅକ୍ଟୋବର ୧୦ରେ ପ୍ରଥମ ଓ୍ବାର୍ମଅପ ଦୁଇଥର ଚାମ୍ପିୟନ ଓ୍ବେଷ୍ଟଇଣ୍ଡିଜ (୨୦୧୨ ଓ ୨୦୧୬) ଓ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ମଧ୍ୟରେ ମ୍ୟାଚ ଜଙ୍କସନ ଓଭାଲଠାରେ ହେବ। ପ୍ରତ୍ୟେକ ପ୍ରଥମ ରାଉଣ୍ଡ ଟିମ୍‌ ଦୁଇଟି ଲେଖାଏ ଓ୍ବାର୍ମଅପ୍‌ ମ୍ୟାଚ୍‌ ଖେଳିବେ। ଅକ୍ଟୋବର ୧୮ରେ ଗାବାଠାରେ ୨୦୦୯ ବିଜେତା ପାକିସ୍ତାନ ଓ ୨୦୧୦ ସଂସ୍କରଣ ବିଜେତା ଇଂଲଣ୍ଡ ପରସ୍ପରକୁ ଭେଟିବେ। ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡ (ଏମ୍‌ସିଜି)ଠାରେ ୨୦୧୪ରେ ଟି୨୦ ବିଶ୍ୱକପ୍‌ ବିଶ୍ୱକପ୍‌ ବିଜେତା ଶ୍ରୀଲଙ୍କା ଏହାର ଦୁଇଟି ଓ୍ବାର୍ମଅପ୍‌ ମ୍ୟାଚ ଜିମ୍ବାଓ୍ବେ ଓ ଆୟର୍ଲାଣ୍ଡ ବିପକ୍ଷରେ ଯଥାକ୍ରମେ ଅକ୍ଟୋବର ୧୦ ଓ ଅକ୍ଟୋବର ୧୩ରେ ଖେଳିବ। ଓ୍ବାର୍ମଅପ୍‌ ମ୍ୟାଚ ୯ଦିନ ଧରି ଅନୁଷ୍ଠିତ ହେବ। ଏହାକୁ ଦେଖିବା ଲାଗି ଦର୍ଶକମାନଙ୍କୁ ଅନୁମତି ମିଳିବ ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri