Posted inଖେଳ

ଅଷ୍ଟ୍ରେଲିଆ,ନ୍ୟୁଜିଲାଣ୍ଡକୁ ଭେଟିବ ଭାରତ

ଦୁବାଇ, ୯ା୯(ପି.ଟି.):ଆଇସିସି ଟି୨୦ ବିଶ୍ୱକପ୍‌ ଓ୍ବାର୍ମଅପ୍‌ରେ ଭାରତ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡକୁ ଭେଟିବ। ଏହି ମ୍ୟାଚ ଯଥାକ୍ରମେ ଅକ୍ଟୋବର ୧୭ ଓ ଅକ୍ଟୋବର ୧୯ରେ ଖେଳାଯିବ। ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଭାରତ ଉଭୟ ଓ୍ବାର୍ମଅପ୍‌ ମ୍ୟାଚ୍‌ ବ୍ରିସ୍‌ବେନ୍‌ର ଗାବାଠାରେ ଖେଳିବ। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଟୁର୍ନାମେଣ୍ଟରେ ଭାଗ ନେଉଥିବା ୧୬ଟି ଦଳ ପାଇଁ ଓ୍ବାର୍ମଅପ୍‌ କାର୍ଯ୍ୟସୂଚୀ ମଙ୍ଗଳବାର ଘୋଷଣା କରିଛି। ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ପ୍ରଥମ ରାଉଣ୍ଡ ଟିମ୍‌ଗୁଡ଼ିକର ଅଭ୍ୟାସ ମ୍ୟାଚ ଅକ୍ଟୋବର ୧୦ରୁ ୧୩ ପର୍ଯ୍ୟନ୍ତ ହେବ। ଆଲାନ ବର୍ଡର ଫିଲ୍ଡ ସୁପର ୧୨ ପର୍ଯ୍ୟାୟ ଟିମ୍‌ଗୁଡ଼ିକ ଲାଗି ଅକ୍ଟୋବର ୧୭ରୁ ୧୯ ପର୍ଯ୍ୟନ୍ତ ହେବ। କାର୍ଯ୍ୟସୂଚୀ ଅନୁସାରେ ଅକ୍ଟୋବର ୧୦ରେ ପ୍ରଥମ ଓ୍ବାର୍ମଅପ ଦୁଇଥର ଚାମ୍ପିୟନ ଓ୍ବେଷ୍ଟଇଣ୍ଡିଜ (୨୦୧୨ ଓ ୨୦୧୬) ଓ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ମଧ୍ୟରେ ମ୍ୟାଚ ଜଙ୍କସନ ଓଭାଲଠାରେ ହେବ। ପ୍ରତ୍ୟେକ ପ୍ରଥମ ରାଉଣ୍ଡ ଟିମ୍‌ ଦୁଇଟି ଲେଖାଏ ଓ୍ବାର୍ମଅପ୍‌ ମ୍ୟାଚ୍‌ ଖେଳିବେ। ଅକ୍ଟୋବର ୧୮ରେ ଗାବାଠାରେ ୨୦୦୯ ବିଜେତା ପାକିସ୍ତାନ ଓ ୨୦୧୦ ସଂସ୍କରଣ ବିଜେତା ଇଂଲଣ୍ଡ ପରସ୍ପରକୁ ଭେଟିବେ। ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡ (ଏମ୍‌ସିଜି)ଠାରେ ୨୦୧୪ରେ ଟି୨୦ ବିଶ୍ୱକପ୍‌ ବିଶ୍ୱକପ୍‌ ବିଜେତା ଶ୍ରୀଲଙ୍କା ଏହାର ଦୁଇଟି ଓ୍ବାର୍ମଅପ୍‌ ମ୍ୟାଚ ଜିମ୍ବାଓ୍ବେ ଓ ଆୟର୍ଲାଣ୍ଡ ବିପକ୍ଷରେ ଯଥାକ୍ରମେ ଅକ୍ଟୋବର ୧୦ ଓ ଅକ୍ଟୋବର ୧୩ରେ ଖେଳିବ। ଓ୍ବାର୍ମଅପ୍‌ ମ୍ୟାଚ ୯ଦିନ ଧରି ଅନୁଷ୍ଠିତ ହେବ। ଏହାକୁ ଦେଖିବା ଲାଗି ଦର୍ଶକମାନଙ୍କୁ ଅନୁମତି ମିଳିବ ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri