Posted inଖେଳ

ଆଜି ଜାପାନକୁ ଭେଟିବ ଭାରତ

ଭୁବନେଶ୍ୱର,୨୬ା୧(ସ୍ପୋଟର୍‌ସ ବ୍ୟୁରୋ): ହକି ବିଶ୍ୱକପ ୨୦୨୩ରେ ୯-୧୬ ସ୍ଥାନ ପାଇଁ ଗୁରୁବାରଠାରୁ ରାଉରକେଲାର ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯିବ କ୍ଲାସିଫିକେଶନ ମ୍ୟାଚ। ଗୁରୁବାର ସନ୍ଧ୍ୟା ୭ଟାରେ ଭାରତ ଓ ଜାପାନ ମଧ୍ୟରେ ଲଢେଇ ହେବ। ଉଭୟ ଦଳ ସେମାନଙ୍କ କ୍ରସ୍‌ଓଭର ମ୍ୟାଚରେ ପରାଜିତ ହୋଇଥିଲେ। ନ୍ୟୁଜିଲାଣ୍ଡ ନିକଟରୁ କ୍ରସ୍‌ ଓଭର ମ୍ୟାଚ ହାରିବା ସହିତ ଭାରତ କ୍ୱାର୍ଟର ଦୌଡରୁ ବାଦ ପଡିଥିଲା। ତେଣୁ ଦଳ ୯-୧୬ ସ୍ଥାନ କ୍ଲାସିଫିକେସନ ମ୍ୟାଚ୍‌ ଖେଳିବ। ପୁଲ୍‌ ଡି’ରେ ସ୍ଥାନ ପାଇଥିବା ଭାରତ ଗ୍ରୁପ୍‌ ପର୍ଯ୍ୟାୟରେ ଦ୍ୱିତୀୟ ସ୍ଥାନରେ ରହିଥିଲା। ଭାରତୀୟ ଦଳ ପ୍ରଥମ ମ୍ୟାଚରେ ସ୍ପେନ୍‌କୁ ୨-୦ରେ ପରାସ୍ତ କରିଥିବା ବେଳେ ଇଂଲଣ୍ଡ ବିପକ୍ଷ ଗୋଲଶୂନ୍ୟ ମ୍ୟାଚରେ ପଏଣ୍ଟ ବାଣ୍ଟିଥିଲା। ଅନ୍ତିମ ମ୍ୟାଚରେ ଓ୍ବେଲ୍ସକୁ ୪-୨ରେ ପରାସ୍ତ କରିଥିଲା ଭାରତ। ଉଭୟ ଭାରତ ଓ ଇଂଲଣ୍ଡ ଅପରାଜେୟ ରହି ସମାନ ୭ ପଏଣ୍ଟ ଅର୍ଜନ କରିଥିବା ବେଳେ ଉନ୍ନତ ଗୋଲ ବ୍ୟବଧାନରେ ଇଂଲଣ୍ଡ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଥିଲା। ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତୀୟ ଦଳ ସଡନ ଡେଥ୍‌ରେ ପରାଜିତ ହୋଇଥିଲା। ଅନ୍ୟପକ୍ଷରେ ପୁଲ୍‌ ବିରେ ସ୍ଥାନ ପାଇଥିବା ଜାପାନ ନିଜର ୩ଟି ଯାକ ଗ୍ରୁପ ମ୍ୟାଚରେ ପରାଜିତ ହୋଇଥିଲା। ଭାରତୀୟ ଦଳ ନକ୍‌ଆଉଟ ଦୌଡରୁ ବାଦ ପଡିଥିଲେ ହେଁ ସମ୍ମାନ ରକ୍ଷା ପାଇଁ ଦଳ ଅନ୍ତିମ ପ୍ରୟାସ କରିବ। ଅନ୍ୟ ପକ୍ଷରେ ପେନାଲ୍ଟି କର୍ନରକୁ ଗୋଲରେ ପରିଣତ କରିବାରେ ଦୁର୍ବଳତାକୁ ଏଡାଇବାକୁ ମଧ୍ୟ ପ୍ରୟାସ କରିବ ଦଳ। ଜାପାନ ଅପେକ୍ଷାକୃତ ଦୁର୍ବଳ ଦଳ ହୋଇଥିବା ବେଳେ ଫର୍ମକୁ ଫେରିବାକୁ ପ୍ରୟାସ କରିବ ହରମନ୍‌ପ୍ରୀତ ସିଂଙ୍କ ଦଳ। ୨୮ ତାରିଖରେ ଭାରତ ନିଜର ଦ୍ୱିତୀୟ କ୍ଲାସିଫିକେଶନ ମ୍ୟାଚ୍‌ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ପାର୍ବଣ ଋତୁ ପୂର୍ବରୁ ଗ୍ରାହକଙ୍କୁ ଝଟକା: ଆଜିଠାରୁ ମହଙ୍ଗା ହେଲା AC, TV ଓ ଫ୍ରିଜ୍‌! ଜାଣନ୍ତୁ କିଣାକିଣି ଉପରେ କେତେ ପଡ଼ିବ…

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭରୁ ହିଁ ସାଧାରଣ ଗ୍ରାହକଙ୍କ ପକେଟ୍‌ ଉପରେ ଚାପ ପଡ଼ିବାକୁ ଯାଉଛି। ଅକ୍ଟୋବର ୧ ତାରିଖ ଅର୍ଥାତ୍‌ ଆଜିଠାରୁ AC, LED TV,…

ବସ୍‌କୁ ଧକ୍କାଦେଲା ଟ୍ରକ୍‌, ପରେ ସ୍କୁଟି ଉପରେ ଚଢ଼ିଗଲା ବସ୍‌, ଆଉ ତା’ ପରେ…

ଛତ୍ରପୁର,୧ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଭାଗ୍ୟଲକ୍ଷ୍ମୀ ନଗର ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଗୁରୁବାର ଏକ ଅଭାବନୀୟ ସିରିଜ ଦୁର୍ଘଟଣା ଘଟି…

ବକେୟା ଚାଲାଣ ଥିଲେ ସାବଧାନ! ସୁପ୍ରିମକୋର୍ଟ ଦେଲେ ବଡ଼ ନିର୍ଦ୍ଦେଶ, ଜାଣନ୍ତୁ କେଉଁ କେଉଁ ସେବା ହେବ ବନ୍ଦ

ନୂଆଦିଲ୍ଲୀ, ୧।୧୦: ଆପଣଙ୍କ ଗାଡ଼ିରେ ଦୀର୍ଘଦିନ ଧରି ଇ-ଚାଲାଣ ବକେୟା ରହିଛି କି? ତେବେ ଏହାକୁ ଅଣଦେଖା କରିବା ମହଙ୍ଗା ପଡ଼ିପାରେ। ଟ୍ରାଫିକ ଜରିମାନା ଆଦାୟକୁ ନେଇ…

ଶେଷ ମିନିଟ୍‌ରେ ଗୋଲ୍, ପାକିସ୍ତାନକୁ ହରାଇ ଫାଇନାଲରେ ଭାରତ

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ ହକି ସେମିଫାଇନାଲରେ ପାକିସ୍ତାନକୁ ରୋମାଞ୍ଚକର ଢଙ୍ଗରେ ପରାସ୍ତ କରିଛି ଭାରତ । ଗୁରୁବାର (୧ ଅକ୍ଟୋବର) ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ…

୪ ବଡ଼ ଗ୍ରହ ପରିବର୍ତ୍ତନ: ଆଜିଠୁ କର୍କଟ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର

ଭୁବନେଶ୍ୱର: ଅକ୍ଟୋବର ମାସରେ ଅନେକ ଗ୍ରହଙ୍କ ଚଳନ ଓ ରାଶି ପରିବର୍ତ୍ତନ ହେବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗ୍ରହ ପରିବର୍ତ୍ତନର ପ୍ରଭାବ କିଛି ରାଶିର ଲୋକଙ୍କ…

ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓଙ୍କୁ ସସ୍‌ପେଣ୍ଡ କରି…

ଚାନ୍ଦବାଲି,୧ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ରଙ୍କ ବିରୋଧରେ ରାଜ୍ୟ ସରକାର ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ ନିୟମ ଭଙ୍ଗ…

ବିରାଟ-ରୋହିତଙ୍କୁ ପଛରେ ପକାଇଲେ ବୁମ୍‌ରା, ନିଜ ନାଁରେ କଲେ ଏହି ବଡ଼ ରେକର୍ଡ

ନୂଆଦିଲ୍ଲୀ, ୧।୧୦: ଏସିଆନ ଗେମ୍ସ ୨୦୨୬ର ମେନ୍ସ କ୍ରିକେଟରେ ଭାରତ ଦମଦାର ବିଜୟ ହାସଲ କରି ଫାଇନାଲରେ ପ୍ରବେଶ କରିଛି। ସେମିଫାଇନାଲରେ ଶ୍ରୀଲଙ୍କାକୁ ୧୨୪ ରନର ବଡ଼…

ଅଭିଜିତ୍ ଦୀପକେ କରିପାରିବେ କି ଜ୍ଞାନେଶ କୁମାରଙ୍କ ଇସ୍ତଫା? ସୋନମ୍ ୱାଙ୍ଗଚୁକ୍ ଦେଲେ ବଡ଼ ବୟାନ୍

ନୂଆଦିଲ୍ଲୀ,୧।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଶୁକ୍ରବାର (୨ ଅକ୍ଟୋବର) ମୁମ୍ବାଇରେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି କକରୋଚ୍ ଜନତା ପାର୍ଟି (CJP)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?