Posted inଖେଳ

ଅଲିମ୍ପିକ ହକିରେ ଭାରତ ପ୍ରଥମେ ନ୍ୟୁଜିଲାଣ୍ଡକୁ ଭେଟିବ

ଲାଉସାନେ, ୧୮ା୭ (ପି.ଟି.)-ଟୋକିଓ ଅଲିମ୍ପିକ୍ସରେ ଆସନ୍ତା ବର୍ଷ ଜୁଲାଇ ୨୪ରେ ଭାରତୀୟ ପୁରୁଷ ହକି ଦଳ ଏହାର ପ୍ରଥମ ମ୍ୟାଚ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳିବ। ଅନ୍ୟପକ୍ଷରେ ସେହିଦିନ ମହିଳା ଦଳ ଶକ୍ତିଶାଳୀ ନେଦରଲାଣ୍ଡ୍ସକୁ ଭେଟିବ। ୮ଥର ଚାମ୍ପିୟନ ଭାରତ କଷ୍ଟସାଧ୍ୟ ପୁଲ୍‌-ଏ’ରେ ଅଷ୍ଟ୍ରେଲିଆ, ଆର୍ଜେଣ୍ଟିନା, ସ୍ପେନ, ନ୍ୟୁଜିଲାଣ୍ଡ ଏବଂ ଆୟୋଜକ ଜାପାନ ସହ ସ୍ଥାନ ପାଇଛି। ପୁଲ୍‌-ବି’ରେ ବେଲଜିୟମ, ନେଦରଲାଣ୍ଡ୍ସ, ଜର୍ମାନୀ, ଗ୍ରେଟବ୍ରିଟେନ, କାନାଡା ଓ ଦକ୍ଷିଣ ଆଫ୍ରିକା ରହିଛନ୍ତି। ୧୯୮୦ରେ ଏହାର ୮ମ ଅଲିମ୍ପିକ ସ୍ବର୍ଣ୍ଣ ପଦକ ଜିତିଥିବା ଭାରତୀୟ ପୁରୁଷ ଦଳ ଜୁଲାଇ ୨୫ରେ ଅଷ୍ଟ୍ରେଲିଆକୁ ଭେଟିବ। ଦଳ ଏହାର ପରବର୍ତ୍ତୀ ମ୍ୟାଚଗୁଡ଼ିକ ଯଥାକ୍ରମେ ସ୍ପେନ (ଜୁଲାଇ ୧୭), ଗତଥର ଚାମ୍ପିୟନ ଆର୍ଜେଣ୍ଟିନା (ଜୁଲାଇ ୨୯) ଓ ଜାପାନ (ଜୁଲାଇ ୩୦)କୁ ଭେଟିବ। ସେହିପରି ମହିଳା ପ୍ରତିଯୋଗିତାରେ ଭାରତ ପୁଲ୍‌-ଏ’ରେ ନେଦରଲାଣ୍ଡ୍ସ, ଜର୍ମାନୀ, ଗ୍ରେଟ୍‌ବ୍ରିଟେନ, ଆୟର୍ଲାଣ୍ଡ ଓ ଦକ୍ଷିଣ ଆଫ୍ରିକା ସହ ରହିଛି। ଅନ୍ୟପକ୍ଷରେ ପୁଲ୍‌-ବି’ରେ ଅଷ୍ଟ୍ରେଲିଆ, ଆର୍ଜେଣ୍ଟିନା, ନ୍ୟୁଜିଲାଣ୍ଡ, ସ୍ପେନ, ଚାଇନା ଓ ଜାପାନ ସ୍ଥାନ ପାଇଛନ୍ତି। ମହିଳା ଦଳ ଜୁଲାଇ ୨୪ରେ ଏହାର ଓପନିଂ ମ୍ୟାଚ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବା ପରେ ଯଥାକ୍ରମେ ଜର୍ମାନୀ (ଜୁଲାଇ ୨୬), ଗ୍ରେଟ୍‌ବ୍ରିଟେନ (ଜୁଲାଇ ୨୮), ଆର୍ଜେଣ୍ଟିନା (ଜୁଲାଇ ୨୯) ଓ ଜାପାନ (ଜୁଲାଇ ୩୦)କୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri