Posted inଖେଳ

ଆଜି ପାକିସ୍ତାନକୁ ଭେଟିବ ଭାରତ

ଅହମଦାବାଦ,୧୪ା୧୦: ଦିନିକିଆ କ୍ରିକେଟ ବିଶ୍ୱକପ୍‌-୨୦୨୩ରେ ଭାରତ-ପାକିସ୍ତାନ ମ୍ୟାଚ୍‌ ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଶନିବାର ଖେଳାଯିବ। ଭାରତରେ ଖେଳାଯାଉଥିବା ଏହି ବିଶ୍ୱକପ୍‌ରେ ଘରୋଇ ଦଳ ଫେଭରିଟ୍‌ ରହିବ। ୭ ବର୍ଷ ପରେ ପାକିସ୍ତାନ ଦଳ ଭାରତକୁ ଅନ୍ତର୍ଜାତୀୟ କ୍ରିକେଟ ଖେଳିବାକୁ ଆସିଛି। ଅନ୍ୟପକ୍ଷରେ ରେକର୍ଡକୁ ଦେଖିଲେ ଭାରତୀୟ ଦଳକୁ ଫେଭରିଟ୍‌ ବୋଲି ବିବେଚନା କରାଯିବ।

ଦିନିକିଆରେ ରେକର୍ଡ ପାକିସ୍ତାନ ସପକ୍ଷରେ ରହିଥିଲେ ମଧ୍ୟ ବିଶ୍ୱକପ୍‌ରେ ଭାରତର ପଲା ଭାରି ରହିଛି। ୧୩୪ ଥର ଦିନିକିଆରେ ଖେଳିଥିବା ବେଳେ ପାକିସ୍ତାନ ୭୩ ଥର ବିଜୟୀ ହୋଇଛି ଓ ଭାରତ ୫୬ ଥର ଜିତିଛି। ଏହା ମଧ୍ୟରେ ୫ଟି ମ୍ୟାଚ ବାତିଲ ହୋଇଥିବା ବେଳେ ଘରୋଇ ମାଟିରେ ଭାରତ ୧୧ ଥର ବିଜୟୀ ହୋଇଛି। ଉଭୟ ଦଳ ବିଶ୍ୱକପ୍‌ରେ ୭ ଥର ପରସ୍ପରକୁ ଭେଟିଥିବା ବେଳେ ସମସ୍ତ ଥର ଭାରତ ବିଜୟ ମୁକୁଟ ପିନ୍ଧିଛି। ଅଷ୍ଟମ ମୁକାବିଲାରେ ମଧ୍ୟ ଭାରତ ସମାନ ସଫଳତା ଦୋହରାଇବାକୁ ପ୍ରୟାସ କରିବ। ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତ ଘରୋଇ ପରିବେଶର ଫାଇଦା ଉଠାଇବାକୁ ଚେଷ୍ଟା କରିବ। ଉଭୟ ଦଳ ବିଶ୍ୱକପ୍‌ର ପ୍ରଥମ ଦୁଇ ମ୍ୟାଚରେ ବିଜୟ ହାସଲ କରିଛନ୍ତି। ପାକିସ୍ତାନ ଅପେକ୍ଷା ଭାରତୀୟ ଦଳ ଅଧିକ ସନ୍ତୁଳିତ ମନେହେଉଛି। ବ୍ୟାଟିଂ, ବୋଲିଂ ଓ ଫିଲ୍ଡିଂରେ ଭାରତୀୟ ଦଳର ପ୍ରଦର୍ଶନ ଚମତ୍କାର ରହିଥିବା ବେଳେ ଶନିବାର ମ୍ୟାଚରେ ଭାରତ ଏହାର ବିଜୟ ରେକର୍ଡ ୮-୦ରେ ପହଞ୍ଚାଇବା ନେଇ ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

ଓରାଙ୍ଗଉଟାନ ଚୋରା ଚାଲାଣର ଗୁମର ଖୋଲୁଛି, ଫାର୍ମ ହାଉସ ପାଇଁ ମ୍ୟାନ୍‌ମାର ଦେଇ ଅଣାଯାଇଥିଲା

ଭୁବନେଶ୍ୱର/ ଭୋଗରାଇ, ୧୩ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫକୁ…

ଦିବ୍ୟାଙ୍ଗ ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ

ମାହାଙ୍ଗା,୧୩ା୯ (ଅଜୟ କୁମାର ମହାନ୍ତି): ରାଜ୍ୟରେ ବିଦ୍ୟାଳୟଗୁଡ଼ିକୁ ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରାଯାଇଥିବା ବେଳେ କଟକ ଜିଲା ମାହାଙ୍ଗା ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ୱେଦନଶୀଳ…

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?