Posted inଖେଳ

୨୦୨୭ ପର୍ଯ୍ୟନ୍ତ ପାକିସ୍ତାନ ସହ କୌଣସି ସିରିଜ୍‌ ଖେଳିବ ନାହିଁ ଭାରତ

ନୂଆଦିଲ୍ଲୀ,୧୪।୧୦: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ୨୦୨୩ ରୁ ୨୦୨୭ ପର୍ଯ୍ୟନ୍ତ ଏହାର କାର୍ଯ୍ୟକ୍ରମ ପ୍ରକାଶ କରିଛି। ଏହା ଅନୁଯାୟୀ, ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ଭାରତୀୟ ଦଳ ପାକିସ୍ତାନ ବିପକ୍ଷରେ କୌଣସି ଦ୍ୱିପାକ୍ଷିକ ସିରିଜ ଖେଳିବ ନାହିଁ। ତେବେ ଆଇସିସି ଟୁର୍ନାମେଣ୍ଟରେ ଉଭୟ ଦଳ ପରସ୍ପର ବିପକ୍ଷରେ ଖେଳିବେ। ଆସନ୍ତା ବର୍ଷ କେବଳ ପାକିସ୍ତାନ ବିଶ୍ୱକପ ଖେଳିବାକୁ ଭାରତ ଆସିବ। ଏହା ପରେ ୨୦୨୫ରେ ଭାରତକୁ ମଧ୍ୟ ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବାକୁ ପଡିବ।
ଆଇସିସି କିମ୍ବା ଏସିସି ଟୁର୍ନାମେଣ୍ଟ ଖେଳିବା ବ୍ୟତୀତ ଭାରତୀୟ ଦଳ ୩୮ଟି ଟେଷ୍ଟ ଖେଳିବ। ଏଥିରେ ଭାରତରେ ୨୦ଟି, ୧୮ଟି ବିଦେଶରେ ଖେଳାଯିବ। ଏହି ପାଞ୍ଚ ବର୍ଷରେ ଭାରତ ମଧ୍ୟ ୪୨ଟି ଦିନିକିଆ ଖେଳିବ। ଏଥିମଧ୍ୟରୁ ୨୧ଟି ମ୍ୟାଚ ଘରେ ଏବଂ ୨୧ଟି ମ୍ୟାଚ ବାହାରେ ଖେଳାଯିବ। ୨୦୨୩-୨୦୨୭ ମଧ୍ୟରେ ଭାରତ ମୋଟ ୬୧ ଟି-୨୦ ମ୍ୟାଚ ଖେଳିବ। ୩୧ ଟି-୨୦ ଘରେ ଏବଂ ୩୦ଟି ବାହାରେ ଖେଳାଯିବ।
ଗତ ପାଞ୍ଚ ବର୍ଷ ତୁଳନାରେ ଦ୍ୱିପାକ୍ଷିକ ସିରିଜରେ ଭାରତର ମ୍ୟାଚ ହ୍ରାସ ପାଇଛି। ୨୦୧୮-୨୦୨୨ ମଧ୍ୟରେ ଭାରତ ଦ୍ୱିପାକ୍ଷିକ ସିରିଜରେ ୧୬୩ ମ୍ୟାଚ ଖେଳିଛ। ଏଥି ସହିତ ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ଭାରତ ଦ୍ୱିପାକ୍ଷିକ ସିରିଜରେ ମାତ୍ର ୧୪1୧ ମ୍ୟାଚ ଖେଳିବ। ୨୨ଟି ମ୍ୟାଚ କମ ହେଲେ ଖେଳାଳିଙ୍କ ଉପରେ କାର୍ଯ୍ୟଭାର ଚାପ ସାମାନ୍ୟ କମ ହେବ। ତେବେ ପ୍ରତିବର୍ଷ ଅତି କମରେ ଗୋଟିଏ ଆଇସିସି ଟୁର୍ନାମେଣ୍ଟ ହୁଏ। ଏହି କାରଣରୁ ଦ୍ୱିପାକ୍ଷିକ ସିରିଜର ମ୍ୟାଚ ମଧ୍ୟ ସ୍ବଳ୍ପ ରଖାଯାଇଛି। ଏହା ବ୍ୟତୀତ ପ୍ରତିବର୍ଷ ଆଇପିଏଲ ପାଇଁ ୭୫-୮୦ ଦିନ ରଖାଯାଇଛି। ଖେଳାଳିମାନଙ୍କୁ ମଧ୍ୟ ଏହି ଲିଗରେ ଖେଳିବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଟି ଦେଶ ଦେଇ ଗତି କରିବ ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ଶୋଭାଯାତ୍ରା; ତାଙ୍କୁ କେଉଁଠାରେ କବର ଦିଆଯିବ ଜାଣନ୍ତୁ

ତେହରାନ,୨।୭: ଇରାନର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପାଇଁ ରାଜ୍ୟସ୍ତରୀୟ ଅନ୍ତିମ ସଂସ୍କାର ଜୁଲାଇ ୪ ରେ ଆରମ୍ଭ ହେବ ଏବଂ ତାଙ୍କୁ ୯…

ଇସ୍ରୋ ମୁଖ୍ୟାଳୟ ଉଡାଇ ଦେବାକୁ ଆସିଲା ଧମକ: ତଦନ୍ତ ଆରମ୍ଭ

ବେଙ୍ଗାଲୁରୁ,୨।୭: ବେଙ୍ଗାଲୁରୁରେ ଥିବା ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ମୁଖ୍ୟାଳୟ ଉଡାଇଦେବାକୁ ଧମକ ମିଳିଛି। ଇସ୍ରୋ ମୁଖ୍ୟାଳୟକୁ ଇମେଲ ମାଧ୍ୟମରେ ଏହି ବୋମା ଧମକ ମିଳିଛି। ଏହାପରେ…

ପ୍ୟାଣ୍ଟ କାଢି…ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୨।୭: ପୂର୍ବତନ ଭାରତୀୟ କ୍ରିକେଟର ରବି ଶାସ୍ତ୍ରୀ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ୧୫ ବର୍ଷୀୟ ବ୍ୟାଟସମ୍ୟାନ ବୈଭବଙ୍କୁ ଆୟରଲାଣ୍ଡ ଗସ୍ତରେ ଡେବ୍ୟୁ…

ଆନ୍ଦୋଳନରେ ଡାକ୍ତର, ହଇରାଣ ହେଉଛନ୍ତି ଗରିବ ରୋଗୀ

ପଦ୍ମପୁର,୨ା୭(ପ୍ରଦୀପ୍ତ ଦାଶ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

‘ଅଦୃଶ୍ୟ ସହ ବିପଜ୍ଜନକ’: ଆଇନଗତ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା(AI)ର ବ୍ୟବହାର ବିରୁଦ୍ଧରେ ଚେତାବନୀ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୭: ନ୍ୟାୟିକ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା (AI) ବ୍ୟବହାର ସମ୍ପର୍କରେ ସୁପ୍ରିମକୋର୍ଟ ଗମ୍ଭୀର ଚିନ୍ତା ପ୍ରକାଶ କରିଛନ୍ତି। ନ୍ୟାୟାଳୟ ଜାତୀୟ କମ୍ପାନୀ ଆଇନ ଟ୍ରିବ୍ୟୁନାଲ (NCLT) ଏବଂ…

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ । ବିଇଓ ଗୁରୁବାର ଦିନ…

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri