Posted inଖେଳ

ଭାରତ ୫ ଟେଷ୍ଟ, ୩ ଦିନିକିଆ, ୮ ଟି୨୦ ଖେଳିବ

ନୂଆଦିଲ୍ଲୀ, ୨୬।୭ (ପି.ଟି.): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ ୨୦୨୩-୨୪ ଘରୋଇ ସିଜନ ପାଇଁ ଟିମ୍‌ ଇଣ୍ଡିଆର କାର୍ଯ୍ୟସୂଚୀ ପ୍ରକାଶିତ ହୋଇଛି। ଏହି ସମୟ ମଧ୍ୟରେ ଭାରତୀୟ କ୍ରିକେଟ ଦଳ ୫ ଟେଷ୍ଟ, ୮ ଟି୨୦ ଓ ୩ଟି ଦିନିକିଆ ମ୍ୟାଚ ଖେଳିବ। ଅଷ୍ଟ୍ରେଲିଆ ବିପକ୍ଷରେ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଥିବାରୁ ଭାରତର ବିଶ୍ୱକପ ପ୍ରସ୍ତୁତି ଭଲଭାବେ ହୋଇପାରିବ। ଇଂଲଣ୍ଡ ବିପକ୍ଷରେ ଭାରତ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବ। ବିଶ୍ୱକପ ମ୍ୟାଚ ଆୟୋଜନରୁ ବଞ୍ଚତ୍ତ ହୋଇଥିବା ମୋହାଲି, ନାଗପୁର, ରାଜକୋଟ, ଇନ୍ଦୋର, ଥିରୁଭାନନ୍ତପୁରମ ଭେନ୍ୟୁକୁ ଘରୋଇ ସିଜନରେ ଗୁରୁତ୍ୱ ଦିଆ ଯାଇଛି ବୋଲି ବିସିସିଆଇ ସମ୍ପାଦକ ଜୟ ଶାହା ପ୍ରକାଶ କରିଛନ୍ତି।
ସେପ୍ଟେମ୍ବର ୨୨ରେ ଅଷ୍ଟ୍ରେଲିଆ ବିପକ୍ଷରେ ଭାରତ ମୋହାଲିରେ ପ୍ରଥମ ଦିନିକିଆ ଖେଳିବ। ଆସନ୍ତା ବର୍ଷ ଆମେରିକା ଓ ଓ୍ବେଷ୍ଟଇଣ୍ଡିଜରେ ଟି୨୦ ବିଶ୍ୱକପ ହେବାର ଥିବାରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ଭାରତୀୟ ଦଳକୁ ଘରୋଇ ପରିବେଶରେ ୮ଟି ଟି୨୦ ଖେଳିବା ସୁଯୋଗ ଦିଆଯାଇଛି। ଏହା ମଧ୍ୟରେ ଅଷ୍ଟ୍ରେଲିଆ ବିପକ୍ଷରେ ୫ଟି ଓ ଆଫଗାନିସ୍ତାନ ବିପକ୍ଷରେ ୩ ଟି୨୦ ସାମିଲ। ଆଫଗାନିସ୍ତାନ ପୂର୍ବରୁ ୨୦୧୮ରେ ଭାରତରେ ଏକ ଟେଷ୍ଟ ମ୍ୟାଚ ଖେଳିଥିଲା। ମାତ୍ର ସୀମିତ ଓଭର ସିରିଜ ଖେଳିବା ଏହା ପ୍ରଥମ ହେବ। ଭାରତ ଓ ଇଂଲଣ୍ଡ ମଧ୍ୟରେ ଆନ୍ଥୋନୀ ଡି ମେଲା ଟ୍ରଫି ପାଇଁ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଅନୁଷ୍ଠିତ ହେବ। ମ୍ୟାଚ ଗୁଡ଼ିକ ହାଇଦ୍ରାବାଦ, ବିଶାଖାପାଟଣା, ରାଜକୋଟ, ରାଞ୍ଚତ୍ ଓ ଧର୍ମଶାଳାରେ ଖେଳାଯିବ। ଚଳିତ ବର୍ଷ ପ୍ରାରମ୍ଭରେ ଠିକ୍‌ ସମୟରେ ପଡ଼ିଆ ପ୍ରସ୍ତୁତ ହୋଇପାରି ନ ଥିବାରୁ ଧର୍ମଶାଳା ବର୍ଡର-ଗାଭାସ୍କର ଟ୍ରଫିର ଏକ ମ୍ୟାଚ ଆୟୋଜନରୁ ବଞ୍ଚତ୍ତ ହୋଇଥିଲା। ତେଣୁ ଭାରତ-ଇଂଲଣ୍ଡ ସିରିଜର ଏକ ଟେଷ୍ଟ ଧର୍ମଶାଳାରେ ରଖାଯାଇଛି। ଇଂଲଣ୍ଡ ବିପକ୍ଷ ସିରିଜର ୩ ସପ୍ତାହ ବ୍ରେକ୍‌ ପରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri