Posted inଖେଳ

ହିସାବ ବରାବର ପାଇଁ ଟିମ ଇଣ୍ଡିଆ ପାଖରେ ରହିଛି ସୁଯୋଗ, ସେମିଫାଇନାଲରେ ନ୍ୟୁଜିଲାଣ୍ଡ ସହ ହେବ ମୁକାବିଲା

ନୂଆଦିଲ୍ଲୀ,୧୩।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ହେବାକୁ ଥିବା ବିଶ୍ୱକପ ୨୦୨୩ର ପ୍ରଥମ ସେମିଫାଇନାଲ ମ୍ୟାଚ ୧୫ ନଭେମ୍ବରରେ ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚରେ ପ୍ରତିଶୋଧ ନେବାକୁ ଟିମ ଇଣ୍ଡିଆ ପାଖରେ ସୁଯୋଗ ରହିଛି। ବିଶ୍ୱକପ ୨୦୧୯ର ସେମିଫାଇନାଲ ମ୍ୟାଚରେ ଭାରତକୁ ପରାସ୍ତ କରିବା ପରେ ନ୍ୟୁଜିଲାଣ୍ଡ ଭାରତକୁ ଟୁର୍ନାମେଣ୍ଟରୁ ବାହାର କରିଦେଇଥିଲା। ବର୍ତ୍ତମାନ ଟିମ ଇଣ୍ଡିଆ ବହୁତ ଶକ୍ତିଶାଳୀ ଏବଂ ଭଲ ଫର୍ମରେ ଅଛି। ତେବେ ତାଙ୍କୁ ରାଚିନ ରବିନ୍ଦ୍ର ଏବଂ ଡେରିଲ ମିଚେଲଙ୍କ ଭଳି ଖେଳାଳିଙ୍କ ପ୍ରତି ସତର୍କ ରହିବାକୁ ପଡ଼ିବ।

୨୦୧୯ ସେମିଫାଇନାଲରେ ନ୍ୟୁଜିଲାଣ୍ଡ ଭାରତକୁ ୧୮ ରନରେ ପରାସ୍ତ କରିଥିଲା। ଏହି ପରାଜୟ ସହିତ ଟିମ ଇଣ୍ଡିଆ ଆଉଟ ହୋଇଥିଲା। ଯାହା ଫଳରେ ଫାଇନାଲରେ ପ୍ରବେଶ କରିପାରି ନ ଥିଲେ। ବର୍ତ୍ତମାନ ଭାରତ ଏହାର ପ୍ରତିଶୋଧ ନେବ। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଗତଥର ମଧ୍ୟ ଏହା ଟୁର୍ନାମେଣ୍ଟର ପ୍ରଥମ ସେମିଫାଇନାଲ ମ୍ୟାଚ ଥିଲା ଏବଂ ଏଥର ମଧ୍ୟ ଏହା ପ୍ରଥମ ସେମିଫାଇନାଲ ମ୍ୟାଚ। ଗତ ଥର ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ କରୁଥିବାବେଳେ ୨୩୯ ରନ୍‌ ସଂଗ୍ରହ କରିଥିଲା। ଏହାର ଜବାବରେ ଟିମ ଇଣ୍ଡିଆ ୨୨୧ ରନ୍‌ ସ୍କୋରରେ ଆଉଟ ହୋଇଥିଲା। ରବିନ୍ଦ୍ର ଜାଡେଜା ଭାରତ ପାଇଁ ୭୭ ରନ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ। ମହେନ୍ଦ୍ର ସିଂ ଧୋନି ୫୦ ରନ୍‌ ସ୍କୋର କରିଥିଲେ।

ଟିମ ଇଣ୍ଡିଆ ପାଇଁ ଏହି ବିଶ୍ୱକପ ସେମିଫାଇନାଲରେ ବିଜୟ ପଞ୍ଜିକରଣ କରିବା ସହଜ ହେବ ନାହିଁ। ଏଥର ଭାରତ ୯ଟି ମ୍ୟାଚ ଖେଳିଛି ଏବଂ ସେସବୁ ଜିତିଛ। କିନ୍ତୁ ତଥାପି ସେମିଫାଇନାଲରେ କଡ଼ା ପ୍ରତିଯୋଗିତା ହୋଇପାରେ। ଅଧିକାଂଶ ରନ ସ୍କୋର କରିବାରେ ନ୍ୟୁଜିଲ୍ୟାଣ୍ଡର ଯୁବ ବ୍ୟାଟ୍ସମ୍ୟାନ ରାଚିନ ରବିନ୍ଦ୍ର ତୃତୀୟ ସ୍ଥାନରେ ଅଛନ୍ତି। ସେ ୯ଟି ମ୍ୟାଚରେ ୫୬୫ ରନ ସଂଗ୍ରହ କରିଛନ୍ତି। ସେ ଟିମ ଇଣ୍ଡିଆ ପାଇଁ ସମସ୍ୟା କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାରେ ବରଗଡ଼ ଏମ୍‌ପିଙ୍କ ବଡ଼ ବୟାନ, କହିଲେ…

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରାର ସ୍ଥାୟୀ ସ୍ବାଗତ ତୋରଣ ଭାଙ୍ଗିବା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । ବିଜେଡିରୁ ବରଗଡ଼ ପୌରାଧ୍ୟକ୍ଷା କଳ୍ପନା…

ଟପ୍ପର ହୋଇ ଗୌରବ ଆଣିଲେ ଚନ୍ଦନ

ଥୁଆମୂଳ ରାମପୁର, ୨୮ା୫ (ଦୁର୍ଗା କୀର୍ତ୍ତି): ଭବାନୀପାଟଣାଠାରେ ପ୍ରତିଷ୍ଠିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ନାତକୋତ୍ତର ପରୀକ୍ଷା ଫଳର ମେଧା ତାଲିକା ଗୁରୁବାର ପରୀକ୍ଷା ନିୟନ୍ତ୍ରକଙ୍କ ସ୍ବାକ୍ଷରରେ…

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri