Posted inଜାତୀୟ

ମାଳଦ୍ୱୀପକୁ ସହାୟତା ଯୋଗାଇବ ଭାରତ, ଦ୍ୱିପାକ୍ଷିକ ଚୁକ୍ତି ସ୍ବାକ୍ଷରିତ…

ନୂଆଦିଲ୍ଲୀ, ୨।୮ : ଚାରି ଦିନିଆ ଗସ୍ତରେ ମାଳଦ୍ୱୀପ ରାଷ୍ଟ୍ରପତି ଇବ୍ରାହିମ ମହମ୍ମଦ ସୋଲିହ ଭାରତ ଆସିଛନ୍ତି। ମଙ୍ଗଳବାର ସେ ଦିଲ୍ଲୀର ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ବୈଠକ ପରେ ଉଭୟ ନେତାଙ୍କ ଉପସ୍ଥିତିରେ ଅନେକ ଦ୍ୱିପାକ୍ଷିକ ଚୁକ୍ତିନାମା ସ୍ବାକ୍ଷରିତ ହୋଇଥିଲା। ମୋଦି ଏବଂ ସୋହିଲ ମଧ୍ୟ ମିଳିତ ବିବୃତ୍ତି ଦେଇଛନ୍ତି।

ଏଥିରେ ମୋଦି କହିଛନ୍ତି ଯେ ଆମେ ଗ୍ରେଟର ମାଲେରେ ୪୦୦୦ ସାମାଜିକ ଗୃହ ନିର୍ମାଣ ପ୍ରକଳ୍ପର ସମୀକ୍ଷା କରିଛୁ। ୨୦୦୦ ସାମାଜିକ ଗୃହ ୟୁନିଟ ପାଇଁ ଆମେ ଅତିରିକ୍ତ ଆର୍ଥିକ ସହାୟତା ପ୍ରଦାନ କରିବୁ । ପ୍ରଧାନମନ୍ତ୍ରୀ ମୋଦିଙ୍କ ନିମନ୍ତ୍ରଣ କ୍ରମେ ରାଷ୍ଟ୍ରପତି ସୋଲିହ ଭାରତ ଆସିଛନ୍ତି। ଦୁଇ ନେତାଙ୍କ ମଧ୍ୟରେ ବିସ୍ତୃତ ଭାଗିଦାରୀରେ ଅଗ୍ରଗତିର ସମୀକ୍ଷା ହୋଇଛି। ତାଙ୍କ ସହ ଉଚ୍ଚ ସ୍ତରୀୟ ଅଧିକାରୀ ଏବଂ ବ୍ୟବସାୟ ପ୍ରତିନିଧୀମଣ୍ଡଳ ମଧ୍ୟ ଭାରତ ଆସିଛନ୍ତି।

ଭାରତୀୟ ବହିର୍ବ୍ୟପାର ବ୍ୟାପାର ମନ୍ତ୍ରଣାଳୟ ଟୁଇଟ କରି କହିଛି ଯେ ଜଣେ ଘନିଷ୍ଠ ବନ୍ଧୁ ତଥା ସାମୁଦ୍ରିକ ପଡ଼ୋଶୀଙ୍କୁ ସ୍ବାଗତ କରାଯାଉଛି। ସରକାରୀ ଗସ୍ତ ପାଇଁ ମାଲଦ୍ୱୀପ ରାଷ୍ଟ୍ରପତି ଇବ୍ରାହିମ ମହମ୍ମଦ ସୋଲିହ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ଏହା ଦୁଇ ଦେଶ ମଧ୍ୟରେ ଅବିସ୍ମରଣୀୟ ବନ୍ଧୁତାକୁ ମଜବୁତ କରିବା ଏବଂ ବହୁମୁଖୀ ସହଭାଗୀତାକୁ ଅଧିକ ଉତ୍ସାହିତ କରିବା ପାଇଁ ଏହା ଏକ ସୁଯୋଗ।

ନୂଆଦିଲ୍ଲୀରେ ସରକାରୀ କାର୍ଯ୍ୟକ୍ରମ ବ୍ୟତୀତ ରାଷ୍ଟ୍ରପତି ସୋଲିହ ଦିଲ୍ଲୀରେ ଏକ ଭାରତୀୟ ବ୍ୟବସାୟ ପ୍ରତିନିଧୀଙ୍କ ସହ ଆଲୋଚନା କରିବେ। ସେ ମୁମ୍ବାଇ ଗସ୍ତରେ ଆସି ବ୍ୟବସାୟିକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ।

ଇବ୍ରାହିମ ମହମ୍ମଦ ସୋଲିହ ଦିଲ୍ଲୀରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ରାଷ୍ଟ୍ରପତି ହେବା ପରେ ମାଳଦ୍ୱୀପ ମୁଖ୍ୟଙ୍କ ସହ ମୁର୍ମୁଙ୍କର ଏହା ପ୍ରଥମ ସାକ୍ଷାତ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri